ହାଇଦ୍ରାବାଦକୁ ହରାଇ ଫାଇନାଲରେ କେକେଆର୍
ଅହମ୍ମଦାବାଦ: କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଆଇପିଏଲର ପ୍ରଥମ କ୍ବାଲିଫାୟରରେ ସହଜ ବିଜୟ ସହ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ କ୍ବାଲିଫାୟରରେ କେକେଆର୍ ୮ ୱିକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇ ଚତୁର୍ଥ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଶେଷଥର ଦଳ ୨୦୨୧ ସିଜନରେ ଫାଇନାଲ ଖେଳିଥିଲା | ପ୍ରଥମ କ୍ବାଲିଫାୟର ହାରି ଯାଇଥିଲେ ମଧ୍ୟ ହାଇଦ୍ରାବାଦ କ୍ୱାଲିଫାୟର-୨ ଜିତି ଫାଇନାଲରେ ପ୍ରବେଶ କରିବାକୁ ସୁଯୋଗ ପାଇବ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା [...]
ଅହମ୍ମଦାବାଦ: କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଆଇପିଏଲର ପ୍ରଥମ କ୍ବାଲିଫାୟରରେ ସହଜ ବିଜୟ ସହ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ କ୍ବାଲିଫାୟରରେ କେକେଆର୍ ୮ ୱିକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇ ଚତୁର୍ଥ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଶେଷଥର ଦଳ ୨୦୨୧ ସିଜନରେ ଫାଇନାଲ ଖେଳିଥିଲା | ପ୍ରଥମ କ୍ବାଲିଫାୟର ହାରି ଯାଇଥିଲେ ମଧ୍ୟ ହାଇଦ୍ରାବାଦ କ୍ୱାଲିଫାୟର-୨ ଜିତି ଫାଇନାଲରେ ପ୍ରବେଶ କରିବାକୁ ସୁଯୋଗ ପାଇବ।
ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ କ୍ବାଲିଫାୟରରେ ହାଇଦ୍ରାବାଦ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ହେଲେ ପୂରା ଟୁର୍ଣ୍ଣାମେଣ୍ଟରେ ବିସ୍ଫୋରକ ପ୍ରଦର୍ଶନ କରିଥିବା ଦଳର ବ୍ୟାଟିଂ ଲାଇନ୍ ଅପ୍ ଆଜି ଫେଲ ମାରିଥିଲା । ହାଇଦ୍ରାବାଦ ୧୯.୩ ଓଭରରେ ମାତ୍ର ୧୫୯ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଏହାର ଜବାବରେ କୋଲକାତା ମାତ୍ର ୧୩.୪ ଓଭରରେ ୨ ୱିକେଟ୍ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା । ଦଳ ପକ୍ଷରୁ ଭେଙ୍କଟେଶ ଆୟର ୫୧ ରନର ଇନିଂସ ଖେଳିଥିବା ବେଳେ କ୍ୟାପଟେନ୍ ଶ୍ରେୟାସ ଆୟର ଅପରାଜିତ ୫୮ ରନ୍ କରିଥିଲେ। ଉଭୟ ୪୪ ବଲରେ ୯୭ ରନର ଭାଗିଦାରୀ କରିଥିଲେ | ହାଇଦ୍ରାବାଦ ତରଫରୁ ପ୍ୟାଟ୍ କମିନ୍ସ ଏବଂ ଟି ନଟରାଜନ୍ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।
ପୂର୍ବରୁ ଟସ୍ ଜିତି ବ୍ୟାଟିଂ କରିଥିବା ହାଇଦ୍ରାବାଦ ପକ୍ଷରୁ ରାହୁଲ ତ୍ରିପାଠୀ ସର୍ବାଧିକ ୫୫ ରନ୍ କରିଥିଲେ । ସେ ଦଳର ଏକମାତ୍ର ବ୍ୟାଟ୍ସମ୍ୟାନ୍ ଭାବେ ଅର୍ଦ୍ଧଶତକ ହାସଲ କରିଥିଲେ। କେକେଆର୍ ତରଫରୁ ମିଚେଲ ଷ୍ଟାର୍କ ୩ଟି ଓ ବରୁଣ ଚକ୍ରବର୍ତ୍ତୀ ୨ଟି ୱିକେଟ୍ ନେଇଥିଲେ।
ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ: ଧର୍ମୀୟ ବିଶ୍ୱାସରେ ନୃସିଂହ ବ୍ରତ କଲେ ଦୀର୍ଘାୟୁ, ଧନ, ଐଶ୍ୱର୍ଯ୍ୟ ପ୍ରାପ୍ତ ହୋଇଥାଏ
Next ArticleNaveen’s Marathon Campaign In Four Districts Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
