ନିଆଳିରେ ପାଣ୍ଡିଆନଙ୍କ ପ୍ରଚାର : କହିଲେ ସବୁ ପ୍ରଶ୍ନର ଉତ୍ତର କେବଳ ନବୀନ ପଟ୍ଟନାୟକ
ଭୁବନେଶ୍ୱର – ତୃତୀୟ ପର୍ଯ୍ୟାୟ ପାଇଁ ଆଜି ନିର୍ବାଚନ ପ୍ରଚାରର ଶେଷ ଦିନରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ନିଆଳିରେ ପ୍ରଚାର କରିଛନ୍ତି। ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି ଯେ, ରାଜ୍ୟରେ ସବୁ ପ୍ରଶ୍ନର ଉତ୍ତର ଗୋଟିଏ । ତାହା ହେଉଛି ନବୀନ ପଟ୍ଟନାୟକ । ସଭାରେ ଉପସ୍ଥିତ ଲୋକଙ୍କୁ ପାଣ୍ଡିଆନ ପଚାରିଲେ – ମିଶନଶକ୍ତି କିଏ କରିଛି ? ମମତା ଯୋଜନାରେ ୧୦ ହଜାର ଟଙ୍କା କିଏ ଦଉଛି [...]
ଭୁବନେଶ୍ୱର – ତୃତୀୟ ପର୍ଯ୍ୟାୟ ପାଇଁ ଆଜି ନିର୍ବାଚନ ପ୍ରଚାରର ଶେଷ ଦିନରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ନିଆଳିରେ ପ୍ରଚାର କରିଛନ୍ତି। ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି ଯେ, ରାଜ୍ୟରେ ସବୁ ପ୍ରଶ୍ନର ଉତ୍ତର ଗୋଟିଏ । ତାହା ହେଉଛି ନବୀନ ପଟ୍ଟନାୟକ ।
ସଭାରେ ଉପସ୍ଥିତ ଲୋକଙ୍କୁ ପାଣ୍ଡିଆନ ପଚାରିଲେ – ମିଶନଶକ୍ତି କିଏ କରିଛି ? ମମତା ଯୋଜନାରେ ୧୦ ହଜାର ଟଙ୍କା କିଏ ଦଉଛି ? ବି.ଏସ୍.କେ.ୱାଇରେ ସ୍ୱାସ୍ଥ୍ୟ ସୁରକ୍ଷା କିଏ ଦଉଛି ? ମଧୁବାବୁ ପେନ୍ସନରେ ଭତ୍ତା କିଏ ଦଉଛି ? ଲକ୍ଷ୍ମୀ ବସରେ ମା’ମାନଙ୍କୁ ୫ ଟଙ୍କାରେ ଯାତାୟତ ସୁବିଧା କିଏ ଦଉଛି ? ଜନତା ଏକ ସ୍ୱରରେ ଉତ୍ତର ଦେଇଥିଲେ – ନବୀନ ପଟ୍ଟନାୟକ । ନିଆଳିକୁ ଏନ୍.ଏ.ସି. କିଏ କରିଛନ୍ତି ? ଉତ୍ତର – ନବୀନ ପଟ୍ଟନାୟକ । ମାଧବାନନ୍ଦଜୀଉ ମନ୍ଦିରର ରୂପାନ୍ତର ପାଇଁ ୫ କୋଟି ଟଙ୍କା କିଏ ଦେଇଛି ? ନିଆଳି ଅଞ୍ଚଳର ମଠ, ମନ୍ଦିର, ଚର୍ଚ୍ଚ, ମସଜିଦ ଆଦି ପୂଜାସ୍ଥଳର ରୂପାନ୍ତର କିଏ କରିଛି ବୋଲି ପାଣ୍ଡିଆନଙ୍କ ପ୍ରଶ୍ନର ଊତ୍ତର ଥିଲା ନବୀନ ପଟ୍ଟନାୟକ ।
ପାଣ୍ଡିଆନ କହିଥିଲେ ଯେ, ସମସ୍ତେ ଜାଣିଛନ୍ତି ସାରା ଓଡ଼ିଶା ଏକ ସ୍ୱରରେ କହୁଛି ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ପ୍ରଥମ ଦସ୍ତଖତରେ ୯୦ ପ୍ରତିଶତ ଲୋକଙ୍କର ବିଜୁଳି ବିଲ୍ ଛାଡ଼ କରିବେ । ଦ୍ୱିତୀୟ ଦସ୍ତଖତରେ ସମସ୍ତଙ୍କୁ ବି.ଏସ୍.କେ.ୱାଇ କାର୍ଡ ଦେବେ । ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ମାନଙ୍କୁ ୬୦ ବର୍ଷ ପରେ ପେନ୍ସନ ଦେବେ । ମା’ମାନଙ୍କ ଅନୁରୋଧକୁ ମୁଖ୍ୟମନ୍ତ୍ରୀ ରକ୍ଷା କରିଛନ୍ତି ବୋଲି ପାଣ୍ଡିଆନ ସଭାକୁ ସମ୍ବୋଧିତ କରି କହିଥିଲେ।
ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ଉଜ୍ୱଳ ଭବିଷ୍ୟତ ଲାଗି ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି । ହେଲେ ବିରୋଧୀ ଦଳ ମିଛ କଥା କହି, ଅପପ୍ରଚାର କରି ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି । ଏହାର ଜବାବ ଦେବା ସହ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ପାଣ୍ଡିଆନ। ୭୦ ହଜାର ମାର୍ଜିନରେ ବିଜେଡି ପ୍ରାର୍ଥୀଙ୍କୁ ଜିତାନ୍ତୁ ବୋଲି ପାଣ୍ଡିଆନ ଅନୁରୋଧ କରିଛନ୍ତି।
ସୁଦୃଶ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର
Next ArticleKartik Pandian Campaigns in Niali, Says Answer to All Questions Is Naveen Patnaik
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
