न्यूज़रूम ओडिशा
ब्रेकिंग
ओडिया समाचार

ରାଜ୍ୟରେ ସରକାରୀ ଭାବେ ଅଂଶୁଘାତ ମୃତ୍ୟୁ ୨, ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ

ଭୁବନେଶ୍ୱର – ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ଜାରି ରହିଥିବା ବେଳେ ଅଂଶୁଘାତରେ ସରକାରୀ ଭାବେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ପରେ ଢେଙ୍କାନାଳରେ ଆଉ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭କୁ ବୃଦ୍ଧି ପାଇଛି। ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୬୦ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜରେ ୪୦ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ [...]

Admin•29 अप्रैल 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ଜାରି ରହିଥିବା ବେଳେ ଅଂଶୁଘାତରେ ସରକାରୀ ଭାବେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ପରେ ଢେଙ୍କାନାଳରେ ଆଉ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭କୁ ବୃଦ୍ଧି ପାଇଛି। ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୬୦ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜରେ ୪୦ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

#Odia#Odisha#News
Share Article:

Related Articles