ଆଗାମୀ ନିର୍ବାଚନରେ ରାଜ୍ୟର ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର – ଦେଶରେ ଆସନ୍ତା ସାଧାରଣ ନିର୍ବାଚନକୁ ଏକ ସମ୍ମିଳିତ ମତଦାନର ପର୍ବ ରୂପେ ପାଳନ କରିବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି । ସେହି କ୍ରମରେ ଓଡ଼ିଶାରେ ନିର୍ବାଚନ ପ୍ରକ୍ରିୟାରେ ସବୁବର୍ଗର ମତାଦାତାଙ୍କୁ ଯେଭଳି ଭାବରେ ସାମିଲ କରାଯାଇପାରିବ ସେହି ସଂକ୍ରାନ୍ତରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ‘ ରାଜ୍ୟ ଷ୍ଟିୟରିଂ କମିଟି ( ସୁଗମ ନିର୍ବାଚନ ) ’ ର ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ [...]
ଭୁବନେଶ୍ୱର – ଦେଶରେ ଆସନ୍ତା ସାଧାରଣ ନିର୍ବାଚନକୁ ଏକ ସମ୍ମିଳିତ ମତଦାନର ପର୍ବ ରୂପେ ପାଳନ କରିବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି । ସେହି କ୍ରମରେ ଓଡ଼ିଶାରେ ନିର୍ବାଚନ ପ୍ରକ୍ରିୟାରେ ସବୁବର୍ଗର ମତାଦାତାଙ୍କୁ ଯେଭଳି ଭାବରେ ସାମିଲ କରାଯାଇପାରିବ ସେହି ସଂକ୍ରାନ୍ତରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ‘ ରାଜ୍ୟ ଷ୍ଟିୟରିଂ କମିଟି ( ସୁଗମ ନିର୍ବାଚନ ) ’ ର ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଦିବ୍ୟାଙ୍ଗ ଭୋଟରମାନଙ୍କ ପାଇଁ ମତଦାନ ପ୍ରକ୍ରିୟାକୁ ସୁଗମ କରିବା ବିଷୟରେ ଆଲୋଚନା ହୋଇଥିଲା । ଭୋଟର ତାଲିକାରେ ଦିବ୍ୟାଙ୍ଗ ମତଦାତାଙ୍କୁ ସାମିଲ କରିବାରେ ଓଡ଼ିଶାର ହାର ଜାତୀୟ ହାରଠୁ ଉପରେ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫.୪୭ ଲକ୍ଷ ଦିବ୍ୟାଙ୍ଗ ଭୋଟର ମତଦାନ ପାଇଁ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ସମସ୍ତଙ୍କୁ ଘରୁ ମତଦାନ କେନ୍ଦ୍ରକୁ ଆଣିବା ଓ ଘରେ ଛାଡ଼ିବା ପାଇଁ ସ୍ଵତନ୍ତ୍ର ଗାଡ଼ିର ବ୍ୟବସ୍ଥା କରାଯାଇଛି । ମତଦାନ କେନ୍ଦ୍ରରେ ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ହ୍ୱିଲ ଚେୟାରର ବନ୍ଦୋବସ୍ତ କରାଯାଇଛି । ସମସ୍ତ ମତଦାନ କେନ୍ଦ୍ରରେ ହ୍ୱିଲ ଚେୟାର ନେବା ପାଇଁ ସ୍ଵତନ୍ତ୍ର ରାମ୍ପର ବ୍ୟବସ୍ଥା ରହିବ । ସମସ୍ତ ବୁଥରେ ଦିବ୍ୟାଙ୍ଗ ଭୋଟର ମାନେ ଅଗ୍ରାଧିକାର ଭିତ୍ତିରେ ମତଦାନ କରିବେ । ସେମାନଙ୍କୁ ସାହାଯ୍ୟ କରିବା ପାଇଁ ୧୪ରୁ ୧୮ ବର୍ଷ ବୟସର ସ୍ଵେଚ୍ଛାସେବୀମାନଙ୍କୁ ସ୍ୱତନ୍ତ୍ର ଭାବେ ପ୍ରଶିକ୍ଷଣ ଦିଆଯାଉଛି । ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରଶିକ୍ଷଣ ସମୟରେ ମଧ୍ୟ ଭିନ୍ନକ୍ଷମ ମତଦାତାମାନଙ୍କୁ ଅଗ୍ରାଧିକାର ଭିଭିରେ ସୁଗମ ମତଦାନର ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଇବା ପାଇଁ ସେକ୍ଟର ଅଫିସର , ପ୍ରିଜାଇଡିଂ ଅଫିସର , ପୋଲିଂ ଅଫିସର ଓ ବୁଥସ୍ତରୀୟ ଅଧିକାରୀମାନଙ୍କୁ ପ୍ରଶିକ୍ଷିତ କରାଯାଇଛି । ଦୃଷ୍ଟିବାଧିତ ମତଦାତାଙ୍କ ପାଇଁ ବ୍ରେଲି ଅକ୍ଷରରେ ମୁଦ୍ରିତ ବାଲାଟ ପେପର ସମସ୍ତ ବୁଥରେ ରଖାଯିବ । ମତଦାନ ପାଇଁ ରାଜ୍ୟର ସମସ୍ତ ବୁଥକୁ ତଳମହଲାରେ କରାଯାଇଛି । ଯେଉଁ ଦିବ୍ୟାଙ୍ଗ ମତଦାତାଙ୍କର ୪୦ ପ୍ରତିଶତରୁ ଉର୍ଦ୍ଧ୍ଵ ବେଞ୍ଚମାର୍କ ଭିନ୍ନକ୍ଷମତା ରହିଥିବ ଏବଂ ତତ୍ସଂକ୍ରାନ୍ତୀୟ ପ୍ରମାଣପତ୍ର ଥିବ ସେମାନେ ଫର୍ମ ୧୨ ( ଡି ) ମାଧ୍ୟମରେ ଆବେଦନ କରି ନିଜ ଘରେ ଥାଇ ପୋଷ୍ଟାଲ ବାଲାଟ୍ ଜରିଆରେ ମତଦାନ କରିପାରିବେ । ଏହି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଦ୍ଵାରା ସମସ୍ତ ଭିନ୍ନକ୍ଷମ ଭୋଟରଙ୍କ ପାଇଁ ସୁଗମ ମତଦାନର ପରିବେଶ ସୃଷ୍ଟି କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।
ସମସ୍ତ ବିଭାଗ ରାଜ୍ୟସ୍ତରରୁ ଆରମ୍ଭ କରି ତୃଣମୂଳ ସ୍ତର ପର୍ଯ୍ୟନ୍ତ ସମନ୍ବିତ ଭାବରେ କାର୍ଯ୍ୟକରି ଆସନ୍ତା ଏକକାଳୀନ ସାଧାରଣ ନିର୍ବାଚନକୁ ସମସ୍ତ ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସୁଗମ ଓ ସ୍ମରଣୀୟ ମତଦାନର ବ୍ୟବସ୍ଥା ଦ୍ଵାରା ଗଣତନ୍ତ୍ରର ମହାପର୍ବରେ ସହଭାଗିତା ଓ ସମଭାଗିତାର ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ । ଏସବୁ ବ୍ୟବସ୍ଥା ଦ୍ୱାରା ହିଁ ‘ ପ୍ରତିଟି ଭୋଟ ମୂଲ୍ୟବାନ’ର ଲକ୍ଷ୍ୟ ହାସଲ ହୋଇପାରିବ ଓ ନିର୍ବାଚନ ଦେଶର ଜାତୀୟ ଉତ୍ସବ ରୂପେ ପ୍ରତିଷ୍ଠିତ ହୋଇପାରିବ ବୋଲି ସେ କହିଥିଲେ । ରାଜ୍ୟ ଷ୍ଟିୟରିଂ କମିଟିର ଏହି ବୈଠକରେ କମିଟିର ସଭ୍ୟା ଡକ୍ଟର ଶ୍ରୁତି ମହାପାତ୍ର ଆଭାସି ମାଧ୍ୟମରେ ସାମିଲ ହୋଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଏହି ସମସ୍ତ ପ୍ରଚେଷ୍ଟାକୁ ଉଚ୍ଚ ପ୍ରଶଂସା କରିବା ସହିତ ଜିଲ୍ଲାସ୍ତରୀୟ କମିଟିରେ ଏସବୁ ନେଇ ଉଚିତ ପ୍ରଶିକ୍ଷଣ ପାଇଁ ପ୍ରସ୍ତାବ ଦେଇଥିଲେ । ବୈଠକ ପ୍ରାରମ୍ଭରେ ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାସ ଏକ ପିପିଟି ପ୍ରେଜେଣ୍ଟେସନ୍ ମାଧ୍ୟମରେ ସମ୍ମିଳିତ ଭୋଟର ତାଲିକା ଓ ଦିବ୍ୟାଙ୍ଗ ମତଦାତା ସଂକ୍ରାନ୍ତୀୟ ବିଭିନ୍ନ ତଥ୍ୟ ରଖିଥିଲେ । ଏହି ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍ . ତିରୁମାଲା ନାଏକ , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି , ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ , ମହିଳା ଓ ଶିଶୁ ବିକାଶ ବିଭାଗ , ଓସେପା ଆଦିର ଅଧିକାରୀ ଯୋଗଦେଇଥିଲେ ।
ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଟପିଲା ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ
Next Articleଏପ୍ରିଲ ୨ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
