କରଞ୍ଜିଆରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର
ଭୁବନେଶ୍ୱର – ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ଆଜି ନିର୍ବାଚନ ପ୍ରଚାର କରିଛନ୍ତି ବିଜେଡିର ତାରକା ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ। ଦେଇଛନ୍ତି ବିକାଶର ହିସାବ । ଏକ ଜନସଭାକୁ ସମ୍ବୋଧିତ କରିଥିଲେ ପାଣ୍ଡିଆନ । ଠାକୁରମୁଣ୍ଡା-କରଞ୍ଜିଆ ସହିତ ତାଙ୍କ ସମ୍ପର୍କ ବହୁତ ପୁରୁଣା ବୋଲି ସେ କହିଥିଲେ। ୨୦ ବର୍ଷ ତଳେ ଏଠାରେ ଭଲ ରାସ୍ତା ନଥିଲା । ଜଙ୍ଗଲ ଭିତରେ ଲୋକମାନେ ବହୁତ ଅସୁବିଧାରେ ଯିବା ଆସିବା କରୁଥିଲେ । ଆଜି ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳର ବହୁ [...]
ଭୁବନେଶ୍ୱର – ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ଆଜି ନିର୍ବାଚନ ପ୍ରଚାର କରିଛନ୍ତି ବିଜେଡିର ତାରକା ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ। ଦେଇଛନ୍ତି ବିକାଶର ହିସାବ । ଏକ ଜନସଭାକୁ ସମ୍ବୋଧିତ କରିଥିଲେ ପାଣ୍ଡିଆନ । ଠାକୁରମୁଣ୍ଡା-କରଞ୍ଜିଆ ସହିତ ତାଙ୍କ ସମ୍ପର୍କ ବହୁତ ପୁରୁଣା ବୋଲି ସେ କହିଥିଲେ। ୨୦ ବର୍ଷ ତଳେ ଏଠାରେ ଭଲ ରାସ୍ତା ନଥିଲା । ଜଙ୍ଗଲ ଭିତରେ ଲୋକମାନେ ବହୁତ ଅସୁବିଧାରେ ଯିବା ଆସିବା କରୁଥିଲେ । ଆଜି ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳର ବହୁ ପରିବର୍ତ୍ତନ ଘଟାଇଛନ୍ତି । ନବୀନ ବାବୁ ଆପଣଙ୍କୁ ତାଙ୍କ ହୃଦୟରେ ରଖିଛନ୍ତି, ଅନ୍ୟମାନେ ଆପଣଙ୍କୁ ଭୋଟ ପାଇଁ ରଖିଛନ୍ତି ବୋଲି ପାଣ୍ଡିଆନ ବିରୋଧିଙ୍କୁ କଟାକ୍ଷ କରି କହିଥିଲେ। ନବୀନ ବାବୁ ଆପଣଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାଗିରାର ଉନ୍ନତି ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ଆଦିବାସୀ ଭାଇଭଉଣୀମାନେ କୋର୍ଟକଚେରୀ ଆସି ହେଉଥିବା ହଇରାଣରୁ ମୁକ୍ତ କରିବା ପାଇଁ ସେମାନଙ୍କ ଉପରୁ ୫୦ ହଜାରରୁ ଅଧିକ ପୋଲିସ୍, ଅବକାରୀ ଓ ଜଙ୍ଗଲ କେଶ୍ ରଦ୍ଦ କରିଛନ୍ତି । ସାରା ଭାରତବର୍ଷରେ ଓଡ଼ିଶାରେ ଅଧିକ ଆଦିବାସୀ ଝିଅ ହଷ୍ଟେଲରେ ରହି ପାଠ ପଢ଼ୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ।
ଅନ୍ୟ ରାଜ୍ୟମାନଙ୍କରେ ଟ୍ରାଇବାଲ ବଜେଟ କମି କମି ଯାଉଛି । କିନ୍ତୁ ନବୀନ ବାବୁ ଓଡ଼ିଶାରେ ପ୍ରତିବର୍ଷ ଏହାକୁ ବଢ଼ାଉଛନ୍ତି । ନବୀନ ବାବୁ ଆପଣଙ୍କ ସହିତ ସବୁଦିନ ଅଛନ୍ତି ବୋଲି ପାଣ୍ଡିଆନ କହିଥିଲେ।
ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଦୋହରାଇଛନ୍ତି ପାଣ୍ଡିଆନ ।ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍ ଛାଡ଼୍ ହେବ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ ତୃତୀୟ ଦସ୍ତଖତରେ ମିଶନଶକ୍ତି ମା’ ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍ସନ୍ ବ୍ୟବସ୍ଥା କରାଯିବ ବୋଲି ପାଣ୍ଡିଆନ ଜନସଭାରେ କହିଥିଲେ।
ବିଜୁଳି ବିଲ୍ ଛାଡ଼ ହେଲେ ଆପଣମାନେ ଖୁସି ହେବେ ତ ବୋଲି ଲୋକଙ୍କୁ ସେ ପଚାରିଥିଲେ। ମୁଖ୍ୟମନ୍ତ୍ରୀ କଥା କମ୍ କହନ୍ତି କାମ ବେଶୀ କରନ୍ତି । ବିରୋଧୀ ବିଜେପି ନେତାମାନେ ଆସି ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି। ସେମାନେ କହୁଛନ୍ତି ବିଜୁଳି ମାଗଣା ଦେବେ । ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ । ତା’ପରେ ସୋଲାର ପ୍ୟାନେଲ ମାଧ୍ୟମରେ ଆପଣମାନେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ । ଏହା ହେଉଛି ବିରୋଧୀ ଦଳର ମାଗଣା ବିଜୁଳି, ଦିନରେ ଲଣ୍ଠନ ଦେଖାଉଛନ୍ତି । କରଞ୍ଜିଆ ନିର୍ବାଚନ ମଣ୍ଡଳୀରେ ଘରେ ଘରେ ପିଇବା ପାଣି, ଦେବକୁଣ୍ଡର ଉନ୍ନତି, ଅନେକ ରାସ୍ତା ଓ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ଯୋଗାଇ ଦେଇଛନ୍ତି । ଜଳସେଚନର ସୁବିଧା ପାଇଁ ୧୨୩୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି, ଠାକୁରମୁଣ୍ଡା, କରଞ୍ଜିଆ ଓ ଶରତର ଶହ ଶହ ମନ୍ଦିରର ଉନ୍ନତି କରାଯାଇଛି ବୋଲି ପାଣ୍ଡିଆନ କହିଥିଲେ।
Senior BJD Leader Kartik Pandian Campaigns in Keonjhar Lok Sabha Constituency, Slams Opposition
Next ArticleOdisha EOW Arrests Proprietor of Pvt Company for Cheating Investors Rs 2 Cr
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
