ଗୀତା ଉପଦେଶ: ନିଜର ଅପରାଧିକ ମନୋଭାବ ନିଜ ଭିତରେ ଭୟ ଉଦ୍ରେକ କରିଥାଏ
ଶ୍ରୀମଦ ଭଗବଦ ଗୀତାରେ ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ରଣଭୂମୀର ପ୍ରତ୍ୟକ୍ଷ ଚିତ୍ର ପ୍ରଦାନ କରି କହୁଛନ୍ତି : ସ ଘୋଷୋ ଧାର୍ତରାଷ୍ଟ୍ରଣାଂ ହୃଦୟାନି ବ୍ୟଦାରୟତ୍। ନଭଶ୍ଚ ପୃଥିବୀଂ ଚୈବ ତୁମୁଳୋ ଭ୍ୟନୁନାଦୟନ୍। ହେ ଧୃତରାଷ୍ଟ୍ର! ସେହି ଭୟଙ୍କର ଶବ୍ଦ ପୃଥିବୀ ଓ ଆକାଶରେ କମ୍ପନ ସୃଷ୍ଟି କରି ଆପଣଙ୍କ ପୁତ୍ରମାନଙ୍କର ହୃଦୟକୁ ବିଦାରିତ କରୁଅଛି। ପାଣ୍ଡବ ସେନାର ଶଙ୍ଖନାଦ, କୌରବ ସୈନ୍ୟଙ୍କର ହୃଦୟକୁ ବିଦାରିତ କରିଦେଲା । କିନ୍ତୁ କୌରବ ବାହିନୀ ଶଙ୍ଖଧ୍ୱନି କଲାବେଳେ, ଏମିତି ପ୍ରଭାବ ପାଣ୍ଡବଙ୍କ [...]
ଶ୍ରୀମଦ ଭଗବଦ ଗୀତାରେ ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ରଣଭୂମୀର ପ୍ରତ୍ୟକ୍ଷ ଚିତ୍ର ପ୍ରଦାନ କରି କହୁଛନ୍ତି :
ସ ଘୋଷୋ ଧାର୍ତରାଷ୍ଟ୍ରଣାଂ ହୃଦୟାନି ବ୍ୟଦାରୟତ୍।
ନଭଶ୍ଚ ପୃଥିବୀଂ ଚୈବ ତୁମୁଳୋ ଭ୍ୟନୁନାଦୟନ୍।
ହେ ଧୃତରାଷ୍ଟ୍ର! ସେହି ଭୟଙ୍କର ଶବ୍ଦ ପୃଥିବୀ ଓ ଆକାଶରେ କମ୍ପନ ସୃଷ୍ଟି କରି ଆପଣଙ୍କ ପୁତ୍ରମାନଙ୍କର ହୃଦୟକୁ ବିଦାରିତ କରୁଅଛି।
ପାଣ୍ଡବ ସେନାର ଶଙ୍ଖନାଦ, କୌରବ ସୈନ୍ୟଙ୍କର ହୃଦୟକୁ ବିଦାରିତ କରିଦେଲା । କିନ୍ତୁ କୌରବ ବାହିନୀ ଶଙ୍ଖଧ୍ୱନି କଲାବେଳେ, ଏମିତି ପ୍ରଭାବ ପାଣ୍ଡବଙ୍କ ଠାରେ ପରିଲକ୍ଷିତ ହୋଇ ନ ଥିଲା । ଯେହେତୁ ପାଣ୍ଡବମାନେ ଭଗବାନଙ୍କ ଶରଣରେ ଥିଲେ, ସେମାନେ ପ୍ରଭୁଙ୍କ ଦ୍ୱାରା ସଂରକ୍ଷିତ ହୋଇ ଆଶ୍ୱସ୍ଥ ଥିଲେ । ଅନ୍ୟ ପକ୍ଷରେ, କୌରବମାନେ, ନିଜ ଶକ୍ତି ଉପରେ ନିର୍ଭରଶୀଳ ଥିଲେ ଏବଂ ନିଜେ କରିଥିବା ଅନ୍ୟାୟ ଯୋଗୁଁ ସୃଷ୍ଟି ହୋଇଥିବା ଅପରାଧି ମନୋଭାବ ଦ୍ୱାରା ପରାଜୟ ପ୍ରତି ଭୟଭୀତ ହେବାରେ ଲାଗିଲେ।
ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଲୋକସଭା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ନିର୍ବାଚନ ପ୍ରଚାର
Next Articleଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
