ହିଞ୍ଜିଳିରୁ ବିଜେଡି ପାଇଁ ନିର୍ବାଚନ ପ୍ରଚାରର ଅନୁକୂଳ କଲେ ନବୀନ
ହିଞ୍ଜିଳି – ନିଜ ନିର୍ବାଚନ ମଣ୍ଡଳୀ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରୁ ବିଜେଡି ପାଇଁ ନିର୍ବାଚନ ପ୍ରଚାରର ଶଙ୍ଖ ଫୁଙ୍କିଛନ୍ତି ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଆନୁଷ୍ଠାନିକ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛି ବିଜେଡି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନରେ ହିଞ୍ଜିଳିରେ ପହଞ୍ଚିଥିଲେ। ହିଞ୍ଜିଳି ସମରଝୋଳରେ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ହିଞ୍ଜିଳିରୁ ବିଜେଡିର ଜୟଯାତ୍ରା ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି [...]
ହିଞ୍ଜିଳି – ନିଜ ନିର୍ବାଚନ ମଣ୍ଡଳୀ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରୁ ବିଜେଡି ପାଇଁ ନିର୍ବାଚନ ପ୍ରଚାରର ଶଙ୍ଖ ଫୁଙ୍କିଛନ୍ତି ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଆନୁଷ୍ଠାନିକ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛି ବିଜେଡି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନରେ ହିଞ୍ଜିଳିରେ ପହଞ୍ଚିଥିଲେ। ହିଞ୍ଜିଳି ସମରଝୋଳରେ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ।
ହିଞ୍ଜିଳିରୁ ବିଜେଡିର ଜୟଯାତ୍ରା ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ସେ ଚିର ଋଣୀ । ଓଡ଼ିଶାର ସାଢ଼େ ୪ କୋଟି ଲୋକ ତାଙ୍କ ପରିବାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସଭାମଞ୍ଚରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଆସ୍କା ସାଂସଦ ପ୍ରମିଳା ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ । ପରେ ଶେରଗଡରେ ମଧ୍ୟ ଏକ ନିର୍ବାଚନୀ ରାଲିକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ।ବିଜେଡିର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ଆଗାମୀ କିଛି ଦିନ ବିଭିନ୍ନ ଜିଲ୍ଲା ଗସ୍ତ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ଲୋଡ଼ିବେ ।
ପ୍ରଚାର ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଜାରି କରାଯାଇଛି। ଏହି ମାସ ଶେଷରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବା ସମ୍ଭାବନା ରହିଛି।
ଆଜିଠୁ ପୁଣି ତାତି ପ୍ରକୋପ : ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ଚେତାବନୀ
Next ArticleNaveen Begins Campaigning From Hinjili Amidst Sea of People Showering Their Love and Affection
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
