ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର : ଦିନକ ପରେ ୬ ଲୋକସଭା, ୪୨ ବିଧାନସଭା ଆସନରେ ଭୋଟ୍
ଭୁବନେଶ୍ୱର – ଆସନ୍ତା ୨୫ ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଆଜି ସଂଧ୍ୟାରେ ସରିଛି ହାଇଭୋଲଟେଜ ପ୍ରଚାର। ଭୋଟରଙ୍କୁ ଆକୃଷ୍ଟ କରିବାକୁ ଶେଷ ଉଦ୍ୟମ କରିଛନ୍ତି ବିଭିନ୍ନ ଦଳ । ବେଶ୍ କିଛି ଦିନ ଧରି ପ୍ରମୁଖ ରାଜନୈତିକ ଦଳର ତାରକା ପ୍ରଚାରକମାନେ ନିର୍ବାଚନୀ ସଭା ଓ ରୋଡ୍ ଶୋ’ କରି ଭୋଟ୍ ଭିକ୍ଷା କରିଥିଲେ । ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୬ଟି ଲୋକସଭା ଆସନ ଓ ୪୨ [...]
ଭୁବନେଶ୍ୱର – ଆସନ୍ତା ୨୫ ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଆଜି ସଂଧ୍ୟାରେ ସରିଛି ହାଇଭୋଲଟେଜ ପ୍ରଚାର। ଭୋଟରଙ୍କୁ ଆକୃଷ୍ଟ କରିବାକୁ ଶେଷ ଉଦ୍ୟମ କରିଛନ୍ତି ବିଭିନ୍ନ ଦଳ । ବେଶ୍ କିଛି ଦିନ ଧରି ପ୍ରମୁଖ ରାଜନୈତିକ ଦଳର ତାରକା ପ୍ରଚାରକମାନେ ନିର୍ବାଚନୀ ସଭା ଓ ରୋଡ୍ ଶୋ’ କରି ଭୋଟ୍ ଭିକ୍ଷା କରିଥିଲେ ।
ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୬ଟି ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ମତଦାନ ହେବ । ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର ଲୋକସଭା ଆସନ ଓ ଏସବୁ ଆସନ ଅଧୀନସ୍ଥ ୪୨ ବିଧାନସଭା ଆସନରେ ହେବ ମତଦାନ। ଏହି ପର୍ଯ୍ୟାୟରେ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି ମୋଟ ୪୪୭ ଜଣ ପ୍ରାର୍ଥୀ ଅଛନ୍ତି । ୬ ଲୋକସଭା ଆସନରେ ୬୪ ଓ ୪୨ ବିଧାନସଭା ଆସନରେ ୩୮୩ ଜଣ ପ୍ରାର୍ଥୀ ଅଛନ୍ତି । ତୃତୀୟ ପର୍ଯ୍ୟାୟରେ ୯୪ ଲକ୍ଷ ୪୮ ହଜାରରୁ ଅଧିକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ । ଏଥିରୁ ୨.୫ ପ୍ରତିଶତ ମତଦାତା ପ୍ରଥମ ଥର ଭୋଟ ଦେବେ ।
ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ୧୦ ହଜାର ୫୫୧ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏଥିମଧ୍ୟରେ ୨ ହଜାର ମଡେଲ ବୁଥ ରହିଛି। ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି ।
ତୃତୀୟ ପର୍ଯ୍ୟାୟରେ ସୁରକ୍ଷା ପାଇଁ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ – ସିଏପିଏଫ ମୁତୟନ କରାଯିବ।
94.48 Lakh Voters to Exercise Their Franchise in Third Phase Polls in Odisha
Next Articleଆଇପିଏଲ ଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ଦୀନେଶ କାର୍ତ୍ତିକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
