ନିର୍ବାଚନ ପ୍ରଚାର ଓ ଖରା ଉଷ୍ଣତା ଭିତରେ ପଖାଳର ମଜା ନେଲେ ପାଣ୍ଡିଆନ
ଭୁବନେଶ୍ୱର – ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାରର ଉଷ୍ଣତା ମଧ୍ୟରେ ପଖାଳର ମଜା ନେଇଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ତାଙ୍କ ସହ ଥିଲେ ଇଣ୍ଡିଆ ଟୁଡେ ଟିଭିର ସାମ୍ବାଦିକ ରାହୁଲ କନୱାଲ । କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ରୁ ନିର୍ବାଚନ ପ୍ରଚାର ସାରି ଦାସପୁର ରାସ୍ତା କଡ଼ ଜଙ୍ଗଲରେ ଦିନ ପ୍ରାୟ ତିନିଟା ବେଳକୁ ମଧ୍ୟାହ୍ନ ଭୋଜନ କରିଥିଲେ କାର୍ତ୍ତିକ ପାଣ୍ଡିଆନ । ସାଥୀରେ ଥିଲେ ପ୍ରଚାର କଭର କରିବାକୁ ଆସିଥିବା [...]
ଭୁବନେଶ୍ୱର – ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାରର ଉଷ୍ଣତା ମଧ୍ୟରେ ପଖାଳର ମଜା ନେଇଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ତାଙ୍କ ସହ ଥିଲେ ଇଣ୍ଡିଆ ଟୁଡେ ଟିଭିର ସାମ୍ବାଦିକ ରାହୁଲ କନୱାଲ ।
କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ରୁ ନିର୍ବାଚନ ପ୍ରଚାର ସାରି ଦାସପୁର ରାସ୍ତା କଡ଼ ଜଙ୍ଗଲରେ ଦିନ ପ୍ରାୟ ତିନିଟା ବେଳକୁ ମଧ୍ୟାହ୍ନ ଭୋଜନ କରିଥିଲେ କାର୍ତ୍ତିକ ପାଣ୍ଡିଆନ । ସାଥୀରେ ଥିଲେ ପ୍ରଚାର କଭର କରିବାକୁ ଆସିଥିବା ସାମ୍ବାଦିକ ରାହୁଲ କନୱାଲ ।
ମଧ୍ୟାହ୍ନ ଭୋଜନର ମେନୁ ଥିଲା ଖରା ଦିନର ଖାଣ୍ଟି ଓଡ଼ିଆ ଖାଦ୍ୟ ପଖାଳ । କଂସା ପାତ୍ରରେ ପଖାଳ ସାଙ୍ଗକୁ ଶାଗ ବଡି ଚୁରା ଭେଣ୍ଡି ଭଜା ଆଳୁ ଭରତା ଆଉ ଦହିର ମଜା ନେଇଥିଲେ ଦୁଇ ଜଣ ସମ୍ପୂର୍ଣ ନିରାମିଷ ଖାଦ୍ୟ । ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ପାଣ୍ଡିଆନ ବାବୁଙ୍କର ଖୁବ ପସନ୍ଦ । ମୁଖ୍ୟମନ୍ତ୍ରୀଙ୍କର ମଧ୍ୟ ବହୁତ ପ୍ରିୟ ପଖାଳ । ପଖାଳର ଉପକାରିତା ଓ ପ୍ରସ୍ତୁତି ବିଷୟରେ ରାହୁଲଙ୍କୁ ବୁଝାଇବା ସହ ଓଡ଼ିଆଙ୍କର ଏହି ସାଧାରଣ ତଥା ହିତକାରୀ ଖାଦ୍ୟ ମୁଖ୍ୟମନ୍ତ୍ରୀ କିପରି ତାଙ୍କ ଅତିଥି ମାନଙ୍କୁ ପରଷିଥାନ୍ତି ,ସେ ବିଷୟରେ ପାଣ୍ଡିଆନ ଖାଇବାବେଳେ କନୱଲଙ୍କୁ କହିଥିଲେ । ପରେ ଉଭୟ ଲାଞ୍ଜିଗଡ଼ ସଭା ପାଇଁ ବାହାରିଯାଇଥିଲେ |
ପୁନମ୍ ମହାଜନଙ୍କ ଟିକେଟ୍ କଟିଲା, ମୁମ୍ବାଇ ଉତ୍ତର-ମଧ୍ୟ ଆସନରୁ ଓକିଲ ଉଜ୍ବଳ ନିକମ ହେଲେ ବିଜେପି ପ୍ରାର୍ଥୀ
Next Articleଗୀତା ଉପଦେଶ: ନିଜର ସମସ୍ତ ବୁଦ୍ଧି ଭଗବାନଙ୍କ ଠାରେ ସ୍ଥିର ହୋଇଯିବା ହିଁ କର୍ମ ସନ୍ୟାସ ଯୋଗ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
