ଚମ୍ପୁଆରେ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର: ଦେଲେ ବିକାଶର ହିସାବ, ବିରୋଧୀଙ୍କୁ କଲେ ଟାର୍ଗେଟ
ଭୁବନେଶ୍ୱର – କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ବିଭିନ୍ନ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ପାଣ୍ଡିଆନ। ଏକ ଜନସଭାକୁ ସମ୍ବୋଧନ କରି ପାଣ୍ଡିଆନ କହିଛନ୍ତି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଜେପି ବିରୋଧ କରି ହାଇକୋର୍ଟ, ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିଲା । କିନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେମାନେ ବିଫଳ ହେଲେ ଏବଂ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ସଫଳ ହେଲେ [...]
ଭୁବନେଶ୍ୱର – କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ବିଭିନ୍ନ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ପାଣ୍ଡିଆନ। ଏକ ଜନସଭାକୁ ସମ୍ବୋଧନ କରି ପାଣ୍ଡିଆନ କହିଛନ୍ତି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଜେପି ବିରୋଧ କରି ହାଇକୋର୍ଟ, ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିଲା । କିନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେମାନେ ବିଫଳ ହେଲେ ଏବଂ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ସଫଳ ହେଲେ ।
ପାଣ୍ଡିଆନ କହିଥିଲେ ଯେ, ଅନ୍ୟ ରାଜ୍ୟମାନେ ଟ୍ରାଇବାଲ ବଜେଟ କମାଇ କମାଇ ଚାଲିଛନ୍ତି, କିନ୍ତୁ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଟ୍ରାଇବାଲ ବଜେଟକୁ ସବୁବେଳେ ବଢ଼ାଇ ବଢ଼ାଇ ଚାଲିଛନ୍ତି । ମୁଖ୍ୟମନ୍ତ୍ରୀ ଜନଜାତି ଭାଇଭଉଣୀମାନଙ୍କୁ ତାଙ୍କ ହୃଦୟର ସବୁଠାରୁ ଭଲ ସ୍ଥାନରେ ସମ୍ମାନର ସହ ରଖିଛନ୍ତି, ସେମାନଙ୍କ କଳା, ସଂସ୍କୃତି ଓ ପୂଜାସ୍ଥଳୀର ବିକାଶ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି ବୋଲି ପାଣ୍ଡିଆନ କହିଥିଲେ। ଅନ୍ୟ କୌଣସି ରାଜ୍ୟ ଏଭଳି କି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଏହା କରିନାହାନ୍ତି ବୋଲି କହିଛନ୍ତି ପାଣ୍ଡିଆ ନ । ଲକ୍ଷ ଲକ୍ଷ ଜନଜାତି ସମ୍ପ୍ରଦାୟର ଝିଅମାନଙ୍କ ପାଠପଢ଼ା ସୁବିଧା ପାଇଁ ହଷ୍ଟେଲ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ। ଜଙ୍ଗଲ ଉପରେ ନିର୍ଭରଶୀଳ ଜନଜାତି ସମ୍ପ୍ରଦାୟଙ୍କ ଜଙ୍ଗଲଜାତ ଦ୍ରବ୍ୟକୁ ଉଚିତ ମୂଲ୍ୟରେ କିଣିବା ପାଇଁ ‘ଲାଭ’ ଯୋଜନା ଆରମ୍ଭ କରିଛନ୍ତି । ସେ ଆହୁରି ମଧ୍ୟ କହିଥିଲେ ଯେ, ଜନଜାତି ସମ୍ପ୍ରଦାୟଙ୍କ ଉପରୁ ୫୦ ହଜାର ଛୋଟ, ବଡ଼ ପୋଲିସ କେଶ ରଦ୍ଦ କରିଛନ୍ତି ରାଜ୍ୟ ସରକାର।
ମିଶନଶକ୍ତି ସମ୍ପର୍କରେ ପାଣ୍ଡିଆନ କହିଛନ୍ତି ଯେ, ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ଶକ୍ତି । କୌଣସି ରାଜ୍ୟ ସରକାର ମା’ମାନଙ୍କ ଯିବାଆସିବା ବସ୍ ଭଡ଼ା ୫ ଟଙ୍କା କରିନାହାନ୍ତି । ଲକ୍ଷ୍ମୀ ବସରେ ୫ ଟଙ୍କାରେ ଏହି ସୁବିଧା ଦିଆଯାଉଛି ବୋଲି ସେ କହିଥିଲେ। ମହାପ୍ରଭୁ ଓ ଜନତାଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସାରା ଓଡ଼ିଶା କହୁଛି । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍ ଛାଡ ହେବ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ ତୃତୀୟ ଦସ୍ତଖତରେ ମିଶନଶକ୍ତି ମା’ ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍ସନ୍ ବ୍ୟବସ୍ଥା କରାଯିବ ।
କେନ୍ଦୁଝରରେ ମେଡିକାଲ କଲେଜ, ଯୋଡ଼ା ଫ୍ଲାଇଓଭର ସହିତ ୧୨ ହଜାର ୬୦ କୋଟି ଟଙ୍କା ବିନିଯୋଗରେ ଘରେ ଘରେ ପିଇବା ପାଣି ସୁବିଧା କରାଯାଇଛି । ଏତେ ଭଲ କାମରେ ଦେଖି ବିରୋଧି ଦଳଙ୍କ ନିଦ ଭାଙ୍ଗିଗଲାଣି । ଏବେ ମିଛ କଥା କହି ଅପପ୍ରଚାର କରିବାରେ ଲାଗିଛନ୍ତି ବୋଲି ପାଣ୍ଡିଆନ କହିଥିଲେ।
Naveen Appeals All to Vote For Manmath Routray to Make Bhubaneswar A World Class City
Next ArticleSenior BJD Leader Kartik Pandian Campaigns in Keonjhar Lok Sabha Constituency, Slams Opposition
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
