ଲୋକସଭା ପ୍ରାର୍ଥୀ ଘୋଷିତ ହେବା ପରେ ପ୍ରଥମ ଥର ସମ୍ବଲପୁର ଗସ୍ତରେ ପ୍ରଣବ ପ୍ରକାଶ ଦାସ
ସମ୍ବଲପୁର – ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ଘୋଷିତ ହେବା ପରେ ଆଜି ପ୍ରଥମଥର ପାଇଁ ସମ୍ବଲପୁର ଗସ୍ତରେ ଯାଇଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଦଳୀୟ ସମର୍ଥକଙ୍କ ସହ ପ୍ରଣବ ପ୍ରଥମେ ସମଲେଶ୍ୱରୀ ମନ୍ଦିର ଯାଇ ମାଆଙ୍କୁ ଦର୍ଶନ କରିଛନ୍ତି । ଏହି ଅବସରରେ ପ୍ରଣବ କହିଛନ୍ତି ଯେ, ସମ୍ବଲପୁର ମାଟି ସହ ତାଙ୍କ ପରିବାରର ୬୦ ବର୍ଷର ସମ୍ପର୍କ । ଏ ମାଟି ସହ ତାଙ୍କ ବାପାଙ୍କର ସୁସମ୍ପର୍କ ରହିଥିଲା । [...]
ସମ୍ବଲପୁର – ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ଘୋଷିତ ହେବା ପରେ ଆଜି ପ୍ରଥମଥର ପାଇଁ ସମ୍ବଲପୁର ଗସ୍ତରେ ଯାଇଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଦଳୀୟ ସମର୍ଥକଙ୍କ ସହ ପ୍ରଣବ ପ୍ରଥମେ ସମଲେଶ୍ୱରୀ ମନ୍ଦିର ଯାଇ ମାଆଙ୍କୁ ଦର୍ଶନ କରିଛନ୍ତି । ଏହି ଅବସରରେ ପ୍ରଣବ କହିଛନ୍ତି ଯେ, ସମ୍ବଲପୁର ମାଟି ସହ ତାଙ୍କ ପରିବାରର ୬୦ ବର୍ଷର ସମ୍ପର୍କ । ଏ ମାଟି ସହ ତାଙ୍କ ବାପାଙ୍କର ସୁସମ୍ପର୍କ ରହିଥିଲା । ସମ୍ବଲପୁର ଆସିଲା ପରେ ତାଙ୍କୁ ତାଙ୍କ ଘରେ ଛିଡା ହେବା ପରି ଲାଗୁଛି । ତେବେ ସମ୍ବଲପୁରକୁ ଉନ୍ନତିର ଶିଖରକୁ ନେବା ସହ ଏହାର ରୂପାନ୍ତରୀକରଣ ପାଇଁ ତାଙ୍କୁ ଏଠାରେ ପ୍ରାର୍ଥୀ କରିଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ସମ୍ବଲପୁରବାସୀଙ୍କ ଉପରେ ସେ ଭରସା କରିଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସମ୍ମାନ ଜଣାଇବେ ବୋଲି ତାଙ୍କର ଦୃଢ ବିଶ୍ୱାସ ରହିଛି ବୋଲି ପ୍ରଣବ ପ୍ରକାଶ ଦାସ କହିଛନ୍ତି।
ବିଜେଡିରେ ମିଶିଲେ ହାତ ଛାଡ଼ିଥିବା ବଲାଙ୍ଗୀରର ଟାଣୁଆ ନେତା ସୁରେନ୍ଦ୍ର ସିଂ ଭୋଇ
Next ArticleFormer Minister Surendra Singh Bhoi Joins BJD
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
