ରାସ୍ତା କାମ କରୁଥିବା ବେଳେ ମାଡ଼ିଗଲା ଟ୍ରକ୍, ୩ ଶ୍ରମିକ ମୃତ
ବରଗଡ଼ – ବରଗଡ଼ ଜିଲ୍ଲା ସୋହେଲା ଥାନା ଲୁହୁରାଚଟି ନିକଟରେ ସଡ଼କ ଦୁର୍ଘଟଣାରେ ତିନିଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ରାତିରେ ରାସ୍ତା କାମରେ ନିୟୋଜିତ ଥିଲା ବେଳେ ସେମାନଙ୍କ ଉପରେ ମାଡ଼ି ଯାଇଥିଲା ଟ୍ରକ୍ । ଘଟଣାସ୍ଥଳରେ ହିଁ ୩ ଶ୍ରମିକ ପ୍ରାଣ ହରାଇଥିଲେ । ଗତ ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା ମୃତକ ୩ ଶ୍ରମିକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ସେମାନେ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ- ଏନଏଚଏଆଇର [...]
ବରଗଡ଼ – ବରଗଡ଼ ଜିଲ୍ଲା ସୋହେଲା ଥାନା ଲୁହୁରାଚଟି ନିକଟରେ ସଡ଼କ ଦୁର୍ଘଟଣାରେ ତିନିଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ରାତିରେ ରାସ୍ତା କାମରେ ନିୟୋଜିତ ଥିଲା ବେଳେ ସେମାନଙ୍କ ଉପରେ ମାଡ଼ି ଯାଇଥିଲା ଟ୍ରକ୍ । ଘଟଣାସ୍ଥଳରେ ହିଁ ୩ ଶ୍ରମିକ ପ୍ରାଣ ହରାଇଥିଲେ । ଗତ ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା ମୃତକ ୩ ଶ୍ରମିକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ସେମାନେ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ- ଏନଏଚଏଆଇର ଠିକା କର୍ମଚାରୀ ବୋଲି ଜଣାପଡିଛି।
ରାୟପୁର ରୋଡ ସ୍ଥିତ ଲୁହୁରାଚଟି ନିକଟରେ ରାସ୍ତା କାମ ଚାଲିଥିଲା ବେଳେ ଅନ୍ଧାରରେ ଦ୍ରୁତ ଗତିରେ ମାଡ଼ି ଆସୁଥିବା ଟ୍ରକ୍ଟି ଶ୍ରମିକମାନଙ୍କ ଉପରେ ମାଡ଼ି ଯାଇଥିଲା।
ସ୍ଘଟଣାସ୍ଥଳରେ ଶ୍ରମିକମାନଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ତୁରନ୍ତ ସୋହେଲା ପୁଲିସ୍ ପହଞ୍ଚି ମୃତଦେହଗୁଡ଼ିକ ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୈନିକ ସ୍କୁଲ ଗୁଡ଼ିକର ଘରୋଇକରଣକୁ ବିରୋଧ କରି ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଖଡ଼ଗେ
Next Articleସ୍କୁଲ ବସ୍ ଓଲଟି ୬ ପିଲାଙ୍କ ମୃତ୍ୟୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
