ରାଜ୍ୟରେ ଆଜି ସରିବ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର; ୨୫ରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟ୍
ଭୁବନେଶ୍ୱର – ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସଂଧ୍ୟାରେ ଶେଷ ହେବ ପ୍ରଚାର । ଭୋଟରଙ୍କୁ ଆକୃଷ୍ଟ କରିବାକୁ ଆଜି ଶେଷ ଥର ପାଇଁ ପ୍ରୟାସ କରିବେ ବିଭିନ୍ନ ଦଳର ପ୍ରାର୍ଥୀ । ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ବି ହାଇଭୋଲଟେଜ ପ୍ରଚାର କରିଛନ୍ତି ରାଜ୍ୟର ତିନି ପ୍ରମୁଖ ଦଳ । ଆସନ୍ତା ୨୫ ତାରିଖରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ପଡ଼ିବ । ଏହି ପର୍ଯ୍ୟାୟରେ [...]
ଭୁବନେଶ୍ୱର – ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସଂଧ୍ୟାରେ ଶେଷ ହେବ ପ୍ରଚାର । ଭୋଟରଙ୍କୁ ଆକୃଷ୍ଟ କରିବାକୁ ଆଜି ଶେଷ ଥର ପାଇଁ ପ୍ରୟାସ କରିବେ ବିଭିନ୍ନ ଦଳର ପ୍ରାର୍ଥୀ । ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ବି ହାଇଭୋଲଟେଜ ପ୍ରଚାର କରିଛନ୍ତି ରାଜ୍ୟର ତିନି ପ୍ରମୁଖ ଦଳ ।
ଆସନ୍ତା ୨୫ ତାରିଖରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ପଡ଼ିବ । ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର – ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ, ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ । ଏହି ୬ ଲୋକସଭା ଆସନ ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ମଧ୍ୟ ମତଦାନ ହେବ । ଭୁବନେଶ୍ୱର, ସମ୍ବଲପୁର, ପୁରୀରେ ହାଇ ପ୍ରୋଫାଇଲ୍ ଲଢେଇ ହେଉଛି । ଏହି ତିନିଟି ଲୋକସଭା ଆସନ ଉପରେ ସମସ୍ତଙ୍କର ନଜର ରହିଛି। ସମ୍ବଲପୁରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଲଢେଇ ହେଉଛି । ପୁରୀ ଲୋକସଭା ଆସନରେ ବିଜେଡିର ଅରୂପ ପଟ୍ଟନାୟକ ଓ ବିଜେପିର ସମ୍ବିତ ପାତ୍ରଙ୍କ ଲଢେଇ ହେଉଛି । ହାଇପ୍ରୋଫାଇଲ୍ ଭୁବନେଶ୍ବର ଲୋକସଭା ଆସନରେ ଏଠାରେ ବିଜେପି ଅପରାଜିତା ଷଡ଼ଙ୍ଗୀଙ୍କୁ ରିପିଟ କରିଥିବାବେଳେ ବିଜେଡି ମନ୍ମଥ ରାଉତରାୟଙ୍କୁ ମଇଦାନକୁ ଓହ୍ଲାଇଛି । କଂଗ୍ରେସ ତରଫରୁ ୟାସିର ନଓ୍ବାଜ୍ ଲଢେଇ କରୁଛନ୍ତି ।
କଟକ ଆସନ ଉପରେ ବି ନଜର ରହିଛି । ଏଠାରେ ସାଂସଦ ଭର୍ତ୍ତୃହରି ମହତାବ ଏଥର ବିଜେପି ଟିକେଟରେ ଲଢୁଥିବା ବେଳେ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ସଂତୃପ୍ତ ମିଶ୍ର । ଅନ୍ଯପଟେ ତୃତୀୟ ପର୍ଯ୍ୟାୟରେ ଅନେକ ଚର୍ଚ୍ଚିତ ବିଧାନସଭା ଆସନରେ ବି ଭୋଟ୍ ଗ୍ରହଣ କରାଯିବ।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleକଣ୍ଟାମାଳ ବିଧାନସଭା ଆସନର ୨ଟି ବୁଥରେ ଆଜି ପୁନଃ ମତଦାନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
