ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : ଜନକଲ୍ୟାଣକାରୀ ଯୋଜନା ଉପରେ ଜୋର୍, ବିରୋଧୀଙ୍କୁ ଆକ୍ଷେପ
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଲୋକସଭା କ୍ଷେତ୍ରର ନୟାଗଡ଼ରେ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡିର ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ବିରୋଧୀ ନେତା ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବି.ଏସ୍.କେ.ୱାଇ, ମିଶନଶଶକ୍ତି, ମମତା, ଲକ୍ଷ୍ମୀବସ୍, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍ସନ୍, ଚାଉଳ [...]
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଲୋକସଭା କ୍ଷେତ୍ରର ନୟାଗଡ଼ରେ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡିର ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେ କହିଛନ୍ତି ଯେ, ବିରୋଧୀ ନେତା ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବି.ଏସ୍.କେ.ୱାଇ, ମିଶନଶଶକ୍ତି, ମମତା, ଲକ୍ଷ୍ମୀବସ୍, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍ସନ୍, ଚାଉଳ କାର୍ଡ ଇତ୍ୟାଦି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ ମୁଖ୍ୟମନ୍ତ୍ରୀ।
ନବୀନ ପଟ୍ଟନାୟକ ଭଲ କି ? ‘ହଁ’ରେ ପ୍ରକମ୍ପିତ ହେଲା ସଭାସ୍ଥଳ
ଜୁଲାଇରୁ ବିଜୁ ଜନତା ଦଳ ମାଗଣା ବିଜୁଳି ଦେବ। ବିଜୁଳି ବିଲ୍ ଆସିବ ନାହିଁ, ଆପଣମାନେ ଖୁସି ତ ବୋଲି ପଚାରିଥିଲେ ନବୀନ। ପୁରୀ ଶ୍ରୀମନ୍ଦିର ପ୍ରକଳ୍ପ କାମ ଓ ମା’ସମଲେଇଙ୍କ ପ୍ରକଳ୍ପ କାମ ଭଲ ହୋଇଛି ତ ବୋଲି ପ୍ରଶ୍ନ କରିଥିଲେ ମୁଖ୍ୟମନ୍ତ୍ରୀ। ବହୁତ ଭଲ ବୋଲି ଉଚ୍ଛ୍ୱସିତ ସ୍ୱରରେ ଉତ୍ତର ଦେଇଥିଲେ ଜନତା ।
ନୟାଗଡ଼ ପାଇଁ ମୁଖ୍ୟମନ୍ତ୍ରୀ ବିପୁଳ ପୁଞ୍ଜିନିବେଶ ଯୋଜନା ରଖିଛନ୍ତି ବୋଲି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।
ରେଳଲାଇନ ହୋଇଗଲା । ବର୍ତ୍ତମାନ ନୟାଗଡ଼ ଶିଳ୍ପସମୃଦ୍ଧ ହେବ ଓ ଯୁବପିଢ଼ି ରୋଜଗାର ପାଇବେ, ସଶକ୍ତ ହେବେ ବୋଲି ପାଣ୍ଡିଆନ ନିର୍ବାଚନୀ ସଭାରେ କହିଥିଲେ।
ମୁଖ୍ୟମନ୍ତ୍ରୀ ୨୦୨୪ ନିର୍ବାଚନୀ ଇସ୍ତାହାରରେ ମଧ୍ୟବିତ୍ତ ବର୍ଗଙ୍କ ଉନ୍ନତି ପାଇଁ ବହୁତ କିଛି ଯୋଜନା କରିଛନ୍ତି । ଆଜି ପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳ ମଧ୍ୟବିତ୍ତ ବର୍ଗଙ୍କ ଉନ୍ନତି ପାଇଁ କିଛି କରିନାହାନ୍ତି ।
ନୂଆ ଓଡ଼ିଶା ଗଠନ ଲକ୍ଷ୍ୟରେ ଏହା କରାଯାଇଛି ବୋଲି ପାଣ୍ଡିଆନ କହିଥିଲେ। ସମସ୍ତ ମଧ୍ୟବିତ୍ତ ବର୍ଗଙ୍କୁ ବି.ଏସ୍.କେ.ୱାଇରେ ସାମିଲ କରାଯିବ । ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାଉସିଙ୍ଗ ଲୋନ ପାଇଁ ସୁଧହାର କମ୍ ରହିବ । ଶିକ୍ଷାଋଣରେ ମଧ୍ୟ ସୁଧହାର କମ୍ ରହିବ ବୋଲି ସେ ସଭାରେ କହିଥିଲେ।
ନୂଆ-ଓ ସ୍କଲାରସିପ୍ ଜରିଆରେ କଲେଜ ପୁଅମାନଙ୍କ ପାଇଁ ୧୨ ହଜାର ଓ ଝିଅମାନଙ୍କ ପାଇଁ ୧୪ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଭଳି ପଦକ୍ଷେପ କୌଣସି ରାଜ୍ୟ ନେଇନାହାନ୍ତି, ଏହା କେବଳ ବିଜୁ ଜନତା ଦଳ ଓ ନବୀନ ପଟ୍ଟନାୟକ କରିଛନ୍ତି ବୋଲି ପାଣ୍ଡିଆନ କହିଥିଲେ।
ମୁଖ୍ୟମନ୍ତ୍ରୀ ନୟାଗଡ଼ ଜିଲ୍ଲାରେ ପାଇଁ କଣ୍ଟିଲୋ ନୀଳମାଧବ ମନ୍ଦିର ରୂପାନ୍ତରଣ, ଜଳସେଚନ ପାଇଁ କୁସୁମୀ ଓ ବୃତଙ୍ଗ ଜଳସେଚନ ପ୍ରକଳ୍ପ କରିଛନ୍ତି। ସାରା ଓଡ଼ିଶା କହୁଛି ମୁଖ୍ୟମନ୍ତ୍ରୀ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ପୁଣିଥରେ ଶପଥ ନେବେ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ୍ ଛାଡ଼ ହେବ । ଦ୍ୱିତୀୟ ଦସ୍ତଖତରେ ସମସ୍ତେ ବି.ଏସ୍.କେ.ୱାଇରେ ସାମିଲ ହେବେ । ତୃତୀୟ ଦସ୍ତଖତରେ ମିଶନଶକ୍ତି ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍ସନ୍ ବ୍ୟବସ୍ଥା ହେବ ବୋଲି ପାଣ୍ଡିଆନ କହିଥିଲେ।
କାଳିଆ, ୫-ଟି ସ୍କୁଲ ରୂପାନ୍ତରଣ, ମଧୁବାବୁ ପେନ୍ସନ୍ ଯୋଜନାରେ ୧୦୦୦ ଟଙ୍କା ଭତ୍ତା, ବି.ଏସ୍.କେ.ୱାଇ., ଲକ୍ଷ୍ମୀ ବସରେ ମା’ମାନଙ୍କ ପାଇଁ ୫ ଟଙ୍କା କିଏ କରିଛନ୍ତି ବୋଲି ଜନତାଙ୍କୁ ପ୍ରଶ୍ନ କରିଥିଲେ ପାଣ୍ଡିଆନ । ସବୁର ଉତ୍ତର ଉଚ୍ଚସ୍ୱରରେ ଥିଲା – ନବୀନ ପଟ୍ଟନାୟକ
୫ ବର୍ଷରେ ଥରେ ସୁଯୋଗ ଆସିଛି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ । ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ନିବେଦନ କରିଛନ୍ତି ପାଣ୍ଡିଆନ।
ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ । ବିରୋଧୀ ଦଳ କେବେହେଲେ ବିକାଶ ଚାହାନ୍ତି ନାହିଁ, କାମ କରିବାକୁ ଦେବେ ନାହିଁ ବୋଲି ପାଣ୍ଡିଆନ କହିଥିଲେ।
Low Pressure Will Not Have Much Impact on Odisha: IMD
Next Articleମେ’ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
