ଛେଣ୍ଡିପଦାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : ବିଜେପିକୁ ଶାଣିତ ଆକ୍ରମଣ, ଭଲ ଦିନର ପ୍ରତିଶ୍ରୁତି କୁଆଡେ ଗଲା ବୋଲି ପ୍ରଶ୍ନ
ଭୁବନେଶ୍ବର – ନିର୍ବାଚନ ପ୍ରଚାରରେ ବିଜେପି ଉପରେ ଶାଣିତ ଆକ୍ରମଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଛେଣ୍ଡିପଦାରେ ବିରୋଧୀ ବିଜେପିକୁ ଘେରିଛନ୍ତି ନବୀନ । ବିଜେପିର ଅଛେ ଦିନ୍ କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭଲ ଦିନର ସ୍ବପ୍ନ ଦେଖାଇ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ । ଲୋକଙ୍କୁ ମିଛ କହି ଭୁଆଁ ବୁଲାଉଛନ୍ତି ବୋଲି ନବୀନ କହିଛନ୍ତି। ବିଏସକେୱାଇ, ମିଶନ ଶକ୍ତି, ମମତା, କାଳିଆ ଯୋଜନା, ୫-ଟି ସ୍କୁଲ ଓ ନୂଆ-ଓ [...]
ଭୁବନେଶ୍ବର – ନିର୍ବାଚନ ପ୍ରଚାରରେ ବିଜେପି ଉପରେ ଶାଣିତ ଆକ୍ରମଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଛେଣ୍ଡିପଦାରେ ବିରୋଧୀ ବିଜେପିକୁ ଘେରିଛନ୍ତି ନବୀନ । ବିଜେପିର ଅଛେ ଦିନ୍ କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭଲ ଦିନର ସ୍ବପ୍ନ ଦେଖାଇ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ । ଲୋକଙ୍କୁ ମିଛ କହି ଭୁଆଁ ବୁଲାଉଛନ୍ତି ବୋଲି ନବୀନ କହିଛନ୍ତି।
ବିଏସକେୱାଇ, ମିଶନ ଶକ୍ତି, ମମତା, କାଳିଆ ଯୋଜନା, ୫-ଟି ସ୍କୁଲ ଓ ନୂଆ-ଓ ଛାତ୍ରବୃତ୍ତି ଭଳି ଯୋଜନା ଲୋକଙ୍କ ସମାଜିକ ଓ ଅର୍ଥନୈତିକ ସ୍ଥିତିରେ ସୁଧାର ଆଣିଛି । ବିରୋଧୀ କିନ୍ତୁ ଏହିସବୁ ଯୋଜନାକୁ ବନ୍ଦ କରିଦେବାକୁ ଚକ୍ରାନ୍ତ କରୁଛନ୍ତି । ନିଜ ଜନ୍ମମାଟିର ଉନ୍ନତି ପାଇଁ କେନ୍ଦ୍ର ମନ୍ତ୍ରୀ କି ଉଲ୍ଲେଖନୀୟ କାମ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ।
ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଯେ, ୨୦୧୪ରେ ବିଜେପି ଏଲପିଜି, ପେଟ୍ରୋଲ, ଡିଜେଲ ଦର କମାଇବା ସହ ଚାଷୀଙ୍କ ପାଇଁ ଏମଏସପି ଦୁଇ ଗୁଣା କରିବାକୁ ପ୍ରତିଶ୍ରୁତି ଦେଇଥିଲା । ସେ ପ୍ରତିଶ୍ରୁତି ଏଯାଏଁ ପୂରଣ କରିପାରିନି ।
ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପିକୁ କରେଣ୍ଟ ଲାଗିଯାଇଛି । ଲୋକଙ୍କୁ ସୋଲାର ଲାଇଟ ନାଁରେ ଦିନରେ ବିଜେପି ନେତାମାନେ ଲଣ୍ଠନ ଦେଖାଉଛନ୍ତି ବୋଲି ସେ ତାତ୍ସଲ୍ୟ କରିଛନ୍ତି ।
କଙ୍ଗନା ୯୦ କୋଟି ସମ୍ପତ୍ତିର ମାଲିକାଣୀ
Next Articleକଳିଙ୍ଗରେ ସ୍ୱର୍ଣ୍ଣ ଜିତିଲେ ନୀରଜ ଚୋପ୍ରା, ନିରାଶ କଲେ କିଶୋର ଜେନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
