ଟୁଇନ୍ ସିଟିରେ କାଳବୈଶାଖୀ ବର୍ଷା ଆଣିଲା ଅସହ୍ୟ ତାତିରୁ ଆଶ୍ୱସ୍ତି
ଭୁବନେଶ୍ୱର – ବେଶ୍ କିଛି ଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଥିବା ଭୁବନେଶ୍ୱର ଓ କଟକ ବାସୀଙ୍କୁ ଆଜି କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣିଛି । ଅପରାହ୍ନରେ କାଳବୈଶାଖୀ ବର୍ଷାରେ ଭିଜିଛି ଟୁଇନ ସିଟି । ଅସହ୍ୟ ତାତି ଥିବା ବେଳେ ସାଢେ ୨ଟା ପରେ ଉଭୟ ସହରରେ ବର୍ଷା ଆରମ୍ଭ ହୋଇଯାଇଥିଲା । ବର୍ଷା ସହ କେତେକ ସ୍ଥାନରେ କୁଆପଥର ବୃଷ୍ଟି ବି ହୋଇଛି । ହିଟୱେଭ ଦୃଷ୍ଟିରୁ ଆଜି ପାଇଁ କଟକକୁ [...]
ଭୁବନେଶ୍ୱର – ବେଶ୍ କିଛି ଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଥିବା ଭୁବନେଶ୍ୱର ଓ କଟକ ବାସୀଙ୍କୁ ଆଜି କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣିଛି । ଅପରାହ୍ନରେ କାଳବୈଶାଖୀ ବର୍ଷାରେ ଭିଜିଛି ଟୁଇନ ସିଟି । ଅସହ୍ୟ ତାତି ଥିବା ବେଳେ ସାଢେ ୨ଟା ପରେ ଉଭୟ ସହରରେ ବର୍ଷା ଆରମ୍ଭ ହୋଇଯାଇଥିଲା । ବର୍ଷା ସହ କେତେକ ସ୍ଥାନରେ କୁଆପଥର ବୃଷ୍ଟି ବି ହୋଇଛି ।
ହିଟୱେଭ ଦୃଷ୍ଟିରୁ ଆଜି ପାଇଁ କଟକକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୁବନେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଥିଲା। ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଅପରାହ୍ନ ପ୍ରାୟ ସାଢ଼େ ୨ଟା ବେଳେ କାଳବୈଶାଖୀ ବର୍ଷା ଆଣିଥିଲା ଆଶ୍ୱସ୍ତି।
ଆଜି ତାପମାତ୍ରା ସାମାନ୍ୟ ହ୍ରାସ: ସାଢେ ୨ଟା ସୁଦ୍ଧା ସମ୍ବଲପୁର ଉତ୍ତପ୍ତ ସହର
Next Articleପ୍ରଜ୍ବଳ ରେଭାନ୍ନାଙ୍କ ଡିପ୍ଲୋମାଟିକ୍ ପାସପୋର୍ଟ ରଦ୍ଦ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସିଦ୍ଧରମୈୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
