ଆଉ ଚାରିଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ୪ରୁ ୫ ଡିଗ୍ରୀ ସେଲସିୟସ ଯାଏ ବଢିବ ତାପମାତ୍ରା
ଭୁବନେଶ୍ୱର – ଗ୍ରୀଷ୍ମ ପ୍ରକୋପରେ କଲବଲ ସାରା ରାଜ୍ୟ। ଗତ ଦୁଇ ଦିନ ଧରି ବିଭିନ୍ନ ସ୍ଥାନରେ ତାପମାତ୍ରା ଉପରମୁହାଁ ହୋଇଛି। ଏଭଳି ସ୍ଥିତି ଆହୁରି ୪ ଦିନ ଲାଗି ରହିବ । ଦିନ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ମାଲକାନଗିରି, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡା, ଢେଙ୍କାନାଳ, ନୟାଗଡ଼ ଓ ଆସନ୍ତାକାଲି ମାଲକାନଗିରି, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା , ବୌଦ୍ଧ, ଖୋର୍ଦ୍ଧା ଜିଲ୍ଲା ପାଇଁ ଆଲର୍ଟ [...]
ଭୁବନେଶ୍ୱର – ଗ୍ରୀଷ୍ମ ପ୍ରକୋପରେ କଲବଲ ସାରା ରାଜ୍ୟ। ଗତ ଦୁଇ ଦିନ ଧରି ବିଭିନ୍ନ ସ୍ଥାନରେ ତାପମାତ୍ରା ଉପରମୁହାଁ ହୋଇଛି। ଏଭଳି ସ୍ଥିତି ଆହୁରି ୪ ଦିନ ଲାଗି ରହିବ । ଦିନ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆଜି ମାଲକାନଗିରି, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡା, ଢେଙ୍କାନାଳ, ନୟାଗଡ଼ ଓ ଆସନ୍ତାକାଲି ମାଲକାନଗିରି, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା , ବୌଦ୍ଧ, ଖୋର୍ଦ୍ଧା ଜିଲ୍ଲା ପାଇଁ ଆଲର୍ଟ ଜାରି କରାଯାଇଛି ।
ଦିନ ୧୧ରୁ ୩ଟା ଯାଏ ଘରୁ ନ ବାହାରିବାକୁ ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ପାଇଁ ଅତ୍ୟଧିକ ପାଣି ଓ ଥଣ୍ଡାଜାତୀୟ ଖାଦ୍ୟ ସେବନ କରିବାକୁ କହିଛି ପାଣିପାଗ କେନ୍ଦ୍ର।
ଯାଜପୁର ବସ୍ ଦୁର୍ଘଟଣା : ସମସ୍ତ ୪୨ ଆହତ ଏସସିବିରେ ଭର୍ତ୍ତି, ୫ ଜଣ ଆଇସିୟୁରେ
Next Articleଇଂଲଣ୍ଡର କିମ୍ବଦନ୍ତୀ ସ୍ପିନର ଡେରେକ ଅଣ୍ଡରଉଡଙ୍କ ପରଲୋକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
