୫ ଲୋକସଭା, ୩୫ ବିଧାନସଭା ଆସନରେ ମତଦାନ ଆରମ୍ଭ, ୩୦୫ ପ୍ରାର୍ଥୀଙ୍କ ଫଇସଲା କରିବେ ୭୯ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର
ଭୁବନେଶ୍ୱର – ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୫ଟି ଲୋକସଭା ଆସନ ଓ ଏସବୁ ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ରଣାଙ୍ଗନରେ ଅଛନ୍ତି ମୋଟ ୩୦୫ ଜଣ ପ୍ରାର୍ଥୀ। ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ ଓ ଆସ୍କା ଲୋକସଭା ଆସନରେ ମୋଟ ୪୦ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିବା ବେଳେ ୩୫ ବିଧାନସଭା ଆସନରେ ଲଢୁଛନ୍ତି ୨୬୫ ପ୍ରାର୍ଥୀ। ୭୯ [...]
ଭୁବନେଶ୍ୱର – ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୫ଟି ଲୋକସଭା ଆସନ ଓ ଏସବୁ ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ରଣାଙ୍ଗନରେ ଅଛନ୍ତି ମୋଟ ୩୦୫ ଜଣ ପ୍ରାର୍ଥୀ। ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ ଓ ଆସ୍କା ଲୋକସଭା ଆସନରେ ମୋଟ ୪୦ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିବା ବେଳେ ୩୫ ବିଧାନସଭା ଆସନରେ ଲଢୁଛନ୍ତି ୨୬୫ ପ୍ରାର୍ଥୀ। ୭୯ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ।
ଏହିଷପର୍ଯ୍ୟାୟରେ ୧୩ ଜଣ ହେଭିୱେଟ ପ୍ରାର୍ଥୀଙ୍କ ଉପରେ ନଜର ରହିଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨ଟି ଆସନ ହିଞ୍ଜିିଳି ଓ କଣ୍ଟାବାଞ୍ଜିରେ ଆଜି ଭୋଟ ଗ୍ରହଣ ହେଉଛି ।
ଏହି ପର୍ଯ୍ୟାୟରେ ମତଦାନ ପାଇଁ ମୋଟ ୯ ହଜାର ୧୬୨ଟି ବୁଥ ପ୍ରତିଷ୍ଠା କରାଯାଇଛି। ଏଥିମଧ୍ୟରୁ ୧ ହଜାର ୪୧ ବୁଥକୁ ମହିଳା ପୋଲିଂ କର୍ମଚାରୀ ଓ ୨୫ଟି ବୁଥକୁ ପିଡବ୍ଲୁଡି କର୍ମଚାରୀ ପରିଚାଳନା କରୁଛନ୍ତି। ୧୫୪୧ ଆଦର୍ଶ ବୁଥ ମଧ୍ୟ କରାଯାଇଛି। ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଭାବେ ଚିହ୍ନଟ ହୋଇଛି।
ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରେ ୨୨, ଗଞ୍ଜାମ ଜିଲ୍ଲାରେ ୨୦, ସୁନ୍ଦରଗଡ଼ରେ ୧୬, ବଲାଙ୍ଗୀରରେ ୧୪, ବରଗଡ଼ରେ ୧୪, ଝାରସୁଗୁଡ଼ାରେ ୫ ଓ ବୌଦ୍ଧରେ ୫ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଥିଲା। ଏହି ପର୍ଯ୍ୟାୟରେ ୪ଟି ଲୋକସଭା ଆସନ – ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଲୋକସଭା ଆସନ ଓ ୨୮ ବିଧାନସଭା ଆସନରେ ମତଦାନ ହୋଇଥିଲା। ଭୋଟ୍ ପ୍ରତିଶତ ହାର ୭୪ ପ୍ରତିଶତରୁ ଅଧିକ ରହିଥିଲା ।
ରାଜ୍ୟରେ ଏହି ମାସ ୨୫ରେ ତୃତୀୟ ଓ ଜୁନ ପହିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ ।
ଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
Next ArticleVoting for Second Phase Polls Begins in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
