ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୯୬୧୨ ପୋଲିଂ ବୁଥ୍ , ୭୯ ଲକ୍ଷରୁ ଅଧିକ ଭୋଟର
ଭୁବନେଶ୍ୱର – ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ। ଏହି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ପାଇଁ ମୋଟ ୯ ହଜାର ୧୬୨ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ [...]
ଭୁବନେଶ୍ୱର – ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ।
ଏହି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ପାଇଁ ମୋଟ ୯ ହଜାର ୧୬୨ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ୧ ହଜାର ୪୧ଟି ବୁଥ୍ ମହିଳା ଓ ୨୫ଟି ବୁଥ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ୧ ହଜାର ୫୪୧ଟି ଆଦର୍ଶ ବୁଥ୍ ରହିଛି। ୨୦ ପ୍ରତିଶତ ବୁଥ ସମ୍ବେଦନଶୀଳ ଭାବେ ଚିହ୍ନଟ ହୋଇଛି। ଏସବୁ ବୁଥ୍କୁ ଜଗିବେ ୧୦୨ କମ୍ପାନି କେନ୍ଦ୍ରୀୟ ସୁରକ୍ଷା ବଳ । ୬୦ ପ୍ରତିଶତ ବୁଥ୍ରେ ଲାଇଭ ଷ୍ଟ୍ରିମିଂ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।
ଆଜି ଥମିବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ହାଇଭୋଲଟେଜ ପ୍ରଚାର , ୨୦ରେ ଭୋଟ୍
Next Articleକୃଷ୍ଣପ୍ରସାଦରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର : ବିକାଶ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
