ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଓଡ଼ିଶା ପୋଲିସର ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ବିଭିନ୍ନ ପାହ୍ୟାର ୩୫ ହଜାର ପୋଲିସ କର୍ମଚାରୀ ମୁତୟନ
ଭୁବନେଶ୍ୱର – ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟକୁ ଶାନ୍ତି ଶୃଙ୍ଖଳା , ଅବାଧ , ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବ ନିମନ୍ତେ ରାଜ୍ୟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମତଗ୍ରହଣ କରାଯାଉଛି । ସେଥିପାଇଁ ୧୨ ପୋଲିସ ଜିଲ୍ଲାରେ ୭୬୪୬ ସ୍ଥାନରେ ୧୦୫୫୧ ମତଦାନ କେନ୍ଦ୍ର ମଧ୍ୟରୁ [...]
ଭୁବନେଶ୍ୱର – ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟକୁ ଶାନ୍ତି ଶୃଙ୍ଖଳା , ଅବାଧ , ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବ ନିମନ୍ତେ ରାଜ୍ୟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମତଗ୍ରହଣ କରାଯାଉଛି । ସେଥିପାଇଁ ୧୨ ପୋଲିସ ଜିଲ୍ଲାରେ ୭୬୪୬ ସ୍ଥାନରେ ୧୦୫୫୧ ମତଦାନ କେନ୍ଦ୍ର ମଧ୍ୟରୁ ପାଖାପାଖୁ ୨୦ ପ୍ରତିଶତ ବୁଥ ସମ୍ବେଦନଶୀଳ । ନିର୍ବାଚନ ପରିଚାଳନାର ସୁରକ୍ଷା ଲାଗି ବିଭିନ୍ନ ପାହ୍ୟାର ୩୫ ହଜାର ପୋଲିସ କର୍ମଚାରୀଙ୍କ ମୁତୟନ କରାଯାଇଛି । ଯେଉଁଥିରେ ୧୨୧ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ , ୧୦୬ ପ୍ଲାଟୁନ ଆର୍ମଡ ପୋଲିସ ଫୋର୍ସ ଅଛନ୍ତି । ୪୩ ଜଣ ଅତିରିକ୍ତ ଏସପି , ୯୫ ଡିଏସପି , ୨୩୮ ଇନ୍ସପେକ୍ଟର , ୨୧୬୦ ଏସଆଇ / ଏଏସଆଇ ସହ ୧୦୨୧୨ କନଷ୍ଟେବଳ / ହାବିଲଦାର , ୭୧୧୭ ଗୃହରକ୍ଷୀ ଓ ଗ୍ରାମରକ୍ଷୀ ନିର୍ବାଚନ ପରିଚାଳନାରେ ନିୟୋଜିତ ହୋଇଛନ୍ତି । ସେହିପରି ୭୬୩ ମୋବାଇଲ ପାଟ୍ରୋଲିଂ ପାର୍ଟି ମଧ୍ଯ ନିର୍ବାଚନକୁ ତତ୍ତ୍ୱାବଧାନ କରିବେ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ କହିଛନ୍ତି । ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ୧୨ ପୋଲିସ ଜିଲ୍ଲାରେ ୧୩୩ଟି ଚେକପୋଷ୍ଟ ରହିଛି ।
ସୀମାଗୁଡିକୁ ସିଲ କରାଯାଇ କଡାକଡି ଭାବେ ଯାଞ୍ଚ କରାଯାଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ଫ୍ଲାଇଙ୍ଗ ସ୍କ୍ୱାଡ୍ ଗଠନ କରାଯାଇଛି । ନିର୍ବାଚନ ହେବାକୁ ଥିବା ୧୨ ଜିଲ୍ଲାରେ ୩୩୧ ଟି ଫ୍ଲାଇଙ୍ଗ ସ୍କ୍ୱାଡ୍ ରହିଛନ୍ତି । ଏହାବ୍ୟତୀତ ୩୪୩ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛନ୍ତି । ଏହି ୧୨ଟି ଜିଲ୍ଲାରେ ୨୫ଟି ଇଭିଏମ ଷ୍ଟ୍ରଙ୍ଗରୁମ ରହିଛି । ନିର୍ବାଚନ ପରେ ସେଠାରେ ଇଭିଏମଗୁଡିକ ରଖାଯିବ ।
୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ଆରମ୍ଭ , ୪୪୭ ପ୍ରାର୍ଥୀ ଓ ୯୪ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର
Next Articleଷଷ୍ଠ ପର୍ଯ୍ୟାୟ ମତଦାନ ଆରମ୍ଭ, ୮ ରାଜ୍ୟର ୫୮ ଆସନରେ ଚାଲିଛି ଭୋଟ ଗ୍ରହଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
