ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତାରେ ଈର୍ଷାନ୍ବିତ ଧର୍ମେନ୍ଦ୍ର ପ୍ରଧାନ, ସମ୍ବଲପୁରୀ ବୁଣାକାରଙ୍କୁ ଦେଇଛନ୍ତି ଅପମାନ : ବିଜେଡି
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନିର୍ବାଚନ ମୈଦାନକୁ ଓହ୍ଲାଇ ନାହାନ୍ତି , କିଛି ଲୋକଙ୍କ ବଦହଜମୀ ଆରମ୍ଭ ହୋଇଗଲାଣି । ଯୋଡି ଶଙ୍ଖ ଭିଡିଓ ଦେଖି ରାତିର ନିଦ ହଜିଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ , ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା । ୨୪ ଘଣ୍ଟାରୁ କମ୍ ସମୟରେ ୪ ନିୟୁତ ଲୋକ ଏହି ଭିଡିଓ ଦେଖାସାରିଲେଣି । ମୁଖ୍ୟମନ୍ତ୍ରୀଙ୍କ ଏହି ଲୋକପ୍ରିୟତା ହିଁ ବିରୋଧୀ ଦଳର ନେତା ଖାସ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନିର୍ବାଚନ ମୈଦାନକୁ ଓହ୍ଲାଇ ନାହାନ୍ତି , କିଛି ଲୋକଙ୍କ ବଦହଜମୀ ଆରମ୍ଭ ହୋଇଗଲାଣି । ଯୋଡି ଶଙ୍ଖ ଭିଡିଓ ଦେଖି ରାତିର ନିଦ ହଜିଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ , ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା । ୨୪ ଘଣ୍ଟାରୁ କମ୍ ସମୟରେ ୪ ନିୟୁତ ଲୋକ ଏହି ଭିଡିଓ ଦେଖାସାରିଲେଣି । ମୁଖ୍ୟମନ୍ତ୍ରୀଙ୍କ ଏହି ଲୋକପ୍ରିୟତା ହିଁ ବିରୋଧୀ ଦଳର ନେତା ଖାସ କରି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଈର୍ଷାନ୍ବିତ କରିଦେଇଛି ବୋଲି ବିଜେଡି ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ଵୟଂ ପ୍ରକାଶ ମହାପାତ୍ର କହିଛନ୍ତି । ଆଜି ଗଣମାଧ୍ୟମକୁ ଦୁଇ ମୁଖପାତ୍ର କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ କ’ଣ କହୁଛନ୍ତି ଆଉ କ’ଣ କରୁଛନ୍ତି ତାହା ଜାଣି ପାରୁନାହାନ୍ତି । ଈର୍ଷା ଏବଂ କ୍ରୋଧରେ ନିଜର ହିତାହିତ ଜ୍ଞାନ ହରାଇ ସେ ମୁଖ୍ୟମନ୍ତ୍ରୀ ପିନ୍ଧିଥିବା ସମ୍ବଲପୁରୀ ଲୁଙ୍ଗିକୁ ସମାଲୋଚନା କରିଛନ୍ତି । ଏଭଳି କରି ସେ ଓଡିଶାର ପରମ୍ପରା ଓ ସଂସ୍କୃତିକୁ ଅପମାନିତ କରିଛନ୍ତି । ଲକ୍ଷ ଲକ୍ଷ ବୁଣାକାର , ଯେଉଁମାନେ ଏହାକୁ ତିଆରି କରିଛନ୍ତି , ଓଡିଶାର ଲକ୍ଷ ଲକ୍ଷ ଲୋକ ଯେଉଁମାନେ ଏହାକୁ ପିନ୍ଧୁଛନ୍ତି , ସେମାନଙ୍କୁ କେନ୍ଦ୍ର ମନ୍ତ୍ରୀ ଅପମାନିତ କରିଛନ୍ତି ।
ରାଜ୍ୟରେ ବୁଣାକାରମାନଙ୍କର ଏକ ସଶକ୍ତ ଅର୍ଥନୀତି ରହିଛି , ସେମାନଙ୍କର ଉତ୍ପାଦ ବେଶ୍ ଲୋକପ୍ରିୟ ଯାହାର ବେଶ୍ ଚାହିଦା ମଧ୍ୟ ରହିଛି । ଏହି ସଶକ୍ତ ଅର୍ଥନୀତି ଉପରେ ଆଘାତ ଦେବାକୁ ଧର୍ମେନ୍ଦ୍ର ପ୍ରଧାନ ଉଦ୍ୟମ କରିଛନ୍ତି | ସାରା ଓଡିଶାରେ ଖାସ୍ କରି ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଲୋକ ଆଜି ବି ଲୁଙ୍ଗି ପିନ୍ଧନ୍ତି । ସେହି ଲୁଙ୍ଗିକୁ ଓଡିଶାର ବୁଣାକାର ମାନେ ତିଆରି କରନ୍ତି । ମୁଖ୍ୟମନ୍ତ୍ରୀ ଯେଉଁ ଲୁଙ୍ଗି ପିନ୍ଧିଥିଲେ ତାହା ହେଉଛି ସମ୍ବଲପୁରୀ ଲୁଙ୍ଗି । ଯାହା ପଛରେ ଅନେକ ବୁଣାକାରଙ୍କ ପରିଶ୍ରମ ଥିଲା । କେନ୍ଦ୍ରମନ୍ତ୍ରୀ ପ୍ରଧାନ ଓଡିଶା ବାହାରେ ବହୁ ବର୍ଷ ଧରି ରହିଛନ୍ତି ।
ଉତ୍ତରପ୍ରଦେଶ , ବିହାର , ମଧ୍ୟପ୍ରଦେଶରେ ଅନେକ ସମୟ ତାଙ୍କର କଟିଛି । ସେଥିପାଇଁ ଓଡିଶାର ପରମ୍ପରା , ସଂସ୍କୃତି ଏବଂ ଅର୍ଥନୀତିକୁ ବୁଣାକାର ଭାଇ ଭଉଣୀଙ୍କ ଅବଦାନକୁ ସେ ଭୁଲି ଯାଇଛନ୍ତି । ଲକ୍ଷ ଲକ୍ଷ ବୁଣାକାରଙ୍କ ପାଖରେ , ଓଡିଶାବାସୀଙ୍କ ପାଖରେ ଖାସ୍ କରି ସମ୍ବଲପୁରବାସୀଙ୍କ ପାଖରେ ସେମାନଙ୍କର ପରମ୍ପରାକୁ ଅପମାନିତ କରିଥିବାରୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ମୁଖପାତ୍ର କହିଛନ୍ତି।
ଚହଲଙ୍କ ମାଇଲଖୁଣ୍ଟ, ପ୍ରଥମ ବୋଲର ଭାବେ ଆଇପିଏଲରେ ୨୦୦ ଓ୍ବିକେଟ୍ ନେଲେ
Next ArticleDharmendra Pradhan Is Jealous of Chief Minister’s Popularity; Insulting Sambalpuri Weavers: BJD
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
