ବିଧାନସଭା ନିର୍ବାଚନ ପାଇଁ ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ନବୀନ
ଭୁବନେଶ୍ୱର- ବିଧାନସଭା ନିର୍ବାଚନ ପାଇଁ ବିଜେଡି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ତଥା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ତୃତୀୟ ପର୍ଯ୍ୟାୟ ତାଲିକା ଅନୁସାରେ ରେଙ୍ଗାଳିରୁ ସୁଦର୍ଶନ ହରିପାଲ , ରାଉରକେଲାରୁ ସାରଦା ପ୍ରସନ୍ନ ନାୟକ, ବୀରମିତ୍ରପୁରରୁ ରୋହିତ ଯୋଶେଫ ତିର୍କୀ, କେନ୍ଦୁଝରରୁ ମୀନା ମାଝୀ, ରାଇରଙ୍ଗପୁରରୁ ରାଇସିନ ମୁର୍ମୁ, ବାଲେଶ୍ଵରରୁ ସ୍ୱରୂପ କୁମାର ଦାସ, ବାରବାଟୀ-କଟକରୁ ପ୍ରକାଶ ବେହେରା, ସାଲେପୁରରୁ ପ୍ରଶାନ୍ତ ବେହେରା ଓ [...]
ଭୁବନେଶ୍ୱର- ବିଧାନସଭା ନିର୍ବାଚନ ପାଇଁ ବିଜେଡି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ତଥା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।
ତୃତୀୟ ପର୍ଯ୍ୟାୟ ତାଲିକା ଅନୁସାରେ ରେଙ୍ଗାଳିରୁ ସୁଦର୍ଶନ ହରିପାଲ , ରାଉରକେଲାରୁ ସାରଦା ପ୍ରସନ୍ନ ନାୟକ, ବୀରମିତ୍ରପୁରରୁ ରୋହିତ ଯୋଶେଫ ତିର୍କୀ, କେନ୍ଦୁଝରରୁ ମୀନା ମାଝୀ, ରାଇରଙ୍ଗପୁରରୁ ରାଇସିନ ମୁର୍ମୁ, ବାଲେଶ୍ଵରରୁ ସ୍ୱରୂପ କୁମାର ଦାସ, ବାରବାଟୀ-କଟକରୁ ପ୍ରକାଶ ବେହେରା, ସାଲେପୁରରୁ ପ୍ରଶାନ୍ତ ବେହେରା ଓ ଜୟଦେବରୁ ନବକିଶୋର ମଲ୍ଲିକ ନିର୍ବାଚନ ଲଢ଼ିବେ ।
ସୂଚନାଯୋଗ୍ୟ ଯେ, ବିଜେଡି ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୭୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଦଳ ୨୭ଟି ଆସନରେ ପ୍ରାର୍ଥୀ ଘୋଷଣା କରିଥିଲା । ଆଜି ୯ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେଡି । ବିଜେଡି ୨୧ ମଧ୍ୟରୁ ୨୦ଟି ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିସାରିଛି। କେବଳ ବାଲେଶ୍ଵର ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବାକୁ ଅଛି ।
Naveen Announces Third List of BJD Candidates for Assembly Elections
Next Articleକୁଲଦୀପ ଯାଦବଙ୍କୁ ବିଶ୍ରାମ ନେବାକୁ ପରାମର୍ଶ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
