ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ : ଚର୍ଚ୍ଚିତ ଆସନ ଓ ପ୍ରମୁଖ ପ୍ରାର୍ଥୀ
ଭୁବନେଶ୍ବର – ରାଜ୍ୟରେ ଆଜି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼ ଓ ସୁନ୍ଦରଗଡ଼ ଲୋକସଭା ଏବଂ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି। ୩୦୫ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୭୯ ଲକ୍ଷରୁ ଅଧିକ ଭୋଟର। ଏହି ପର୍ଯ୍ୟାୟରେ ୧୫ରୁ ଅଧିକ ହେଭିୱଟ ନେତା ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସ୍କା ସଂସଦୀୟ କ୍ଷେତ୍ରର ହିଞ୍ଜିଳି ବିଧାନସଭା ଓ ବଲାଙ୍ଗିର ସଂସଦୀୟ କ୍ଷେତ୍ରର କଣ୍ଟାବାଞ୍ଜି ବିଧାନସଭା [...]
ଭୁବନେଶ୍ବର – ରାଜ୍ୟରେ ଆଜି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼ ଓ ସୁନ୍ଦରଗଡ଼ ଲୋକସଭା ଏବଂ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି। ୩୦୫ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୭୯ ଲକ୍ଷରୁ ଅଧିକ ଭୋଟର। ଏହି ପର୍ଯ୍ୟାୟରେ ୧୫ରୁ ଅଧିକ ହେଭିୱଟ ନେତା ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସ୍କା ସଂସଦୀୟ କ୍ଷେତ୍ରର ହିଞ୍ଜିଳି ବିଧାନସଭା ଓ ବଲାଙ୍ଗିର ସଂସଦୀୟ କ୍ଷେତ୍ରର କଣ୍ଟାବାଞ୍ଜି ବିଧାନସଭା ଏଥର ଲଢୁଛନ୍ତି। ଦୁଇଟି ଯାକ ଆସନରେ ଆଜି ମତଦାନ ହେଉଛି। ହିଞ୍ଜିଳିରୁ ଷଷ୍ଠ ଥର ପାଇଁ ଲଢୁଛନ୍ତି ନବୀନ । କଣ୍ଟାବାଞ୍ଜିରୁ ପ୍ରଥମ ଥର ପାଇଁ ଲଢୁଛନ୍ତି ବିଜେଡି ସୁପ୍ରିମୋ।
ଏହି ପର୍ଯ୍ୟାୟର ଅନ୍ୟ ପ୍ରମୁଖ ପ୍ରାର୍ଥୀ ହେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ । ସୁନ୍ଦରଗଡ଼ ଲୋକସଭା ଆସନରୁ ଲଢ଼ୁଛନ୍ତି ଜୁଏଲ ଓରାମ। ବିଜେଡିର ଦିଲୀପ ତିର୍କୀଙ୍କ ସହ ତାଙ୍କର ଟକ୍କର ହେଉଛି। ତେଣୁ ଏହି ଆସନ ଉପରେ ବି ସମସ୍ତଙ୍କର ନଜର ରହିବ ।
ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ କନ୍ଧମାଳ ଲୋକସଭା ଆସନରୁ ଡକ୍ଟର ଅଚ୍ୟୁତ ସାମନ୍ତ, ସୋନପୁର ଆସନରୁ ନିରଞ୍ଜନ ପୂଜାରୀ, ରାଉରକେଲାରୁ ଦିଲୀପ ରାୟ ଓ ସାରଦା ନାୟକ, ବରଗଡ଼ ଲୋକସଭା ଆସନରୁ ପ୍ରଦୀପ ପୁରୋହିତ, ଟିଟିଲାଗଡ଼ ବିଧାନସଭା ଆସନରୁ ଟୁକୁନି ସାହୁ, ଭଞ୍ଜନଗର ଆସନରୁ ବିକ୍ରମ କେଶରୀ ଆରୁଖ, ବଲାଙ୍ଗୀର ବିଧାନସଭା ଆସନରୁ କଳିକେଶ ନାରାୟଣ ସିଂହଦେଓ, ସାନଖେମୁଣ୍ଡିରୁ ରମେଶ ଜେନା ।
Kartik Pandian Exposes Center and Union Minister’s Role In Support to Chhattisgarh On Mahanadi Issue
Next Articleପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ, ୮ ରାଜ୍ୟର ୪୯ ଆସନରେ ଚାଲିଛି ଭୋଟ ଗ୍ରହଣ; ରାଜନାଥ, ସ୍ମୃତି, ରାହୁଲଙ୍କ ଭାଗ୍ୟ ପରୀକ୍ଷା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
