ବଲାଙ୍ଗୀରରେ ରାହୁଲଙ୍କ ନିର୍ବାଚନ ପ୍ରଚାର: କହିଲେ କେବଳ ଆରବପତିଙ୍କ ପାଇଁ କାମ କରୁଛି ବିଜେପି ସରକାର
ବଲାଙ୍ଗୀର – କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କେନ୍ଦ୍ରରେ ବିଜେପି ସରକାର ଉପରେ ବର୍ଷିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା ରାହୁଲ ଗାନ୍ଧି ବଲାଙ୍ଗୀରରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି କହିଛନ୍ତି ଯେ, ବିଜେପି ଆସିଲେ ସମ୍ବିଧାନ ନଷ୍ଟ କରିଦେବ । କିନ୍ତୁ ବିଶ୍ବର କୌଣସି ଶକ୍ତି ଆମ ସମ୍ବିଧାନକୁ ଛୁଇଁ ପାରିବନାହିଁ ବୋଲି ରାହୁଲ କହିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ରର ବିଜେପି ସରକାର ସବୁ କାମ ୨୨ଜଣ ଆରବପତିଙ୍କ ପାଇଁ କରିଛନ୍ତି । ଆରବପତିଙ୍କ [...]
ବଲାଙ୍ଗୀର – କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କେନ୍ଦ୍ରରେ ବିଜେପି ସରକାର ଉପରେ ବର୍ଷିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା ରାହୁଲ ଗାନ୍ଧି ବଲାଙ୍ଗୀରରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି କହିଛନ୍ତି ଯେ, ବିଜେପି ଆସିଲେ ସମ୍ବିଧାନ ନଷ୍ଟ କରିଦେବ । କିନ୍ତୁ ବିଶ୍ବର କୌଣସି ଶକ୍ତି ଆମ ସମ୍ବିଧାନକୁ ଛୁଇଁ ପାରିବନାହିଁ ବୋଲି ରାହୁଲ କହିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ରର ବିଜେପି ସରକାର ସବୁ କାମ ୨୨ଜଣ ଆରବପତିଙ୍କ ପାଇଁ କରିଛନ୍ତି । ଆରବପତିଙ୍କ ପାଇଁ ୧୬ ଲକ୍ଷ କୋଟି ଋଣ ଛାଡ଼ କରିଛନ୍ତି ବିଜେପି ସରକାର। ୨୪ ବର୍ଷର ମନରେଗା ଯୋଜନା ଟଙ୍କା ସେମାନଙ୍କୁ ଦେଇ ଦେଇଛନ୍ତି ବୋଲି ଜୋରଦାର ଅଭିଯୋଗ କରିଛନ୍ତି ରାହୁଲ । କେନ୍ଦ୍ର ସରକାର କୃଷକ ଓ ଛାତ୍ରଛାତ୍ରୀଙ୍କ ପଢ଼ା ଋଣ ଛାଡ଼ କରିବାରେ ବିଫଳ ହୋଇଛନ୍ତି।
କଂଗ୍ରେସ ଆସିଲେ କୋଟିଏ ଲକ୍ଷପତି ତିଆରି କରିବ ବୋଲି ବଡ଼ ପ୍ରତିଶ୍ରୁତି ଦେଇଛନ୍ତି ରାହୁଲ। ନିର୍ବାଚନ ପ୍ରଚାର ପାଇଁ ରାହୁଲ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଗସ୍ତ କରିଛନ୍ତି । ପୂର୍ବରୁ ସେ ସାଲେପୁର ଆସି ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଥିଲେ।
Odisha Vigilance Apprehends Mahakalapada Tahasil Amin While Taking Bribe
Next Articleରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର: ବିକାଶ ପ୍ରସଙ୍ଗରେ ବିରୋଧୀଙ୍କୁ ପୁଣି ଟାର୍ଗେଟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
