ଏପ୍ରିଲ ଶେଷ ସପ୍ତାହରୁ ରାଜ୍ୟରେ ବଢିବ ରାଜନୈତିକ ତାତି: ହେଭିୱଟଙ୍କ ସହ ହାଇଭୋଲଟେଜ ପ୍ରଚାର ପାଇଁ ତିନି ଦଳ ପ୍ରସ୍ତୁତ
ଭୁବନେଶ୍ୱର – ଏପ୍ରିଲ ଶେଷ ସପ୍ତାହରେ ରାଜ୍ୟରେ ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇବ । ପ୍ରଚାର ମଇଦାନରେ ତିନି ପ୍ରମୁଖ ଦଳର ତାରକା ପ୍ରଚାରକଙ୍କୁ ଦେଖିବାକୁ ମିଳିବ । ମେ’୧୩ ରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ବର୍ତ୍ତମାନ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି । ପ୍ରଥମ ଦୁଇ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ [...]
ଭୁବନେଶ୍ୱର – ଏପ୍ରିଲ ଶେଷ ସପ୍ତାହରେ ରାଜ୍ୟରେ ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇବ । ପ୍ରଚାର ମଇଦାନରେ ତିନି ପ୍ରମୁଖ ଦଳର ତାରକା ପ୍ରଚାରକଙ୍କୁ ଦେଖିବାକୁ ମିଳିବ । ମେ’୧୩ ରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ବର୍ତ୍ତମାନ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି । ପ୍ରଥମ ଦୁଇ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ପ୍ରଚାର ମଙ୍ଗ ଧରିବେ । ନବୀନ ପଟ୍ଟନାୟକ ଏପ୍ରିଲ ୨୪ ତାରିଖରୁ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଦଳ ପାଇଁ ପ୍ରଚାର ଅନୁକୂଳ କରିବା ସହ ଦୁଇଟି ସାଧାରଣ ସଭାରେ ଉଦବୋଧନ ଦେବେ । ନବୀନଙ୍କ ସହ ଦଳର ଦୁଇ ନମ୍ବର ତାରକା ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ବି ରହିବେ । ପରବର୍ତ୍ତୀ ପର୍ଯ୍ୟାୟରେ ଦକ୍ଷିଣ ଓଡ଼ିଶାର ଆଉ କେତେକ ସ୍ଥାନରେ ମଧ୍ୟ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି।
ଏଣେ ବିଜେପି ଓ କଂଗ୍ରେସର ପ୍ରଚାର ପାଇଁ କେନ୍ଦ୍ରୀୟ ନେତୃବୃନ୍ଦ ଚଳିତ ସପ୍ତାହରେ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ପ୍ରାପ୍ତ ସୂଚନା ଅନୁସାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସି ସୋନପୁରରୁ ବିଜେପି ପାଇଁ ପ୍ରଚାର ଆରମ୍ଭ କରିବେ । ରାହୁଲ ଗାନ୍ଧି ମଧ୍ୟ ଓଡ଼ିଶା ଆସିବେ । ରାହୁଲ ଏପ୍ରିଲ ୨୮ ତାରିଖରେ ଓଡ଼ିଶା ଆସି କଂଗ୍ରେସ ପକ୍ଷରୁ ପ୍ରଚାରର ଶୁଭାରମ୍ଭ କରିବେ ।
ତାରକା ପ୍ରଚାରକଙ୍କ ସହ ତିନି ଦଳ ହାଇଭୋଲଟେଜ ପ୍ରଚାର ପାଇଁ ପ୍ରସ୍ତୁତି କରୁଥିବାରୁ ଏପ୍ରିଲ ଶେଷ ସପ୍ତାହରେ ତାତି ସହ ରାଜନୈତିକ ପାରା ମଧ୍ୟ ବଢିବା ସମ୍ଭାବନା ରହିଛି।
ଶ୍ରୀମନ୍ଦିରରେ ଦୟଣା ଚୋରୀ ନୀତି ସମ୍ପର୍ଣ୍ଣ
Next Articleଶ୍ରୀମନ୍ଦିରରେ ରକ୍ତଛିଟା ଯୋଗୁଁ ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
