ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଶେଷ, ୩୦୫ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ଇଭିଏମରେ ସିଲ୍
ଭୁବନେଶ୍ୱର – ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରାୟତଃ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ଅଧିକ ରହିବା ଆଶା କରାଯାଉଛି। ସଂଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ମତଦାନ ହାର ୬୦ ଦଶମିକ ୫୫ ପ୍ରତିଶତ ଥିଲା । ଏହି ସଂଖ୍ୟା ଆହୁରି ବଢିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ବମ୍ପର ଭୋଟିଂ ହୋଇଥିଲା । ୭୪ [...]
ଭୁବନେଶ୍ୱର – ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରାୟତଃ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ଅଧିକ ରହିବା ଆଶା କରାଯାଉଛି। ସଂଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ମତଦାନ ହାର ୬୦ ଦଶମିକ ୫୫ ପ୍ରତିଶତ ଥିଲା । ଏହି ସଂଖ୍ୟା ଆହୁରି ବଢିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ବମ୍ପର ଭୋଟିଂ ହୋଇଥିଲା । ୭୪ ପ୍ରତିଶତରୁ ଅଧିକ ମତଦାନ ରେକର୍ଡ କରାଯାଇଥିଲା ।
ଆଜି ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ୫ ଲୋକସଭା ଆସନ ଓ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହୋଇଛି। ୪୦ ଲୋକସଭା ଓ ୨୬୫ ବିଧାନସଭା ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ଆଜି ଆସ୍କା, କନ୍ଧମାଳ, ବଲାଙ୍ଗୀର, ବରଗଡ଼ ଓ ସୁନ୍ଦରଗଡ଼ ଲୋକସଭା ଆସନରେ ମତଦାନ ହୋଇଛି। ଏସବୁ ଲୋକସଭା ଆସନ ଅଧୀନସ୍ଥ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହୋଇଛି।
ଦ୍ବିତୀୟ ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀମାନେ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ( ହିଞ୍ଜିଳି ଓ କଣ୍ଟାବାଞ୍ଜି ) , ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ (ସୁନ୍ଦରଗଡ଼ ଲୋକସଭା ଆସନ) ଦିଲୀପ ତିର୍କୀ ( ସୁନ୍ଦରଗଡ଼ ଲୋକସଭା ଆସନ),
କନ୍ଧମାଳ ଲୋକସଭା ଆସନରୁ ଡକ୍ଟର ଅଚ୍ୟୁତ ସାମନ୍ତ, ସୋନପୁର ଆସନରୁ ନିରଞ୍ଜନ ପୂଜାରୀ, ରାଉରକେଲାରୁ ଦିଲୀପ ରାୟ ଓ ସାରଦା ନାୟକ, ବରଗଡ଼ ଲୋକସଭା ଆସନରୁ ପ୍ରଦୀପ ପୁରୋହିତ, ଟିଟିଲାଗଡ଼ ବିଧାନସଭା ଆସନରୁ ଟୁକୁନି ସାହୁ, ଭଞ୍ଜନଗର ଆସନରୁ ବିକ୍ରମ କେଶରୀ ଆରୁଖ, ବଲାଙ୍ଗୀର ବିଧାନସଭା ଆସନରୁ କଳିକେଶ ନାରାୟଣ ସିଂହଦେଓ, ସାନଖେମୁଣ୍ଡିରୁ ରମେଶ ଜେନା ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟର ୪ ଲୋକସଭା ଓ ୨୮ ବିଧାନସଭା ଆସନରେ ମତଦାନ ହୋଇଥିଲା । ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଏହିମାସ ୨୫ ଓ ଚତୁର୍ଥ ପର୍ଯ୍ୟାୟ ମତଦାନ ଜୁନ ପହିଲାରେ ହେବ । ଜୁନ ୪ ତାରିଖରେ ହେବ ଭୋଟ୍ ଗଣତି ।
BJP Puri Lok Sabha Candidate’s Statement on Lord Jagannath Deeply Hurt Odia Asmita: Naveen
Next ArticleNaveen Holds Mega Roadshow in Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
