ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର, ବିରୋଧୀଙ୍କୁ କଡ଼ା ସମାଲୋଚନା
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ସହିତ ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳ ପାଇଁ ଭୋଟ ମାଗିଛନ୍ତି । ଦଳର ସମ୍ୱଲପୁର ଓ ଢେଙ୍କାନାଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ସଭାରେ ବିରୋଧୀ ଦଳକୁ ଆକ୍ରମଣ କରି ମୁଖ୍ୟମନ୍ତ୍ରୀ କହିଲେ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ସହିତ ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳ ପାଇଁ ଭୋଟ ମାଗିଛନ୍ତି । ଦଳର ସମ୍ୱଲପୁର ଓ ଢେଙ୍କାନାଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।
ସଭାରେ ବିରୋଧୀ ଦଳକୁ ଆକ୍ରମଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସେମାନଙ୍କ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।
ବି.ଏସ୍.କେ.ୱାଇ, ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍ସନ ଯୋଜନା, ଚାଉଳ କାର୍ଡ ପରି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ଥିଲେ ଏସବୁ ଯୋଜନା ଭଲ କି ? ଜନତାଙ୍କ ସମୂହ ଉତ୍ତର ଥିଲା ‘ହଁ’ । ଯେତେବେଳେ ସେ ପଚାରିଲେ ନବୀନ ପଟ୍ଟନାୟକ ଭଲ କି ? ‘ହଁ’ ଧ୍ୱନିରେ ପ୍ରତିଧ୍ୱନିତ ହୋଇଥିଲା ସଭାସ୍ଥଳ ।
ସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଜୁଲାଇରୁ ଆଉ ବିଜୁଳି ବିଲ ଆସିବ ନାହିଁ । ବିଜୁ ଜନତା ଦଳ ସରକାର ମାଗଣା ବିଜୁଳି ଦେବ । ଆପଣମାନେ ଖୁସି ତ ? ତା’ପରେ ସେ ପୁଣି କହିଲେ ମା ସମଲେଇଙ୍କ ପ୍ରକଳ୍ପ କାମ ଭଲ ହୋଇଛି ତ ? ପୁରୀ ପରିକ୍ରମା ପ୍ରକଳ୍ପ ଭଲ ହେଇଛି ତ ? ବହୁତ ଭଲ ବୋଲି ଉଚ୍ଛ୍ୱସିତ ସ୍ୱରରେ ଜନତା ଉତ୍ତର ଦେଲେ ।
କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ପ୍ୟାକେଜ ଆସିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ବିଜେପିର ସମସ୍ତେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ସେମାନେ ପ୍ରଥମେ ଆଗେ ତାଙ୍କ ପାର୍ଲାମେଣ୍ଟାରି ପାର୍ଟିର ବୈଠକ କରି ନିଷ୍ପତ୍ତି କରନ୍ତୁ – କେଉଁ ରାଜ୍ୟକୁ ଏକ ନମ୍ୱର କରିବେ ? ତା’ପରେ ଓଡ଼ିଶା ଆସି ଆମର ଏକ ନମ୍ୱର ମୁଖ୍ୟମନ୍ତ୍ରୀଙ୍କ ଠାରୁ ପରାମର୍ଶ ନିଅନ୍ତୁ ।
ପ୍ରଧାନମନ୍ତ୍ରୀ ନିଜେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ତେଣୁ ସେମାନେ କୁହନ୍ତୁ, ତାଙ୍କ ରାଜ୍ୟକୁ କ’ଣ କରିବେ ? କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ କହୁଛନ୍ତି, କର୍ଣ୍ଣାଟକକୁ, ତେଲେଙ୍ଗାନାକୁ ଏକ ନମ୍ୱର କରିବେ । କିନ୍ତୁ ଗୁଜରାଟକୁ ଏକ ନମ୍ୱର କରିପାରିଲେ କି ?
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣମାନଙ୍କ ଭଲପାଇବା ଓ ଜୋସ୍ ଦେଖି ଏ ମାଟିର ପୁଅ କେନ୍ଦ୍ରମନ୍ତ୍ରୀ ଡରିକି ନିଜକୁ ସମ୍ବଲପୁରକୁ କୋରିଅର କରିଦେଲେ ବୋଲି ପାଣ୍ଡିଆନ କହିଥିଲେ ।
ତା’ପରେ ସେ କହିଥିଲେ ଯେ ଓଡ଼ିଶା ୧ ନମ୍ବର ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସହଯୋଗରେ ଓଡ଼ିଶାକୁ ଏକ ନମ୍ୱର କରିବେ । ଯେଉଁ ରାଜ୍ୟମାନଙ୍କରେ ଡବଲ ଇଞ୍ଜିନ ଚାଲୁଥିଲା । ସବୁ ବନ୍ଦ ହୋଇଗଲାଣି ।
ଜୁନ ୯ ତାରିଖରେ ୧୧.୩୦ରୁ ଗୋଟାଏ ମଧ୍ୟରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରଥମ ଦସ୍ତଖତ ହେବ ବିଜୁଳି ବିଲ୍ ଛାଡ୍, ଓଡ଼ିଶାର ୯୦ ପ୍ରତିଶତ ପରିବାର ଉପକୃତ ହେବେ । ଜୁଲାଇରୁ ବିଜୁଳି ବିଲ ଆସିବନାହିଁ, ଏହା ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ନବୀନ ବାବୁଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପିକୁ କରେଣ୍ଟ ଲାଗିଲାଣି । କହୁଛନ୍ତି, ସୋଲାର ପ୍ୟାନେଲ ବସାଇ ମାଗଣା ବିଜୁଳି ଦେବେ । ଏଥିପାଇଁ ଆପଣମାନଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ବିଜେପି ଦଳ ଦିନରେ ଲଣ୍ଠନ ଦେଖାଉଛନ୍ତି ।
ତା’ପରେ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଦସ୍ତଖତରେ ବି.ଏସ୍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ । ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ମାନଙ୍କ ପାଇଁ ୬୦ ବର୍ଷରେ ଭତ୍ତା ବ୍ୟବସ୍ଥା ହେବ । ଏହି ତିନୋଟି ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ଏହାକୁ ଘରେ ଘରେ ପହଞ୍ଚାନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ ।
ଏହାପରେ ସେ ପଚାରିଥିଲେ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ୍ କିଏ ଡବଲ କରିଛନ୍ତି ? ସନ୍ଥକବି ଭୀମ ଭୋଇଙ୍କ ସ୍ମୃତିପୀଠ ଓ ଜନ୍ମସ୍ଥାନର କିଏ ରୂପାନ୍ତରଣ କରିଛନ୍ତି ? ରେଢ଼ାଖୋଲରେ ବ୍ୟାପକ ଜଳସେଚନର ସୁବିଧା କିଏ କରିଛନ୍ତି ? ପାଣ୍ଡିଆନଙ୍କ ପ୍ରଶ୍ନରେ ଲୋକଙ୍କ ଠାରୁ ଉତ୍ତର ଆସିଥିଲା ‘ମୁଖ୍ୟମନ୍ତ୍ରୀ’ ଓ ମୁଖ୍ୟମନ୍ତ୍ରୀ ।
ପାଣ୍ଡିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ସଭାରେ ବିପୁଳ ଜନ ସମାବେଶ ଦେଖି ବିରୋଧୀଙ୍କ ଆତ୍ମବିଶ୍ୱାସ ଭାଙ୍ଗି ଗଲାଣି । ତେଣୁ ବାହାରୁ ଆସି ସେମାନଙ୍କ ନେତାମାନେ ନବୀନ ବାବୁଙ୍କୁ ଅସମ୍ମାନ କରୁଛନ୍ତି । ଆପଣମାନେ ସେହି ବ୍ୟକ୍ତିମାନଙ୍କୁ କଡ଼ା ଜବାବ ଦିଅନ୍ତୁ ।
ସମ୍ୱଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ କହିଥିଲେ ଯେ ଗୋଟିଏ ପଟେ ବିରୋଧୀଙ୍କ ମିଥ୍ୟା ପ୍ରଚାର ଚାଲିଛି, ଅନ୍ୟପଟେ ନବୀନ ପଟ୍ଟନାୟକଙ୍କ ଲୋକମତକୁ ସମ୍ମାନ ଦେଇ କାମ କରିବାର ଚିନ୍ତାଧାରା । ଏବେ ସମୟ ଆସିଛି ବିଚାର କରିବା ପାଇଁ, ଆମେ କାହାକୁ ବାଛିବା ।
କାର୍ଯ୍ୟକ୍ରମରେ ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, ଅନୁଗୋଳ ବିଧାୟକ ପ୍ରାର୍ଥୀ ସଂଯୁକ୍ତା ସିଂହ, ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ପାଲଲହଡ଼ା ବିଧାୟକ ପ୍ରାର୍ଥୀ ମୁକେଶ କୁମାର ପାଳ, ଢେଙ୍କାନାଳ ବିଧାୟକ ପ୍ରାର୍ଥୀ ସୁଧୀର କୁମାର ସାମଲ, ହିନ୍ଦୋଳ ବିଧାୟକ ପ୍ରାର୍ଥୀ ମହେଶ ସାହୁ, କାମାକ୍ଷାନଗର ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲୀକ, ପରଜଙ୍ଗ ବିଧାୟକ ପ୍ରାର୍ଥୀ ଡଃ ନୃସିଂହ ସାହୁ ଏବଂ ଢେଙ୍କାନାଳ ସାଂସଦ ପ୍ରାର୍ଥୀ ଅବିନାଶ ସାମଲ ପ୍ରମୁଖ ନିଜ ନିଜ ସପକ୍ଷରେ ଭୋଟ ପ୍ରଚାର କରି ସେମାନଙ୍କ ଅଭିଭାଷଣ ରଖିଥିଲେ ।
ଓଡ଼ିଶାକୁ ଆସୁଥିବା ବିରୋଧୀ ଦଳ ନେତାମାନେ ରାଜନୈତିକ ପର୍ଯ୍ୟଟକ, କେବଳ ଭୋଟ୍ ବେଳେ ଆସିବେ : ନବୀନ ପଟ୍ଟନାୟକ
Next ArticleBJD Supremo Makes Marathon Campaigns in Dhenkanal, Angul & Rairakhol Constituencies; Targets Opposition
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
