ଆଜିଠୁ ସବୁ ସ୍କୁଲରେ ଆଗୁଆ ଖରାଛୁଟି ଆରମ୍ଭ
ଭୁବନେଶ୍ବର – ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ରାଜ୍ଯର ସବୁ ସ୍କୁଲରେ ଆଗୁଆ ଖରା ଛୁଟି ଆରମ୍ଭ ହୋଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲରେ ଆଜିଠୁ ଗ୍ରୀଷ୍ମ ଛୁଟି ଆରମ୍ଭ ହୋଇଛି। ପୂର୍ବରୁ ଚଳିତ ମାସ ୨ ତାରିଖରୁ ରାଜ୍ୟର ସବୁ ସ୍କୁଲ ସକାଳୁଆ ଆରମ୍ଭ ହୋଇଥିଲା । ଗ୍ରୀଷ୍ମ ପ୍ରବାହ ଯୋଗୁଁ ସକାଳୁଆ ସ୍କୁଲ ଟାଇମିଂ ସାଢେ ୬ରୁ ୧୦ ଯାଏଁ କରାଯାଇଥିଲା । ଆଗୁଆ ଖରା ଛୁଟି [...]
ଭୁବନେଶ୍ବର – ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ରାଜ୍ଯର ସବୁ ସ୍କୁଲରେ ଆଗୁଆ ଖରା ଛୁଟି ଆରମ୍ଭ ହୋଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲରେ ଆଜିଠୁ ଗ୍ରୀଷ୍ମ ଛୁଟି ଆରମ୍ଭ ହୋଇଛି। ପୂର୍ବରୁ ଚଳିତ ମାସ ୨ ତାରିଖରୁ ରାଜ୍ୟର ସବୁ ସ୍କୁଲ ସକାଳୁଆ ଆରମ୍ଭ ହୋଇଥିଲା । ଗ୍ରୀଷ୍ମ ପ୍ରବାହ ଯୋଗୁଁ ସକାଳୁଆ ସ୍କୁଲ ଟାଇମିଂ ସାଢେ ୬ରୁ ୧୦ ଯାଏଁ କରାଯାଇଥିଲା । ଆଗୁଆ ଖରା ଛୁଟି ପୂର୍ବରୁ ସାରାରାଜ୍ଯରେ ଗ୍ରୀଷ୍ମ ପ୍ରକୋପକୁ ଦୃଷ୍ଟିରେ ରଖି ସବୁ ସ୍କୁଲକୁ ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର।
ଖରା ଛୁଟି ସମୟରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ଯ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ଯ ମାଧ୍ଯମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ସହ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ବିଦ୍ଯାଳୟ ପରିଚାଳନା କରାଯିବ ।
ଆଉ ଏକ ପର୍ଯ୍ୟାୟ ଗ୍ରୀଷ୍ମ ଲହରୀର ପୂର୍ବାନୁମାନ: ଏପ୍ରିଲ ୨୭ ଓ ୨୮ରେ ଗମ୍ଭୀର ସ୍ଥିତି ନେଇ ଚେତାବନୀ
Next Articleବୋୖଦ୍ଧ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ୨ ମାଓବାଦୀ ମୃତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
