ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର, ୧୦ ହଜାର ୫୫୧ ମତଦାନ କେନ୍ଦ୍ର : ସିଇଓ
ଭୁବନେଶ୍ୱର – ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ତୃତୀୟ ପର୍ଯ୍ୟାୟରେ ଆସନ୍ତା ୨୫ ତାରିଖରେ ୬ ଲୋକସଭା ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ମୋଟ ୯୪.୪୮ ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ୨.୫ ପ୍ରତିଶତ ମତଦାତା ପ୍ରଥମ ଥର [...]
ଭୁବନେଶ୍ୱର – ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ତୃତୀୟ ପର୍ଯ୍ୟାୟରେ ଆସନ୍ତା ୨୫ ତାରିଖରେ ୬ ଲୋକସଭା ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ମୋଟ ୯୪.୪୮ ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ୨.୫ ପ୍ରତିଶତ ମତଦାତା ପ୍ରଥମ ଥର ଭୋଟ ଦେବେ ।
ତୃତୀୟ ପର୍ଯ୍ୟାୟ ମତଦାନରେ ୧୦ ହଜାର ୫୫୧ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ । ଏଥିମଧ୍ୟରେ ୨ ହଜାର ମଡେଲ ବୁଥ ରହିଛି। ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଥିବା ସିଇଓ ସୂଚନା ଦେଇଛନ୍ତି। ୬ଟି ଲୋକସଭା ଆସନ ଯଥା ଭୁବନେଶ୍ୱର , କଟକ, ପୁରୀ, ସମ୍ବଲପୁର, କେନ୍ଦୁଝର ଓ ଢେଙ୍କାନାଳରେ ମୋଟ ୬୪ଟି ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି । ୬ ଲୋକସଭା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ୩୮୩ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ସମସ୍ତେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ବିଶେଷ କରି ସହରୀ ଭୋଟରମାନେ ବହୁସଂଖ୍ୟାରେ ମତଦାନ କରିବାକୁ ସେ ଅପିଲ କରିଛନ୍ତି । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସୁରକ୍ଷା ପାଇଁ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ – ସିଏପିଏଫ ମୁତୟନ କରାଯିବ।
Naveen Will Bring Golden Era For the Youth of Odisha In the Coming Decade: Kartik Pandian
Next Articleବିଶ୍ୱ ଯୁବ ଭାରୋତ୍ତୋଳନରେ ବିଶ୍ୱ ରେକର୍ଡ ସହ ସ୍ୱର୍ଣ୍ଣ ଜିତିଲେ ଓଡ଼ିଶାର ପ୍ରୀତିସ୍ମିତା , ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
