ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ବିଇଓ ଓ ଆରଆଇଙ୍କୁ ଜେଲ୍
ଭୁବନେଶ୍ୱର- ଏକ ଲାଞ୍ଚ ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ଦୋଷୀ ସାବ୍ୟସ୍ତ ହୋଇ ଜେଲ୍ ଦଣ୍ଡାଦେଶ ପାଇଛନ୍ତି। ଗୁଣୁପୁରର ପୂର୍ବତନ ବିଇଓ ଅନ୍ତର୍ଯାମୀ ବେହେରାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡା ଦେଇଛନ୍ତି ଜୟପୁର ଭିଜିଲାନ୍ସ କୋର୍ଟ । ଏଥିସହ କୋର୍ଟ ତାଙ୍କୁ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ବି ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠୁ ଅନ୍ତର୍ଯାମୀ ବେହେରା ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିଲେ । [...]
ଭୁବନେଶ୍ୱର- ଏକ ଲାଞ୍ଚ ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ଦୋଷୀ ସାବ୍ୟସ୍ତ ହୋଇ ଜେଲ୍ ଦଣ୍ଡାଦେଶ ପାଇଛନ୍ତି।
ଗୁଣୁପୁରର ପୂର୍ବତନ ବିଇଓ ଅନ୍ତର୍ଯାମୀ ବେହେରାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡା ଦେଇଛନ୍ତି ଜୟପୁର ଭିଜିଲାନ୍ସ କୋର୍ଟ । ଏଥିସହ କୋର୍ଟ ତାଙ୍କୁ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ବି ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠୁ ଅନ୍ତର୍ଯାମୀ ବେହେରା ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିଲେ । ତାଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଥିଲା ଭିଜିଲାନ୍ସ। ଏବେ ସେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡାଦେଶ ପାଇଥିବାରୁ ତାଙ୍କ ପେନ୍ସନ ବନ୍ଦ କରିବାକୁ ଚିଠି ଲେଖିଛି ଭିଜିଲାନ୍ସ ।
ଏଣେ ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ଅଧୀନସ୍ଥ ଗୋପନାର ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ମଧ୍ୟ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ବର୍ଷେ ଜେଲ୍ ଦଣ୍ଡାଦେଶ ପାଇଛନ୍ତି। ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ଲିଙ୍ଗରାଜ ସାହୁଙ୍କୁ ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦୋଷୀ ସାବ୍ୟସ୍ତ କରି ପାରିଲି ଏକ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି।
‘ଏହା ଜେମ୍ସ ବଣ୍ଡ ଫିଲ୍ମର ସିକ୍ୱେଲ ନୁହେଁ..’, କେଜ୍ରିୱାଲଙ୍କୁ ହଟାଇବାକୁ ବାରମ୍ବାର ଆବେଦନ ନେଇ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ
Next Articleଗୀତା ଉପଦେଶ: ପରମେଶ୍ୱରଙ୍କର ଉପାସନାରେ ବିଶ୍ୱାସ ସର୍ବାଧିକ ଲାଭଦାୟକ ବିଶ୍ୱାସ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
