ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ : ପାସ୍ ହାର ୯୬ ଦଶମିକ ୦୭ ପ୍ରତିଶତ, ଝିଅଙ୍କ ପାସ୍ ହାର ଅଧିକ
କଟକ – ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ପାସ ହାର ୯୬ ଦଶମିକ ୦୭ ପ୍ରତିଶତ ରହିଛି। ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ ) ସଭାପତି ଶ୍ରୀକାନ୍ତ ତରାଇ ଏହି ସୂଚନା ଦେଇଛନ୍ତି। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଛି। ୨ ହଜାର ୬୪୪ଟି ସ୍କୁଲର ପାସ୍ହାର ଶତ [...]
କଟକ – ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ପାସ ହାର ୯୬ ଦଶମିକ ୦୭ ପ୍ରତିଶତ ରହିଛି। ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ ) ସଭାପତି ଶ୍ରୀକାନ୍ତ ତରାଇ ଏହି ସୂଚନା ଦେଇଛନ୍ତି। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଛି। ୨ ହଜାର ୬୪୪ଟି ସ୍କୁଲର ପାସ୍ହାର ଶତ ପ୍ରତିଶତ ହୋଇଛି ।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯୭.୯୮ ପ୍ରତିଶତ ପାସ୍ ହାର ରହିଛି। ଜଗତସିଂହପୁରରେ ୯୭.୬%, କଟକରେ ୯୭.୫୮%, ସୁନ୍ଦରଗଡ଼ରେ ୯୭.୨୪%, ସୁବର୍ଣ୍ଣପୁରରେ ୯୭.୧୧% ପାସ୍ ହାର ରହିଛି। ନୂଆପଡ଼ା ଜିଲ୍ଲାରେ ସର୍ବନିମ୍ନ ୯୩ ଦଶମିକ ୯୧ ପ୍ରତିଶତ ପାସ୍ ହାର ରହିଛି। ପୂର୍ବାହ୍ନ ସାଢେ ୧୧ଟାରେ ବୋର୍ଡ ୱେବସାଇଟ www.bseodisha.ac.inରେ ପରୀକ୍ଷା ଫଳ ଉପଲବ୍ଧ ହେବ ।
ଇଣ୍ଟରନେଟ୍ ସୁବିଧା ନଥିଲେ ଛାତ୍ରଛାତ୍ରୀମାନେ ଏସଏମଏସ୍ ଜରିଆରେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ। ଛାତ୍ରଛାତ୍ରୀମାନେ ମୋବାଇଲରୁ ଓଆର-୧୦ ଏବଂ ନିଜ ରୋଲ ନମ୍ବରକୁ ଟାଇପ କରି ୫୬୭୬୭୫୦ ନମ୍ବରକୁ ପଠାଇଲେ ପରୀକ୍ଷା ଫଳ ଜାଣିପାରିବେ।

ଅପରାହ୍ନ ୪ଟା ବେଳେ ଛାତ୍ରଛାତ୍ରୀମାନେ ନିଜ ନିଜର ଡିଜିଟାଲ ସାର୍ଟିଫିକେଟ ଡାଉନଲୋଡ୍ କରିପାରିବେ। ଏହା ବୋର୍ଡ ୱେବସାଇଟରେ ଉପଲବ୍ଧ ହେବ। ସେହିପରି BSE/Hi ଟାଇପ୍ କରି ୭୭୧୦୦୫୮୧୯୨ରେ ହ୍ଵାଟ୍ସଆପ କରି ମଧ୍ୟ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିହେବ। ପରୀକ୍ଷାଫଳ ନେଇ ଛାତ୍ରଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଲେ ସେମାନେ ବୋର୍ଡ ପକ୍ଷରୁ କରାଯାଇଥିବା କଣ୍ଟ୍ରୋଲ ରୁମକୁ ଯୋଗାଯୋଗ କରିପାରିବେ। ଏଥିପାଇଁ ‘୮୭୬୩୪୪୬୨୯୨’ ଓ ‘୯୪୩୭୨୨୮୧୮୭’ ନମ୍ବରରେ ଫୋନ କଲେ ସେମାନଙ୍କୁ ସହଯୋଗ କରାଯିବ। ଏବର୍ଷ ଫେବ୍ରୁଆରି ୧୬ରୁ ମାର୍ଚ୍ଚ ୪ ତାରିଖ ଯାଏଁ ମାଟ୍ରିକ ପରୀକ୍ଷା ହୋଇଥିଲା ।
ଟି-୨୦ ବିଶ୍ୱକପ: ପ୍ରଥମ ବ୍ୟାଚ୍ ଭାରତୀୟ ଖେଳାଳିଙ୍କ ଆମେରିକା ଯାତ୍ରା
Next ArticleOdisha CM Condoles Death of Newborns in Delhi Hospital Fire Mishap
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
