ମହିଳାଙ୍କ ରାଜନୈତିକ ପ୍ରତିନିଧିତ୍ଵ: ବିଜେଡି ପୁଣି ଆଗରେ, ଏଥର ମଧ୍ୟ ୩୩ ପ୍ରତିଶତ ଲୋକସଭା ପ୍ରାର୍ଥୀ ମହିଳା
ଭୁବନେଶ୍ୱର – ମହିଳା ସଶକ୍ତିକରଣ ଉପରେ ସର୍ବଦା ଗୁରୁତ୍ୱାରୋପ କରୁଥିବା ବିଜୁ ଜନତା ଦଳ ମହିଳାମାନଙ୍କ ଉପଯୁକ୍ତ ରାଜନୈତିକ ପ୍ରତିନିଧିତ୍ଵ କ୍ଷେତ୍ରରେ ମଧ୍ୟ ଅନ୍ୟ ଦଳମାନଙ୍କ ପାଇଁ ଅନୁକରଣୀୟ ଉଦାହରଣ ପ୍ରସ୍ତୁତ କରିଛି । ୨୦୧୯ ସାଧାରଣ ନିର୍ବାଚନ ଭଳି ଏଥର ମଧ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୧ ଲୋକସଭା ଆସନ ମଧ୍ୟରେ ୭ଟିରେ ମହିଳା ପ୍ରାର୍ଥୀ ଘୋଷଣା କରିଛନ୍ତି । ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଏ ଯାଏଁ ଘୋଷିତ ବିଜେଡିର ୧୧୭ [...]
ଭୁବନେଶ୍ୱର – ମହିଳା ସଶକ୍ତିକରଣ ଉପରେ ସର୍ବଦା ଗୁରୁତ୍ୱାରୋପ କରୁଥିବା ବିଜୁ ଜନତା ଦଳ ମହିଳାମାନଙ୍କ ଉପଯୁକ୍ତ ରାଜନୈତିକ ପ୍ରତିନିଧିତ୍ଵ କ୍ଷେତ୍ରରେ ମଧ୍ୟ ଅନ୍ୟ ଦଳମାନଙ୍କ ପାଇଁ ଅନୁକରଣୀୟ ଉଦାହରଣ ପ୍ରସ୍ତୁତ କରିଛି । ୨୦୧୯ ସାଧାରଣ ନିର୍ବାଚନ ଭଳି ଏଥର ମଧ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୧ ଲୋକସଭା ଆସନ ମଧ୍ୟରେ ୭ଟିରେ ମହିଳା ପ୍ରାର୍ଥୀ ଘୋଷଣା କରିଛନ୍ତି । ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଏ ଯାଏଁ ଘୋଷିତ ବିଜେଡିର ୧୧୭ ଆସନରୁ ୨୨ଟିରେ ମଧ୍ଯ ବିଜେଡି ମହିଳାଙ୍କୁ ଟିକେଟ ଦେଇଛି । ଏଥର ନିର୍ବାଚନରେ ମଧ୍ୟ ବିଜେପି ଓ କଂଗ୍ରେସ ମହିଳା ପ୍ରାର୍ଥୀଙ୍କୁ ସେତେଟା ଗୁରୁତ୍ୱ ଦେଉନଥିବା ମନେ ହେଉଛି । ବିଜେପି ୧୧୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଇଛି । ଏଥିରୁ ମହିଳା ପ୍ରାର୍ଥୀଙ୍କ ସଂଖ୍ୟା ମାତ୍ର ୮ ରହିଛି।
ବହୁପୂର୍ବରୁ ମହିଳାଙ୍କ ଉପଯୁକ୍ତ ରାଜନୈତିକ ପ୍ରତିନିଧିତ୍ଵ ପ୍ରସଙ୍ଗ ଉଠାଇ ଏ ଦିଗରେ କାର୍ଯ୍ୟ କରିଆସୁଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୯୯୨ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏକ ଐତିହାସିକ ନିଷ୍ପତ୍ତି ନେଇ ପଞ୍ଚାୟତରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷଣ କରିଥିଲେ । ପରେ ତାଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ମହିଳା ସଶକ୍ତିକରଣ ପାଇଁ ଏକାଧିକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇଛନ୍ତି। ୨୦୧୧ରେ ଓଡିଶା ଗ୍ରାମ ପଞ୍ଚାୟତ ଆଇନ, ପଞ୍ଚାୟତ ସମିତି ଆଇନ ଓ ଜିଲ୍ଲା ପରିଷଦ ଆଇନରେ ସଂଶୋଧନ ଆଣି ମହିଳାଙ୍କ ପାଇଁ ସଂରକ୍ଷଣ ୩୩ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଥିଲେ ମୁଖ୍ୟମନ୍ତ୍ରୀ । ସେହିଭଳି ୨୦୧୨ରେ ଓଡିଶା ପୌର ପରିଷଦ ଓ ମହାନଗର ନିଗମ ଆଇନରେ ମଧ୍ୟ ସଂଶୋଧନ ଆଣାଯାଇ ମହିଳାଙ୍କ ପାଇଁ ୫୦ ପ୍ରତିଶତ ଆସନ ସଂରକ୍ଷଣ କରାଗଲା । ତୃଣମୂଳ ସ୍ତରରେ ମହିଳା ସଶକ୍ତିକରଣ ଦିଗରେ ଏହାଥିଲା ନବୀନଙ୍କ ଆଉ ଏକ ବଳିଷ୍ଠ ପଦକ୍ଷେପ ।
ମହିଳା ସଶକ୍ତିକରଣ ଦିଗରେ ଆଉ ପାଦେ ଆଗେଇଥିଲା ବିଜେଡି । ୨୦୧୮ ନଭେମ୍ବର ମାସରେ ବିଧାନସଭା ଓ ଲୋକସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷଣ କରିବାକୁ ଓଡିଶା ବିଧାନସଭାରେ ଏକ ସଂକଳ୍ପ ଆଗତ କରିଥିଲା ଦଳ । ସର୍ବସମ୍ମତି କ୍ରମେ ଓଡିଶା ବିଧାନସଭାରେ ଏହା ପାରିତ ହୋଇଥିଲା ।
୨୦୧୯ ମାର୍ଚ୍ଚ ୧୦ ତାରିଖରେ ବିଜେଡି ୩୩ ପ୍ରତିଶତ ମହିଳାଙ୍କୁ ଲୋକସଭା ପ୍ରାର୍ଥୀ କରିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ତଦନୁଯାୟୀ ୨୦୧୯ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଲୋକସଭା ପାଇଁ ପ୍ରତ୍ୟେକ ତିନି ଜଣରେ ଜଣେ ମହିଳାଙ୍କୁ ଏହିପରି ୭ ଜଣ ମହିଳାଙ୍କୁ ପ୍ରାର୍ଥୀ କରିଥିଲେ । ୫ ଜଣ ମହିଳା ପ୍ରାର୍ଥୀ ବିଜୟୀ ହୋଇ ଲୋକସଭାକୁ ଯାଇଥିଲେ ।
Naveen Walks The Talk, Names 33 Percent Women Candidates For Lok Sabha Elections
Next Articleରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲାରେ ଏନ୍ଆଇଏକୁ ବଡ଼ ସଫଳତା, ଦୁଇ ଫେରାର ଅଭିଯୁକ୍ତ କୋଲକାତାରୁ ଗିରଫ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
