ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର
ଭୁବନେଶ୍ୱର – ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି। ଆଜି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି। ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ କହିଥିଲେ ଯେ, ମାଟିର ଝିଅ, [...]
ଭୁବନେଶ୍ୱର – ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି। ଆଜି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି। ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ସେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ କହିଥିଲେ ଯେ, ମାଟିର ଝିଅ, ତାଙ୍କ ଭଉଣୀ ଦ୍ରୌପଦୀ ମୁର୍ମୁ ଆଜି ଭାରତର ରାଷ୍ଟ୍ରପତି । ବିଜୁ ଜନତା ଦଳ ଏ ମାଟିର ଝିଅଙ୍କୁ ସମ୍ମାନ ଦେଇ ସମର୍ଥନ କରିଥିଲା ବୋଲି ମୁଖ୍ୟମନ୍ତ୍ରୀ ଏକ ଜନସଭାକୁ ସମ୍ବୋଧନ କରି କହିଥିଲେ।
ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ବିଜୁଳି ମାଗଣା ଦେବ, ଆପଣମାନେ ଖୁସି ତ ? ଆନନ୍ଦ ଉଲ୍ଲାସ ମଧ୍ୟରେ ‘ହଁ’ ଧ୍ୱନିରେ ପ୍ରକମ୍ପିତ ହେଲା ସଭାସ୍ଥଳ । ବିରୋଧୀମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଆପଣମାନଙ୍କୁ କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ, ବି.ଏସ୍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍, କାଳିଆ, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍, ମଧୁବାବୁ ପେନ୍ସନ ଯୋଜନା, ଚାଉଳ କାର୍ଡ, ପୁରୀ ମନ୍ଦିର କାମ ସବୁପ୍ରଶ୍ନରେ ଉଚ୍ଛ୍ୱସିତ ସ୍ୱରରେ ଲୋକେ କହିଥିଲେ ବହୁତ ଭଲ । ନବୀନ ପଟ୍ଟନାୟକ ଭଲ କି ? ପ୍ରଶ୍ନରେ ଭାବବିହ୍ୱଳ ହୋଇ ଉପସ୍ଥିତ ଜନତା ବହୁତ ଭଲ ବୋଲି କହିଥିଲେ ।
ଏ ସରକାର ଆପଣମାନଙ୍କ ସରକାର, ଆଦିବାସୀ ଭାଇଭଉଣୀଙ୍କ ସରକାର, ଚାଷୀଭାଇ ଓ ଯୁବପିଢ଼ିର ସରକାର ବୋଲି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ।
ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ ପାଇଁ ୧୩ କୋଟି ଟଙ୍କା କିଏ ଦେଇଛନ୍ତି ? ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନାଁ’ରେ ମେଡିକାଲ କଲେଜ କିଏ କରିଛନ୍ତି ? ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମଦିନକୁ ଛୁଟି ଭାବରେ କିଏ ଘୋଷଣା କରିଛନ୍ତି ? ତିରିଙ୍ଗରେ ଡିଗ୍ରୀ କଲେଜ କିଏ କରିଛନ୍ତି ?
ଦୁର୍ଘଟଣାପ୍ରବଣ ବାଙ୍ଗିରିପୋଷି ଘାଟି ପାଇଁ ନୂଆ ରାସ୍ତା କିଏ କରୁଛନ୍ତି ?
ସବୁର ଉତ୍ତର ଉପସ୍ଥିତ ଜନତାଙ୍କ ପାଖରୁ ମିଳିଥିଲା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠାରୁ ଭଲଜାଗାରେ ଆଦିବାସୀ ଭାଇଭଉଣୀମାନେ ଅଛନ୍ତି । ସେମାନଙ୍କ କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାଗିରାର ଉନ୍ନତି ଓ ରକ୍ଷଣାବେକ୍ଷଣ ପାଇଁ ଭାରତବର୍ଷରେ କେହି ଚିନ୍ତା କରିନଥିଲେ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି ।
ଆଦିବାସୀମାନଙ୍କ ଉପରୁ ୫୦ ହଜାର ପୋଲିସ କେଶ୍ ରଦ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି, ଏହା କେଉଁଠାରେ ହୋଇନାହିଁ ବୋଲି ପାଣ୍ଡିଆନ କହିଥିଲେ। ଲକ୍ଷ ଲକ୍ଷ ଝିଅଙ୍କ ପାଠପଢ଼ାର ସୁବିଧା ପାଇଁ ହଜାର ହଜାର ହଷ୍ଟେଲ ଖୋଲିଛନ୍ତି ।
ଶାଳପତ୍ର, ହରିଡ଼ା, ଶାଳମଞ୍ଜି ପରି ଜଙ୍ଗଲଜାତ ଦ୍ରବ୍ୟର ଉଚିତ ମୂଲ୍ୟ ଆଦିବାସୀ ଭାଇଭଉଣୀଙ୍କୁ ମିଳିବା ପାଇଁ ଲାଭ ଯୋଜନା ଆରମ୍ଭ କରିଛନ୍ତି ।
ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ଜାଣିଛି, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ଓଡ଼ିଶାର ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍ ଛାଡ଼, ଏହା ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ଦ୍ୱିତୀୟ ଦସ୍ତଖତ ହେବ ବି,ଏସ୍.କେ.ୱାଇରେ ସମସ୍ତେ ସାମିଲ ହେବେ, ସମସ୍ତଙ୍କୁ କାର୍ଡ ମିଳିବ । ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍ସନ୍ ସୁବିଧା ।
ବିଜେପି ମୌକା ପାଇଲେ ମିଶନଶକ୍ତି ବନ୍ଦ କରିଦେବ, ବି.ଏସ୍.କେ.ୱାଇ ବନ୍ଦ କରିଦେବ, ଏସ୍.ଡି.ସି. ବନ୍ଦ କରିଦେବ ବୋଲି ପାଣ୍ଡିଆନ କହିଥିଲେ। ମୁଖ୍ୟମନ୍ତ୍ରୀ ଆପଣଙ୍କ ଉନ୍ନତି ପାଇଁ ୨୪ ଘଣ୍ଟା କାମ କରୁଛନ୍ତି, ୫ ବର୍ଷରେ ଥରେ ଆପଣମାନଙ୍କ ପାଖକୁ ସୁଯୋଗ ଆସିଛି, ତାଙ୍କୁ ଆଶୀର୍ବାଦ କରନ୍ତୁ, ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ ବୋଲି ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ।
କର୍ମୀମାନଙ୍କୁ ଉତ୍ସାହିତ କରି କହିଲେ ଜିଲ୍ଲା ପରିଷଦ ନିର୍ବାଚନ ଭଳି ଏଥର ମଧ୍ୟ ସମାନ ପରିଶ୍ରମ କରିବେ, ନିର୍ବାଚନରେ ଆଉ କିଏ ଜିତିଲେ ଯୋଉ ସ୍ପିଡରେ କାମ ଚାଲିଛି ବନ୍ଦ ହୋଇଯିବ ବୋଲି ପାଣ୍ଡିଆନ କହିଥିଲେ।
People of Odisha Will Not Appreciate Demeaning of CM: Kartik Pandian
Next ArticleThere is a Limit to Amount of Lies BJP Can Tell: Naveen
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
