ତିନି ଦଳର ପ୍ରାର୍ଥୀ ଘୋଷଣା ପ୍ରକ୍ରିୟା ଅସମ୍ପୂର୍ଣ୍ଣ : ବହୁ ପଛରେ ପଡିଛି କଂଗ୍ରେସ, କର୍ମୀ ମହଲରେ ନୈରାଶ୍ୟ
ଭୁବନେଶ୍ୱର – ରାଜ୍ୟରେ ଆଗାମୀ ସାଧାରଣ ଓ ବିଧାନସଭା ନିର୍ବାଚନ ପାଇଁ ଧୀରେ ଧୀରେ ବାତାବରଣ ସରଗରମ ହେବାରେ ଲାଗିଛି। ଟିକେଟ ପାଇଥିବା ତିନି ପ୍ରମୁଖ ଦଳର ନେତାମାନେ ପ୍ରଚାର ମଇଦାନକୁ ବି ଓହ୍ଲାଇଲେଣି । କିନ୍ତୁ ତିନି ଦଳର ପ୍ରାର୍ଥୀ ଘୋଷଣା ପ୍ରକ୍ରିୟା ଏ ଯାଏଁ ସଂପୂର୍ଣ୍ଣ ହୋଇପାରିନାହିଁ। ବିଜେଡି ଗୋଟିଏ ଲୋକସଭା ଆସନ ଓ ୩୯ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ [...]
ଭୁବନେଶ୍ୱର – ରାଜ୍ୟରେ ଆଗାମୀ ସାଧାରଣ ଓ ବିଧାନସଭା ନିର୍ବାଚନ ପାଇଁ ଧୀରେ ଧୀରେ ବାତାବରଣ ସରଗରମ ହେବାରେ ଲାଗିଛି। ଟିକେଟ ପାଇଥିବା ତିନି ପ୍ରମୁଖ ଦଳର ନେତାମାନେ ପ୍ରଚାର ମଇଦାନକୁ ବି ଓହ୍ଲାଇଲେଣି । କିନ୍ତୁ ତିନି ଦଳର ପ୍ରାର୍ଥୀ ଘୋଷଣା ପ୍ରକ୍ରିୟା ଏ ଯାଏଁ ସଂପୂର୍ଣ୍ଣ ହୋଇପାରିନାହିଁ। ବିଜେଡି ଗୋଟିଏ ଲୋକସଭା ଆସନ ଓ ୩୯ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୩୫ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା ବିଳମ୍ବିତ କରିଛି । ତେବେ, ଏ ଦିଗରେ ଦୁଇ ଦଳଠାରୁ ବହୁ ପଛରେ ପଡିଛି କଂଗ୍ରେସ। ଗ୍ରାଣ୍ଡ ଓଲ୍ଡ ପାର୍ଟି ଏଯାବତ ମାତ୍ର ୪୯ଟି ବିଧାନସଭା ଏବଂ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ ଉଭୟ ବିଜେପି ଓ କଂଗ୍ରେସର କାହିଁକି ଟିକେଟ୍ ଘୋଷଣାରେ ବିଳମ୍ବ କରୁଛନ୍ତି, ସେ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଉଛି । ଉଭୟ ଦଳରୁ ଅଧିକ ମାତ୍ରାରେ ନେତାଙ୍କ ପଳାୟନ ପ୍ରାର୍ଥୀ ଘୋଷଣା ବିଳମ୍ବର ପ୍ରମୁଖ କାରଣ ବୋଲି କୁହାଯାଉଛି।
ଅନ୍ୟପଟେ ଅସନ୍ତୁଷ୍ଟ ଓ ବିଦ୍ରୋହୀ ନେତାଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି । ଟିକେଟ ଆଶାୟୀଙ୍କ ସଂଖ୍ୟା ମଧ୍ୟ କମ୍ ନୁହେଁ। କିନ୍ତୁ ପ୍ରାର୍ଥୀ ଘୋଷଣାରେ ଅହେତୁକ ବିଳମ୍ବ କରିଛି କଂଗ୍ରେସ, ଯାହାକି ତୃଣମୂଳ ସ୍ତରରେ ଦଳର କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ନୈରାଶ୍ୟ ସୃଷ୍ଟି କରିଛି। ଏହାଛଡା ନିର୍ବାଚନ ପୂର୍ବରୁ ଟାଣୁଆ ନେତାଙ୍କ ଅନ୍ୟ ଦଳକୁ ପଳାୟନ କଂଗ୍ରେସ ପାଇଁ ସ୍ଥିତି ସଙ୍ଗୀନ କରିଛି ।
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
Next Articleଖଣିକୁ ଖସିଲା ବସ୍, ୧୨ ମୃତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
