न्यूज़रूम ओडिशा
ब्रेकिंग
ओडिया समाचार

ରାଜ୍ୟରେ ଆସନ୍ତା ତିନି ଦିନ ଯାଏଁ ତାପମାତ୍ରାରେ ବୃଦ୍ଧି ସମ୍ଭାବନା, ୧୯ରୁ ପୁଣି ଗ୍ରୀଷ୍ମ ପ୍ରବାହ ପୂର୍ବାନୁମାନ

ଭୁବନେଶ୍ୱର – ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଚଳିତ ମାସ ୧୯ରୁ ସାରା ରାଜ୍ୟରେ ପୁଣି ଗ୍ରୀଷ୍ମପ୍ରବାହ ସ୍ଥିତି ଆରମ୍ଭ ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି [...]

Admin•16 मई 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଚଳିତ ମାସ ୧୯ରୁ ସାରା ରାଜ୍ୟରେ ପୁଣି ଗ୍ରୀଷ୍ମପ୍ରବାହ ସ୍ଥିତି ଆରମ୍ଭ ହୋଇପାରେ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସତର୍କତା ଜାରି କରାଯାଇଛି। ୧୯ରୁ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ । ବୁଧବାର ରାଜ୍ୟରେ ନୂଆପଡାରେ ସର୍ବାଧିକ ଦିନ ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା ।

#Odia#Odisha#News
Share Article:

Related Articles