ବଡ଼ସାହି ନିର୍ବାଚନ ମଣ୍ଡଳୀର ବେତନଟୀରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର
ଭୁବନେଶ୍ୱର – ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବଡ଼ସାହି ନିର୍ବାଚନ ମଣ୍ଡଳୀର ବେତନଟୀରେ ପ୍ରଚାର କରି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି। ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି ପାଣ୍ଡିଆନ କହିଛନ୍ତି ଯେ,ମୁଖ୍ୟମନ୍ତ୍ରୀଙ୍କ ଦିନରାତି କଠିନ ପରିଶ୍ରମର ଫଳସ୍ୱରୂପ ମିଶନଶକ୍ତି ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ [...]
ଭୁବନେଶ୍ୱର – ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବଡ଼ସାହି ନିର୍ବାଚନ ମଣ୍ଡଳୀର ବେତନଟୀରେ ପ୍ରଚାର କରି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି। ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି ପାଣ୍ଡିଆନ କହିଛନ୍ତି ଯେ,ମୁଖ୍ୟମନ୍ତ୍ରୀଙ୍କ ଦିନରାତି କଠିନ ପରିଶ୍ରମର ଫଳସ୍ୱରୂପ ମିଶନଶକ୍ତି ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ।
ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ସମସ୍ତଙ୍କ ପାଇଁ ବିଜୁଳି ବିଲ୍ ଛାଡ କରିବେ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍.କେ.ୱାଇରେ ସମସ୍ତଙ୍କୁ ସାମିଲ କରିବେ । ତୃତୀୟ ଦସ୍ତଖତରେ ୬୦ ବର୍ଷ ପରେ ମିଶନ ଶକ୍ତି ସଦସ୍ୟାମାନଙ୍କ ପାଇଁ ଭତ୍ତା ବ୍ୟବସ୍ଥା କରିବେ । ଚତୁର୍ଥ ଦସ୍ତଖତରେ ନୂଆ-ଓ ଛାତ୍ରବୃତ୍ତି ରାଶି ପରିମାଣକୁ ବୃଦ୍ଧି କରିବେ, ପୁଅ ପାଇବେ ୧୨ ହଜାର ଓ ଝିଅ ପାଇବେ ୧୪ ହଜାର ଟଙ୍କା ।
ଏସବୁ ଜନକଲ୍ୟାଣକାରୀ ଯୋଜନା ଦେଖି ବିରୋଧୀଦଳ ବିଚଳିତ ହୋଇପଡ଼ିଲାଣି ବୋଲି ପାଣ୍ଡିଆନ କହିଥିଲେ। ବିଜେପି ଆସିଲେ ମିଶନଶକ୍ତି, ବି.ଏସ୍.କେ.ୱାଇ, ନୂଆ-ଓ ବନ୍ଦ କରିଦେବ ବୋଲି କହୁଛି । ଆମେ କେବେ ଏହା ହେବାକୁ ଦେବାନାହିଁ ବୋଲି ପାଣ୍ଡିଆନ କହିଥିଲେ।
ବିଜୁ ପରିବାରର ସଦସ୍ୟମାନେ ଏକାଠି ଲଢ଼ିଲେ ଆମେ ନିଶ୍ଚୟ ୫୦ ହଜାର ଭୋଟ ବ୍ୟବଧାନରେ ଜିତିବା ବୋଲି ସେ କହିଥିଲେ।
ଓଡ଼ିଶାରେ ତିନିଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଯାଇଛି । ଆପଣମାନଙ୍କ ଆଶୀର୍ବାଦରେ ବିଜେଡ଼ି ବହୁମତ ପାଇଛି ବୋଲି ଦୃଢ଼ତାର ସହ କହିଛନ୍ତି ପାଣ୍ଡିଆନ ।
ଏଥିସହ ସେ ବିକାଶ କାର୍ଯ୍ୟର ହିସାବ ଦେଇଥିଲେ। ବେତନଟୀକୁ ଏନ୍.ଏ.ସି. ମାନ୍ୟତା ସହ ସୋନୋ ବ୍ୟାରେଜ ପାଇଁ ୭୪୦ କୋଟି ଟଙ୍କା, ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ପାଇଁ ୧୦୦୦ କୋଟି ଟଙ୍କା, ମାଣିତ୍ରୀ ଶିବ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀ ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ପାଣ୍ଡିଆନ କହିଥିଲେ।
Noted Sand Artist Sudarsan Pattnaik Hospitalized due to Breathing Problem
Next Articleଜଳେଶ୍ୱରରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର ; ବିକାଶ କାର୍ଯ୍ୟ କିଛି କରିନଥିବାରୁ ସାଂସଦଙ୍କୁ କଡା ସମାଲୋଚନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
