न्यूज़रूम ओडिशा
ब्रेकिंग
ओडिया समाचार

କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ପାଇଁ ମେ’ ପହିଲାରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ

କେନ୍ଦ୍ରାପଡା – ଆସନ୍ତା ମାସ ପହିଲାରୁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଯାଇଥିବା ଦୃଷ୍ଟିରୁ ଭିତରକନିକା କିଛି ଦିନ ପାଇଁ ବନ୍ଦ ରହିବ । ନଦୀନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଭିତରକନିକାକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ମାଆ କୁମ୍ଭୀର [...]

Admin•20 अप्रैल 2024
Share Article:

କେନ୍ଦ୍ରାପଡା – ଆସନ୍ତା ମାସ ପହିଲାରୁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଯାଇଥିବା ଦୃଷ୍ଟିରୁ ଭିତରକନିକା କିଛି ଦିନ ପାଇଁ ବନ୍ଦ ରହିବ । ନଦୀନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଭିତରକନିକାକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ। ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ। ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି।

#Odia#Odisha#News
Share Article:

Related Articles