ଜଗତସିଂହପୁର ଲୋକସଭା ନିର୍ବାଚନ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ବିରୋଧୀ ଦଳକୁ ଶାଣିତ ଆକ୍ରମଣ
ଭୁବନେଶ୍ୱର – ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କୁ ଲକ୍ଷାଧିକ ଭୋଟରେ ଜିତାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି । ତାଙ୍କ ଭାଷଣରେ ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ କରି ପାଣ୍ଡିଆନ କହିଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧିଙ୍କ [...]
ଭୁବନେଶ୍ୱର – ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କୁ ଲକ୍ଷାଧିକ ଭୋଟରେ ଜିତାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ।
ତାଙ୍କ ଭାଷଣରେ ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ କରି ପାଣ୍ଡିଆନ କହିଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ । ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନ କରୁଥିବା ଲୋକମାନଙ୍କୁ ଆପଣମାନେ ମୁହଁତୋଡ଼ ଜବାବ ଦିଅନ୍ତୁ ବୋଲି ସେ କହିଥିଲେ ।
ଆସାମ ମୁଖ୍ୟମନ୍ତ୍ରୀଙ୍କୁ ତୀବ୍ର ସମାଲୋଚନା କରି ସେ କହିଲେ ଯେ, ଆସାମ ମୁଖ୍ୟମନ୍ତ୍ରୀ ଜାଣିବା ଉଚିତ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି । ବାଜପେୟୀଙ୍କ ସରକାରରେ ନବୀନ ବାବୁ ଯେତେବେଳେ କ୍ୟାବିନେଟ୍ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ । ଆପଣ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖନ୍ତୁ । ଓଡ଼ିଶା କେବେ ଅତିଥିଙ୍କୁ ଏମାଟିରେ ଅସମ୍ମାନ କରେ ନାହିଁ । ମହାପ୍ରଭୁ ଆପଣଙ୍କୁ ସଦ୍ବୁଦ୍ଧି ଦିଅନ୍ତୁ । ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରନ୍ତୁ ନାହିଁ ।
ସେ ପୁଣି କହିଲେ ଯେ, ଆସାମ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆସି କହୁଛନ୍ତି, ଯେ ଓଡ଼ିଶାକୁ ଏକ ନମ୍ୱର କରିବେ । ପ୍ରଥମେ ସେମାନେ ଆଗେ ନିଜ ରାଜ୍ୟକୁ ଦେଖନ୍ତୁ, ତା’ପରେ ଓଡ଼ିଶା କଥା ଚିନ୍ତା କରିବେ । ଓଡ଼ିଶାଠୁ ସବୁ କ୍ଷେତ୍ରରେ ସେମାନେ ବହୁ ପଛରେ ଅଛନ୍ତି । ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ । ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଠାରୁ କିଛି ଶିଖିକି ଯାଆନ୍ତୁ, କାମରେ ଲାଗିବ ।
ବିରୋଧିଙ୍କ ଉପରେ ଶାଣିତ ଆକ୍ରମଣ ଜାରି ରଖି ସେ କହିଲେ ଯେ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର ଓ ତାଙ୍କୁ ଅସମ୍ମାନିତ କରିବାକୁ ଓଡ଼ିଶାବାସୀ କେବେ ବରଦାସ୍ତ କରିବେ ନାହିଁ । ଜୁନ ୧ ତାରିଖରେ ଆପଣମାନେ ଏହାର ଉଚିତ ଜବାବ ଦେବେ ବୋଲି ସେ କହିଥିଲେ । ସେ କହିଲେ ଯେ, ବିରୋଧୀ ଦଳ ବିଜୁ ଜନତା ଦଳର କର୍ମୀମାନଙ୍କୁ ଧମକ ଦେଉଛନ୍ତି । ଆକ୍ରମଣ କରୁଛନ୍ତି । ଏଇଟା ଭଲ ନୁହେଁ । ଆମ ଦଳର କୌଣସି କର୍ମୀଙ୍କ ଦେହରେ ହାତ ଲଗେଇବାକୁ ଦେବୁନାହିଁ । ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି ।
ଓଡ଼ିଶାବାସୀଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିବଦ୍ଧତା ଓ ଭଲପାଇବାର ସମ୍ପର୍କରେ ବର୍ଣ୍ଣନା କରି ସେ କହିଲେ ଯେ, ସେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ନିଜପରିବାରର ସଦସ୍ୟ ବୋଲି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉଜ୍ୱଳ ଭବିଷ୍ୟତ ଲାଗି ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି । ଏ ସରକାର ହେଉଛି ଆପଣମାନଙ୍କ ସରକାର । ଚାଷୀଭାଇମାନଙ୍କ ସରକାର, ଯୁବପିଢ଼ିର ସରକାର ।
ଏହାପରେ ପାଣ୍ଡିଆନ ରାଜ୍ୟର ସବୁ ଲୋକପ୍ରିୟ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ ଏ ସବୁ କିଏ କରୁଛି । ସବୁ ପ୍ରଶ୍ନର ଗୋଟିଏ ଉତ୍ତର ଆସିଥିଲା – ନବୀନ ପଟ୍ଟନାୟକ ।
ପାଣ୍ଡିଆନ ପଚାରିଥିଲେ – ମିଶନଶକ୍ତି କିଏ କରିଛି ? ମମତା ଯୋଜନାରେ ୧୦ ହଜାର ଟଙ୍କା କିଏ ଦଉଛି ? ବି.ଏସ୍.କେ.ୱାଇରେ ସ୍ୱାସ୍ଥ୍ୟ ସୁରକ୍ଷା କିଏ ଦଉଛି ? ମଧୁବାବୁ ପେନ୍ସନରେ ଭତ୍ତା କିଏ ଦଉଛି ? ଲକ୍ଷ୍ମୀ ବସରେ ମା’ମାନଙ୍କୁ ୫ ଟଙ୍କାରେ ଯାତାୟତ ସୁବିଧା କିଏ ଦଉଛି ? ଜନତା ଏକ ସ୍ୱରରେ ଉତ୍ତର ଦେଇଥିଲେ – ନବୀନ ପଟ୍ଟନାୟକ । ମଠ, ମନ୍ଦିର, ଚର୍ଚ୍ଚ, ମସ୍ଜିଦ୍ ଆଦି ପୂଜାସ୍ଥଳର ରୂପାନ୍ତର କିଏ କରିଛି – ଉତ୍ତର ଆସିଥିଲା ନବୀନ ପଟ୍ଟନାୟକ ।
ସେ ପୁଣି କହିଲେ ଯେ, ମହାପ୍ରଭୁଙ୍କ କୃପାରୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା – ମାଲକାନଗିରିରୁ ମୟୂରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍ସିଂହପୁର ପର୍ଯ୍ୟନ୍ତ – ସମସ୍ତେ ଜାଣିଗଲେଣି ଯେ, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍ ଛାଡ଼ । ଦ୍ୱିତୀୟ ଦସ୍ତଖତରେ ବି,ଏସ୍.କେ.ୱାଇରେ ସମସ୍ତେ ସାମିଲ ହେବେ । ବି.ପି.ଏଲ୍ କାର୍ଡ ନଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବି.ଏସ୍.କେ.ୱାଇ କାର୍ଡ ପାଇବେ । ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍ସନ୍ ସୁବିଧା ମିଳିବ ।
ବିରୋଧି ଦଳର ମିଛ ପ୍ରତିଶ୍ରୁତିର ମୁଖା ଖୋଲି ସେ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପି କହୁଛି ମାଗଣା ବିଜୁଳି ଦେବ । କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ । ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ । ସେମାନେ ଆପଣଙ୍କୁ ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ ବୋଲି ପାଣ୍ଡିଆନ କହିଥିଲେ।
ପାରାଦୀପରେ ସେ କହିଲେ ଯେ, ବିଜୁବାବୁଙ୍କୁ ଆପଣମାନେ ଭଲ ପାଆନ୍ତି ? ସମସ୍ତେ ଉତ୍ସାହର ସହିତ ବିପୁଳ ହର୍ଷଧ୍ୱନି ସହ କହିଥିଲେ ‘ହଁ’ । ତା’ପରେ ପାଣ୍ଡିଆନ କହିଲେ ଯେ, ପାରାଦୀପକୁ ବିଜୁବାବୁ ବହୁତ ଭଲ ପାଉଥିଲେ । ପାରାଦୀପ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ । ପାରାଦୀପ ପାଇଁ ବହୁ ପୁଞ୍ଜିନିବେଶ ଆଣିଛନ୍ତି ମୁଖ୍ୟମନ୍ତ୍ରୀ । ପାରାଦୀପର ଉନ୍ନତି ହେବ, ଲୋକଙ୍କ ରୋଜଗାର ବଢ଼ିବ ।
ଶେଷରେ ସେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ଦିନରାତି ଖଟୁଛନ୍ତି । ୫ ବର୍ଷରେ ଥରେ ସୁଯୋଗ ଆସିଛି ତାଙ୍କୁ ଆଶୀର୍ବାଦ କରିବା ପାଇଁ । ମୋର ଆଶା, ବିଶ୍ୱାସ ଓ ଅନୁରୋଧ ଯେ, ଆପଣମାନେ ଜୋରଦାର ଆଶୀର୍ବାଦ କରି ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଜିତାଇବେ । ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ । ସବୁ ସ୍ଥାନରେ ୫୦ ହଜାରରୁ ୭୦ ହଜାର ମାର୍ଜିନରେ ଜିତାଇବାକୁ ଜନତା ପ୍ରତିଶ୍ରୁତି ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ବିକାଶ କାମର ହିସାବ ଦେଇ ନିମାପଡ଼ାରେ ସେ କହିଲେ ଯେ, ସୋମନାଥ ମନ୍ଦିର ପାଇଁ ୫ କୋଟି ଟଙ୍କା, ଜଟେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ଅମରେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ଦେଇଛନ୍ତି । ମତ୍ସ୍ୟଜୀବୀମାନଙ୍କ କଲ୍ୟାଣ ପାଇଁ ୧୫ ହଜାର ଟଙ୍କାର ପ୍ୟାକେଜ୍ କରିଛନ୍ତି ଏବଂ ପାନ ଚାଷ ଲାଗି ମଧ୍ୟ ସ୍ୱତନ୍ତ୍ର ଯୋଜନା କରିଛନ୍ତି । ନିଆଳିକୁ ମୁଖ୍ୟମନ୍ତ୍ରୀ ଏନ୍.ଏ.ସି. କିଏ କରିଛନ୍ତି ବୋଲି ସେ କହିଥିଲେ । ମାଧବାନନ୍ଦଜୀଉ ମନ୍ଦିରର ରୂପାନ୍ତର ପାଇଁ ୫ କୋଟି ଟଙ୍କା ଦେଇଛନ୍ତି । ବାଲିକୁଦା-ଏରସମାରେ କୁଞ୍ଜବିହାରୀ ମନ୍ଦିର ପାଇଁ ୨.୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି । ତିର୍ତ୍ତୋଲରେ ମା’ ସାରଳା ମନ୍ଦିର ରୂପାନ୍ତରିତ କରିବା ପାଇଁ ୪୫ କୋଟି ଟଙ୍କା, ଗୋରେଖନାଥ ପୀଠର ଉନ୍ନତି କରଣ ପାଇଁ ୨ କୋଟି ୨୫ ଲକ୍ଷ ଟଙ୍କା, ପଞ୍ଚଶଖା ଧ୍ୟାନପୀଠ ରୂପାନ୍ତରଣ ପାଇଁ ୨ କୋଟି ୧୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି ।
ପାରାଦୀପରେ ସେ କହିଥିଲେ ଯେ, ଆପଣମାନେ ଯାହାବି ଦରଖାସ୍ତ ଦେଇଥିଲେ ତା’ମଧ୍ୟରୁ ୮୦ ପ୍ରତିଶତ ସମାଧାନ ହୋଇଛି । ଆଉ ଯାହାବି ସମସ୍ୟା ଅଛି ଖୁବ୍ ଶୀଘ୍ର ସମାଧାନ ହେବ । କାର୍ଯ୍ୟକ୍ରମରେ ଜଗତସିଂହପୁର ସାଂସଦ ପ୍ରାର୍ଥୀ ଡଃ ରାଜଶ୍ରୀ ମଲ୍ଲିକ, ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ କୁମାର ନାୟକ, କାକଟପୁର ବିଧାୟକ ପ୍ରାର୍ଥୀ ତୁଷାରକାନ୍ତି ବେହେରା, ନିଆଳି ବିଧାୟକ ପ୍ରାର୍ଥୀ ଡଃ ପ୍ରମୋଦ ମଲ୍ଲିକ, ବାଲିକୁଦା-ଏରସମା ବିଧାୟକ ପ୍ରାର୍ଥୀ ଶାରଦା ପ୍ରସନ୍ନ ଜେନା, ପାରାଦୀପ ବିଧାୟକ ପ୍ରାର୍ଥୀ ଗୀତାଞ୍ଜଳୀ ରାଉତରାୟ, ତିର୍ତ୍ତୋଲ ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଓ ଜଗତସିଂହପୁର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲୀ ପ୍ରମୁଖ ବିଜୁ ଜନତା ଦଳ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଅନୁରୋଧ କରିଥିଲେ ।
ନାତି ପ୍ରଜ୍ବଳ ରେଭନ୍ନାଙ୍କୁ କଡ଼ା ଚେତାବନୀ ଦେଲେ ଦେବେଗୌଡା, ସ୍ବଦେଶ ଫେରି ଆତ୍ମସମର୍ପଣ କରିବାକୁ କହିଲେ
Next ArticleOdisha Elections 2024: Kartik Pandian Campaigns in Jagatsinghpur Lok Sabha Constituency
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
