ସୁକିନ୍ଦା ଓ ଯାଜପୁରରେ ନିର୍ବାଚନ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର – ସୁକିନ୍ଦା ଓ ଯାଜପୁରରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର । ବିରୋଧୀ ଦଳକୁ ପୁଣି ଆକ୍ରମଣ କରିଛନ୍ତି ପାଣ୍ଡିଆନ । ନିର୍ବାଚନ ସମୟରେ ବିରୋଧିମାନେ ଆସି ମିଠା ମିଠା କଥା କହିବେ । ମିଛ କଥା କହିବେ, ଅପପ୍ରଚାର କରିବେ, କୁମ୍ଭୀର କାନ୍ଦଣା କାନ୍ଦିବେ । ଏଥିପାଇଁ ଲୋକେ ସତର୍କ ରହିବାକୁ ଆହ୍ୱାନ ଦେଇଥିଲେ ପାଣ୍ଡିଆନ ଲୋକଙ୍କ ଆଶୀର୍ବାଦରେ ସଶକ୍ତ ଓଡ଼ିଶା ଗଠନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ [...]
ଭୁବନେଶ୍ୱର – ସୁକିନ୍ଦା ଓ ଯାଜପୁରରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର । ବିରୋଧୀ ଦଳକୁ ପୁଣି ଆକ୍ରମଣ କରିଛନ୍ତି ପାଣ୍ଡିଆନ ।
ନିର୍ବାଚନ ସମୟରେ ବିରୋଧିମାନେ ଆସି ମିଠା ମିଠା କଥା କହିବେ । ମିଛ କଥା କହିବେ, ଅପପ୍ରଚାର କରିବେ, କୁମ୍ଭୀର କାନ୍ଦଣା କାନ୍ଦିବେ । ଏଥିପାଇଁ ଲୋକେ ସତର୍କ ରହିବାକୁ ଆହ୍ୱାନ ଦେଇଥିଲେ ପାଣ୍ଡିଆନ ଲୋକଙ୍କ ଆଶୀର୍ବାଦରେ ସଶକ୍ତ ଓଡ଼ିଶା ଗଠନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ ବିରଜା ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ପରିବାରର ବିଜୁଳି ବିଲ୍ ଛାଡ଼ ହେବ ବୋଲି ଦୋହରାଇଛନ୍ତି ପାଣ୍ଡିଆନ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍.କେ.ୱାଇରେ ସମସ୍ତେ ସାମିଲ ହେବେ ।ତୃତୀୟ ଦସ୍ତଖତ ହେବ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍ସନ ସୁବିଧା ।
ବିଜେପି କହୁଛି ମାଗଣା ବିଜୁଳି ଦେବ।ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରି ସୋଲାର ପ୍ୟାନେଲ ବସାଇବାକୁ ପଡ଼ିବ ।
ସୂର୍ଯ୍ୟକିରଣରୁ ଆପଣମାନେ ବିଜୁଳି ପାଇବେ । ବିଜେପି ଲୋକଙ୍କୁ ଦିନରେ ଲଣ୍ଠନ ଦେଖାଉଛି ବୋଲି ପାଣ୍ଡିଆନ କହିଥିଲେ।
ସେ କହିଥିଲେ ଯେ, ସୁକିନ୍ଦା ଜଗନ୍ନାଥ ମନ୍ଦିରର ରୂପାନ୍ତରଣ ପାଇଁ ୧.୫ କୋଟି ଟଙ୍କା ଦିଆଯାଇଛି।
ଦୁଇଟା ରେଲୱେ ଓଭରବ୍ରିଜ୍ ଓ ରେଙ୍ଗାଲି ଲେପ୍ଟ କେନାଲ କରାଯାଇଛି । ୪୦ ହଜାର ଭୋଟ ବ୍ୟବଧାନରେ ବିଜେଡିର ଉଭୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଅନୁରୋଧ କରିଛନ୍ତି ପାଣ୍ଡିଆନ।
ପାଣ୍ଡିଆନ କହିଛନ୍ତି ଯେ, ବବିବାବୁ ଏ ଦଳ ଓ ରାଜ୍ୟ ପାଇଁ ବହୁତ ପରିଶ୍ରମ କରୁଛନ୍ତି । ବବିବାବୁ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସେନାପତି ।
ମୁଖ୍ୟମନ୍ତ୍ରୀ ଯାଜପୁର ଓ ବବିବାବୁଙ୍କୁ ବହୁତ ଭଲ ପାଆନ୍ତି ।
ଆପଣଙ୍କ ବିଧାୟକ ଡାନି ବାବୁ ଆପଣଙ୍କ ଅଞ୍ଚଳର ଉନ୍ନତି ପାଇଁ ବହୁତ କାମ କରୁଛନ୍ତି, ଦିନରାତି ୨୪ ଘଣ୍ଟା ପରିଶ୍ରମ କରି ଆପଣମାନଙ୍କ ସେବା କରୁଛନ୍ତି । ଆସ୍କାରେ ଗତଥର ମୁଖ୍ୟମନ୍ତ୍ରୀ ଜଣେ ମିଶନଶକ୍ତି ମା’ଙ୍କୁ ଲୋକସଭା ସାଂସଦ କରିଥିଲେ । ଏଥର ବବିବାବୁ ଜଣେ ମିଶନଶକ୍ତି ମା’ଙ୍କୁ ଏଠାରେ ପ୍ରାର୍ଥୀ କରିଛନ୍ତି ।
ନେତା ଯେମିତି, ସେନାପତି ସେମିତି ବୋଲି ମଧ୍ୟ ପାଣ୍ଡିଆନ କହିଥିଲେ। ଯଯାତିକେଶରୀ ମେଡିକାଲ କଲେଜ, ମା ବିରଜାଙ୍କ ମନ୍ଦିରର ରୂପାନ୍ତରଣ, ବୈତରଣୀରେ ଆଡ଼ିବନ୍ଧ ମୁଖ୍ୟମନ୍ତ୍ରୀ କରିଛନ୍ତି ।
ଆହୁରି ବିକାଶ ପାଇଁ ଉଭୟ ପ୍ରାର୍ଥୀଙ୍କୁ ଲକ୍ଷେ ଭୋଟ ବ୍ୟବଧାନରେ ଜିତାଇବା ପାଇଁ ଅନୁରୋଧ କରିଥିଲେ ପାଣ୍ଡିଆନ।
Khordha BJP MLA Candidate Prashant Jagdev Vandalizes EVM
Next Articleହାର୍ଦ୍ଦିକଙ୍କ ବିବାହ ବିଚ୍ଛେଦ ନେଇ ଚର୍ଚ୍ଚା, ଇନଷ୍ଟାଗ୍ରାମରୁ ‘ପାଣ୍ଡ୍ୟା’ ସାଙ୍ଗିଆ ହଟାଇଲେ ପତ୍ନୀ ନତାଶା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
