ଆନନ୍ଦପୁରରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ବିରୋଧୀଙ୍କୁ ପ୍ରହାର
ଆନନ୍ଦପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆନନ୍ଦପୁରରେ ନିର୍ବାଚନ ପ୍ରଚାର କରି ବିରୋଧୀ ଦଳ ଉପରେ କଡା ପ୍ରହାର କରିଛନ୍ତି। ସେ କହିଛନ୍ତି ଯେ, ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର । କିନ୍ତୁ ବିକାଶ ହେଉଛି ବିଜେଡିର ଅସ୍ତ୍ର। ବିରୋଧୀଙ୍କ କୁମ୍ଭୀର କାନ୍ଦଣା ଚଳିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସାଂସଦ ଓ ଆନନ୍ଦପୁର ଓ ଘଷିପୁରାର ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ [...]
ଆନନ୍ଦପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆନନ୍ଦପୁରରେ ନିର୍ବାଚନ ପ୍ରଚାର କରି ବିରୋଧୀ ଦଳ ଉପରେ କଡା ପ୍ରହାର କରିଛନ୍ତି। ସେ କହିଛନ୍ତି ଯେ, ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର । କିନ୍ତୁ ବିକାଶ ହେଉଛି ବିଜେଡିର ଅସ୍ତ୍ର। ବିରୋଧୀଙ୍କ କୁମ୍ଭୀର କାନ୍ଦଣା ଚଳିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସାଂସଦ ଓ ଆନନ୍ଦପୁର ଓ ଘଷିପୁରାର ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ବିଏସକେୱଇ, ମିଶନ ଶକ୍ତି, ଲକ୍ଷ୍ମୀ ବସ୍, ମମତା, ୫-ଟି ସ୍କୁଲ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍ସନ, ଚାଉଳ କାର୍ଡ ଇତ୍ୟାଦି ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନାର ସୁଫଳ ସଂପର୍କରେ ଜନମତ ନେଇଥିଲେ ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଲ କି ବୋଲି ପଚାରିଥିଲେ । ସମବେତ ଜନତାଙ୍କ ‘ହଁ’ ରେ ପ୍ରକମ୍ପିତ ହୋଇଥିଲା ସଭାସ୍ଥଳ ।
ଜୁଲାଇରୁ ବିଜୁଳ ବିଲ୍ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ମାଗଣାରେ ବିଜୁଳି ଦେବ, ଆପଣଣାନେ ଖୁସି ତ? ପୁରୀ ମନ୍ଦିର ଓ ମା’ ସମଲେଇ ପ୍ରକଳ୍ପ କାମ ଭଲ ହୋଇଛି କି ନାହିଁ ପଚାରିଥିଲେ ମୁଖ୍ୟମନ୍ତ୍ରୀ। ବହୁତ ଭଲ ବୋଲି ଉଚ୍ଚ ସ୍ବରରେ ଉତ୍ତର ଦେଇଥିଲେ ଜନତା ।
ଆନନ୍ଦପୁର ପ୍ରଚାର ସଭାରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଭାଷଣ ଦେଇଥିଲେ। ବିରୋଧୀ ଦଳକୁ ପୁଣି ଟାର୍ଗେଟ କରିଥିଲେ ପାଣ୍ଡିଆନ। ଲୋକେ ବିଜେପିର ଚାଲକୁ ବୁଝନ୍ତୁ । ବିଜେପିର ମିଛ ପ୍ରଚାର ବିଷୟରେ ମଧ୍ୟ ସମସ୍ତଙ୍କୁ ସତର୍କ କରାନ୍ତୁ ବୋଲି ଅପିଲ୍ କରିଥିଲେ ପାଣ୍ଡିଆନ। ଲୋକଙ୍କ ଉତ୍ସାହ ଦେଖି ବିରୋଧୀଙ୍କ ନିଦ ଭାଙ୍ଗିଗଲାଣି, ଜଣାପଡୁଛି ବିରୋଧୀଙ୍କୁ ଆପଣ ଠିକ୍ ଜବାବ ଦେବେ ବୋଲି ସଭାକୁ କହିଥିଲେ ପାଣ୍ଡିଆନ । ଆପଣମାନଙ୍କ ଖୁସିରେ ମୁଖ୍ୟମନ୍ତ୍ରୀ ଖୁସି ହୁଅନ୍ତି ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟ ସବୁଠାରୁ ଭଲ ଜାଗାରେ ସେ ଆଦିବାସୀ ଭାଇଭଉଣୀ ମାନଙ୍କୁ ରଖିଛନ୍ତି, ଆଦିବାସୀ ସଂପ୍ରଦାୟଙ୍କୁ ସେ ବହୁତ ଭଲ ପାଆନ୍ତି । ସେମାନଙ୍କ କଳା, ସଂସ୍କୃତି, ପୂଜାସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଡବଲ ଇଞ୍ଜିନ କଥା କହୁଥିବା ବିଜେପି ସରକାର କହିପାରିବେ କି, କେଉଁ ରାଜ୍ୟରେ ଆଦିବାସୀ ମାନଙ୍କ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇଭଉଣୀ ମାନଙ୍କ ଉପରୁ ୫୦ ହଜାର ଛୋଟ ବଡ ପୋଲିସ କେସ୍ ରଦ୍ଦ କରିଛନ୍ତି । ହଜାର ହଜାର ହଷ୍ଟେଲ ମାଧ୍ୟମରେ ଲକ୍ଷ ଲକ୍ଷ ଆଦିବାସୀ ପିଲାଙ୍କୁ ପାଠ ପଢାଉଛନ୍ତି । ଜଙ୍ଗଲ ଉପରେ ନିର୍ଭରଶୀଳ ଆଦିବାସୀ ଭାଇଭଉଣୀମାନଙ୍କୁ ଜଙ୍ଗଲଜାତ ଦ୍ରବ୍ୟର ଉଚିତ ମୂଲ୍ୟ ଦେବା ପାଇଁ ‘ଲାଭ’ ଯୋଜନା ଆରମ୍ଭ କରିଛନ୍ତି ।
ବିରୋଧୀ ଦଳ ନେତା ମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣଙ୍କ ଭଲ ପାଇବା ଦେଖି ପୁରା ଭାଙ୍ଗି ପଡିଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି।
ସେ ପୁଣି କହିଥିଲେ ଯେ, ଜୁନ ୯ ରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏହା ସାରା ଓଡିଶା ଜାଣିଲାଣି । ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ ଓଡିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ୍ ଛାଡ ଉପରେ ହେବ । ଦ୍ବିତୀୟ ଦସ୍ତଖତ ହେବ ସମସ୍ତେ ବିଏସକେୱ।ଇ ନବୀନ କାର୍ଡ ପାଇବେ । ତୃତୀୟ ଦସ୍ତଖତ ହେବ ୬୦ ବର୍ଷ ପରେ ମିଶନ ଶକ୍ତି ସଦସ୍ୟା ଓ କର୍ମୀମାନଙ୍କ ପାଇଁ ପେନ୍ସନ ବ୍ୟବସ୍ଥା, ଏହା ସେମାନଙ୍କର ବହୁ ଦିନର ଦାବି ଥିଲା
ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିରୋଧୀଙ୍କୁ ସକ୍ ମାରିଲାଣି, ସେମାନେ କହୁଛନ୍ତି ବିଜୁଳି ମାଗଣା ଦେବେ । ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡିବ, ତା ପରେ ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ପାଇବେ ମାଗଣା ବିଜୁଳି । ବିଜେପି ଦିନରେ ଲଣ୍ଠନ ଦେଖାଉଛି ବୋଲି ପାଣ୍ଡିଆନ କହିଥିଲେ। ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ସୁଖଦୁଃଖରେ ଅଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଅପିଲ କରିଛନ୍ତି ପାଣ୍ଡିଆନ।
କେନ୍ଦୁଝର ସଦରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : କହିଲେ ବିକାଶ ବିଜେଡିର ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର
Next ArticleWeapon of BJD is Development: Naveen at Anandapur
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
