ଆଉ ୪୮ ଘଣ୍ଟା ନିଆଁ ବର୍ଷା: କିଛି ଜିଲ୍ଲା ପାଇଁ ଭୀଷଣ ଗ୍ରୀଷ୍ମପ୍ରବାହ ସତର୍କତା
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ସ୍ବାଭାବିକଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ଅଧିକ ରହିବ। ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ନୂଆପଡ଼ା, କୋରାପୁଟ, ମାଲକାନଗିରି [...]
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ସ୍ବାଭାବିକଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ଅଧିକ ରହିବ। ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ନୂଆପଡ଼ା, କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ନୂଆପଡ଼ା, ଅନୁଗୁଳ, ନୟାଗଡ଼, ମୟୂରଭଞ୍ଜ, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ୧୯ ଓ ୨୦ ତାରିଖରେ ଦିନ ତାପମାତ୍ରା ଶିଖର ଛୁଇଁବ। କେତେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଡେଇଁପାରେ। ଗ୍ରୀଷ୍ମ ପ୍ରବାହରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ୬.୪ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି। ଆଜି ଅଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳ ବୈଶାଖୀ ପ୍ରଭାବରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ବର୍ଷା ହୋଇପାରେ।
ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଆରମ୍ଭ, ୨୧ ରାଜ୍ୟର ୧୦୨ଟି ଆସନରେ ଚାଲିଛି ମତଦାନ
Next Articleଭୋଟର ତାଲିକାରେ ଆପଣଙ୍କ ନାମ ଅଛି ନା ନାହିଁ? ଘରେ ବସି ଏହି ସହଜ ଉପାୟରେ ଯାଞ୍ଚ୍ କରନ୍ତୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
