ନିମାପଡ଼ାରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର
ଭୁବନେଶ୍ୱର – ବିଜେଡି ପାଇଁ ନିମାପଡ଼ାରେ ନିର୍ବାଚନ ପ୍ରଚାର କରିଛନ୍ତି ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ନିମାପଡ଼ାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଥିଲେ ପାଣ୍ଡିଆନ। ସେ କହିଥିଲେ ଯେ, ନବୀନ ସରକାର ହେଉଛି ଲୋକଙ୍କ ସରକାର । ଚାଷୀଭାଇ ଓ ଯୁବପିଢ଼ିର ସରକାର ।ଓଡ଼ିଶାବାସୀଙ୍କ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ ବୋଲି ପାଣ୍ଡିଆନ କହିଥିଲେ। ବାହାରୁ ବଡ଼ ବଡ଼ ନେତା ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି [...]
ଭୁବନେଶ୍ୱର – ବିଜେଡି ପାଇଁ ନିମାପଡ଼ାରେ ନିର୍ବାଚନ ପ୍ରଚାର କରିଛନ୍ତି ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ନିମାପଡ଼ାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଥିଲେ ପାଣ୍ଡିଆନ। ସେ କହିଥିଲେ ଯେ, ନବୀନ ସରକାର ହେଉଛି ଲୋକଙ୍କ ସରକାର । ଚାଷୀଭାଇ ଓ ଯୁବପିଢ଼ିର ସରକାର ।ଓଡ଼ିଶାବାସୀଙ୍କ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ ବୋଲି ପାଣ୍ଡିଆନ କହିଥିଲେ। ବାହାରୁ ବଡ଼ ବଡ଼ ନେତା ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନ କରୁଥିବା ଲୋକମାନଙ୍କୁ ଲୋକମାନେ ମୁହଁତୋଡ଼ ଜବାବ ଦେବେ । ଆସାମର ମୁଖ୍ୟମନ୍ତ୍ରୀ ମଧ୍ୟ ନବୀନ ବାବୁଙ୍କୁ ଗାଳି ଦେଉଛନ୍ତି । ନବୀନ ବାବୁ ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି । ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ନବୀନ ବାବୁ କ୍ୟାବିନେଟ୍ ମନ୍ତ୍ରୀ ଥିଲେ । ସେତେବେଳେ ଆସାମ ମୁଖ୍ୟମନ୍ତ୍ରୀ ଓକିଲାତି କରୁଥିଲେ ବୋଲି ପାଣ୍ଡିଆନ ତାଙ୍କୁ ମନେ ପକାଇ ଦେଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖିବା ଦରକାର ବୋଲି ପାଣ୍ଡିଆନ କହିଥିଲେ।
ବିରୋଧୀ ଦଳ ବିଜୁ ଜନତା ଦଳର କର୍ମୀମାନଙ୍କୁ ଧମକ ଦେଉଛନ୍ତି, ଆକ୍ରମଣ କରୁଛନ୍ତି । ଏଇଟା ଭଲ ନୁହେଁ । ବିଜେଡି କୌଣସି କର୍ମୀଙ୍କ ଦେହରେ କାହାକୁ ହାତ ଲଗେଇବାକୁ ଦେବନାହିଁ । ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି ବୋଲି ପାଣ୍ଡିଆନ ସଭାକୁ ସମ୍ବୋଧିତ କରି କହିଥିଲେ।
ମହାପ୍ରଭୁ ଓ ଲୋକମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ମାଲକାନଗିରିରୁ ମୟୁରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍ସିଂହପୁର ପର୍ଯ୍ୟନ୍ତ ଜାଣିଗଲେଣି, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଓଡ଼ିଶାର ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍ ଛାଡ଼ ପାଇଁ ସେ ପ୍ରଥମେ ଦସ୍ତଖତ କରିବେ । ଦ୍ୱିତୀୟ ଦସ୍ତଖତ ହେବ ବି,ଏସ୍.କେ.ୱାଇରେ ସମସ୍ତେ ସାମିଲ ହେବେ । ବି.ପି.ଏଲ୍ କାର୍ଡ ନଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବି.ଏସ୍.କେ.ୱାଇ କାର୍ଡ ପାଇବେ । ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍ସନ୍ ସୁବିଧା ପାଇବେ ।
ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପି କହୁଛି ମାଗଣା ବିଜୁଳି ଦେବ । ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ । ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ । ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ ବୋଲି ପାଣ୍ଡିଆନ କହିଥିଲେ।
ନିମାପଡ଼ା ପାଇଁ ନବୀନ ସରକାରଙ୍କ ବିକାଶମୂଳକ କାର୍ଯ୍ୟର ହିସାବ ଦେଇଥିଲେ ପାଣ୍ଡିଆନ। ସୋମନାଥ ମନ୍ଦିର ପାଇଁ ୫ କୋଟି ଟଙ୍କା, ଜଟେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ଅମରେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ମତ୍ସ୍ୟଜୀବୀମାନଙ୍କ କଲ୍ୟାଣ ପାଇଁ ୧୫ ହଜାର ଟଙ୍କାର ପ୍ୟାକେଜ୍, ପାନ ଚାଷ ଲାଗି ସ୍ୱତନ୍ତ୍ର ଯୋଜନା ମୁଖ୍ୟମନ୍ତ୍ରୀ କରିଛନ୍ତି ବୋଲି ପାଣ୍ଡିଆନ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ନଜର ନିମାପଡ଼ା ଉପରେ ରହିବ ବୋଲି ସେ କହିଥିଲେ।
CM Congratulates Two Odisha Weightlifters on Winning Medals at IWF World Youth Championships
Next ArticleSenior BJD Leader Kartik Pandian Takes a Dig at Opposition in Nimapara
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
