ଆରସିବିର ଟ୍ରଫି ସ୍ବପ୍ନ ପୁଣି ଅଧୁରା, ରାଜସ୍ଥାନ-ସନରାଇଜର୍ସ ଦ୍ବିତୀୟ କ୍ବାଲିଫାୟର
ଅହମ୍ମଦାବାଦ: ରାଜସ୍ଥାନ ରୟାଲ୍ସ ବୁଧବାର ଏଠାରେ ଆଇପିଏଲ୍ ଏଲିମିନେଟର ମ୍ୟାଚରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ୪ ୱିକେଟରେ ହରାଇ ଦ୍ବିତୀୟ କ୍ବାଲିଫାୟର ପାଇଁ ଯୋଗ୍ୟତା ଅର୍ଜନ କରିଛି। ମେ ୨୪ରେ ଚେନ୍ନାଇରେ ଖେଳାଯିବାକୁ ଥିବା ଦ୍ୱିତୀୟ କ୍ବାଲିଫାୟରରେ ରାଜସ୍ଥାନର ମୁକିବିଲା ସନରାଇଜର୍ସ ହାଇଦ୍ରାବାଦ ସହ ହେବ। ଅନ୍ୟପକ୍ଷରେ ଏଲିମିନେଟରରେ ହାରି ଆରସିବି ଟୁର୍ଣ୍ଣାମେଣ୍ଟରୁ ବିଦା ହୋଇଛି । ଦଳର ଟ୍ରଫି ସ୍ବପ୍ନ ପୁଣି ଅଧୁରା ରହିଯାଇଛି। ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ରାଜସ୍ଥାନ [...]
ଅହମ୍ମଦାବାଦ: ରାଜସ୍ଥାନ ରୟାଲ୍ସ ବୁଧବାର ଏଠାରେ ଆଇପିଏଲ୍ ଏଲିମିନେଟର ମ୍ୟାଚରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ୪ ୱିକେଟରେ ହରାଇ ଦ୍ବିତୀୟ କ୍ବାଲିଫାୟର ପାଇଁ ଯୋଗ୍ୟତା ଅର୍ଜନ କରିଛି। ମେ ୨୪ରେ ଚେନ୍ନାଇରେ ଖେଳାଯିବାକୁ ଥିବା ଦ୍ୱିତୀୟ କ୍ବାଲିଫାୟରରେ ରାଜସ୍ଥାନର ମୁକିବିଲା ସନରାଇଜର୍ସ ହାଇଦ୍ରାବାଦ ସହ ହେବ। ଅନ୍ୟପକ୍ଷରେ ଏଲିମିନେଟରରେ ହାରି ଆରସିବି ଟୁର୍ଣ୍ଣାମେଣ୍ଟରୁ ବିଦା ହୋଇଛି । ଦଳର ଟ୍ରଫି ସ୍ବପ୍ନ ପୁଣି ଅଧୁରା ରହିଯାଇଛି।
ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ରାଜସ୍ଥାନ ରୟାଲ୍ସ ବୋଲରଙ୍କ ଶୃଙ୍ଖଳିତ ପ୍ରଦର୍ଶନ ସହାୟତାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ବଡ଼ ସ୍କୋର୍ କରିବାରୁ ରୋକିଥିଲା । ଆରସିବି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ମାତ୍ର ୧୭୨ ରନ୍ କରିପାରିଥିଲା।
ଏହି ବିଜୟଲକ୍ଷ୍ୟ ଜବାବରେ ଓପନର ଯଶସ୍ବୀ ଜୈସୱାଲ (୪୫ ରନ୍) ଏବଂ ରିୟାନ୍ ପରାଗ (୩୬) ଙ୍କ ଇନିଂସ୍ ପରେ ସିମ୍ରନ୍ ହିଟମାୟର (୨୬ ରନ୍) ଏବଂ ରୋଭମାନ ପାଓ୍ବେଲ (୧୬ ନଟ୍ ଆଉଟ୍) ଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ବଳରେ ୨୦୦୮ ପ୍ରଥମ ସିଜନର ଚାମ୍ପିୟନ ୧୯ ଓଭରରେ ୬ ୱିକେଟ୍ ହରାଇ ମ୍ୟାଚ୍ ଜିତି ନେଇଥିଲା।
ପୂର୍ବରୁ ଟସ୍ ହାରି ବ୍ୟାଟିଂ କରିଥିବା ଆରସିବି ନିୟମିତ ବ୍ୟବଧାନରେ ୱିକେଟ୍ ହରାଇଥିଲା। ଦଳ ପକ୍ଷରୁ ରଜତ ପାଟିଦାର ସର୍ବାଧିକ ୩୪ ରନ୍ କରିଥିଲେ। ବିରାଟ କୋହଲି ୩୩ ଓ ମାହିପାଲ ଲୋମ୍ରର ୩୨ ରନ୍ କରିଥିଲେ। ରାଜସ୍ଥାନ ତରଫରୁ ଆବେଶ ଖାନ ୩ଟି ଓ୍ବିକେଟ୍ ନେଇଥିବା ବେଳେ ରବିଚନ୍ଦ୍ରନ ଅଶ୍ୱିନ ୨ଟି ୱିକେଟ୍ ପାଇଥିଲେ।
ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, କାଲି ସକାଳ ସୁଦ୍ଧା ଅବପାତ
Next ArticleRepolling Begins In Two Booths Under Kantamal Assembly Constituency
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
