ନୂଆ ଅପରାଧିକ ଆଇନକୁ ଚ୍ୟାଲେଞ୍ଜ, ସୋମବାର ସୁପ୍ରିମକୋର୍ଟରେ ଶୁଣାଣି
ନୂଆଦିଲ୍ଲୀ: ତିନି ନୂଆ ଅପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଆଗତ ଏକ ଆବେଦନର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୁରୁଣା ନିୟମରେ ଆମୂଳଚୁଳ ପରିବର୍ତ୍ତନ କରି ଏହି ତିନି ନୂଆ ଆଇନ ଆଣିଛନ୍ତି କେନ୍ଦ୍ର ସରକାର। ଜଷ୍ଟିସ ବେଲା ଏମ୍ ତ୍ରିବେଦୀ ଏବଂ ଜଷ୍ଟିସ ପଙ୍କଜ ମିଥଲଙ୍କ ଏକ ଅବକାଶ କାଳୀନ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିପାରନ୍ତି। ଗତ ବର୍ଷ ଡିସେମ୍ବର ୨୧ରେ ଲୋକସଭାରେ ପାରିତ ହୋଇଥିଲା ଏହି ତିନି ଅପରାଧିକ ଆଇନ। ଏହି ତିନି [...]
ନୂଆଦିଲ୍ଲୀ: ତିନି ନୂଆ ଅପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଆଗତ ଏକ ଆବେଦନର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୁରୁଣା ନିୟମରେ ଆମୂଳଚୁଳ ପରିବର୍ତ୍ତନ କରି ଏହି ତିନି ନୂଆ ଆଇନ ଆଣିଛନ୍ତି କେନ୍ଦ୍ର ସରକାର। ଜଷ୍ଟିସ ବେଲା ଏମ୍ ତ୍ରିବେଦୀ ଏବଂ ଜଷ୍ଟିସ ପଙ୍କଜ ମିଥଲଙ୍କ ଏକ ଅବକାଶ କାଳୀନ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିପାରନ୍ତି।
ଗତ ବର୍ଷ ଡିସେମ୍ବର ୨୧ରେ ଲୋକସଭାରେ ପାରିତ ହୋଇଥିଲା ଏହି ତିନି ଅପରାଧିକ ଆଇନ। ଏହି ତିନି ଅପରାଧିକ ଆଇନ ହେଉଛି – ଭାରତୀୟ ନ୍ୟାୟ (ଦ୍ୱିତୀୟ) ସଂହିତା, ଭାରତୀୟ ନାଗରିକ ସୁରକ୍ଷା (ଦ୍ୱିତୀୟ) ସଂହିତା ଏବଂ ଭାରତୀୟ ସାକ୍ଷ୍ୟ (ଦ୍ୱିତୀୟ) ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ତିନି ବିଲ୍ ଉପରେ ୨୫ ଡିସେମ୍ବରରେ ମୋହର ମାରିଥିଲେ। ଏହି ନୂଆ ଆଇନ ଯଥାକ୍ରମେ ଭାରତୀୟ ପିଙ୍ଗଳ କୋଡ୍ (ଆଇପିସି), ସିଆରପିସି, ଏବଂ ଭାରତୀୟ ସାକ୍ଷ୍ୟ ଆଇନର ସ୍ଥାନ ନେବ।
ଏହି ତିନି ନୂଆ ଆଇନର କାର୍ଯ୍ୟକାରିତା ଉପରେ ସ୍ଥଗିତାଦେଶ ଜାରି କରିବାକୁ ବିଶାଳ ତିୱାରୀ ନାମକ ଜଣେ ଓକିଲ ଆବେଦନ କରିଛନ୍ତିି। ଏଥିରେ ସେ ଯୁକ୍ତି କରିଛନ୍ତିି ଯେ ବିରୋଧୀ ଦଳର ଅଧିକାଂଶ ସଦସ୍ୟଙ୍କୁ ନିଲମ୍ବିତ କରାଯାଇ ଏହି ତିନି ବିଲ୍ ସଂସଦରେ ବିନା କୌଣସି ଆଲୋଚନାରେ ପାରିତ ହୋଇଥିଲା। ଅତଏବ ଏହି ତିନି ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ଆକଳନ କରିବା ପାଇଁ ତୁରନ୍ତ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ କୋର୍ଟଙ୍କୁ ଅନୁରୋଧ କରିଛନ୍ତି ଆବେଦନକାରୀ।
ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ସମସ୍ତ ପ୍ରସ୍ତୁତି ଶେଷ: କାଲି ୫ ଲୋକସଭା, ୩୫ ବିଧାନସଭା ଆସନରେ ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ
Next ArticleCM Congratulates Team Odisha on Winning Highest Number of Medals in India Skills 2024
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
