ପୁଣି ଫେରିଲା ତାତି : ପଶ୍ଚିମରେ ତାତି ଓ ଉପକୂଳରେ ଅସହ୍ୟ ଗୁଳୁଗୁଳି, ବଢିଲା ଦିନ ତାପମାତ୍ରା
ଭୁବନେଶ୍ବର – କିଛି ଦିନର ବ୍ୟବଧାନ ପରେ ଫେରିଛି ତାତି । ଦିନ ତାପମାତ୍ରାରେ ବୃଦ୍ଧି ସହ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଏବଂ ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିବା ହେତୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ପଶ୍ଚିମାଞ୍ଚଳରେ ଟାଣଖରା ଯୋଗୁଁ ବାହାରକୁ ବାହାରି ହେଉନାହିଁ। ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଗରମ ଏବଂ ଗୁଳୁଗୁଳି ଲାଗି ରହିଛି। ମଙ୍ଗଳବାର ଅଧିକାଂଶ ସହରରେ ସର୍ବାଧିକ ତାପମାତ୍ରା ବୃଦ୍ଧି [...]
ଭୁବନେଶ୍ବର – କିଛି ଦିନର ବ୍ୟବଧାନ ପରେ ଫେରିଛି ତାତି । ଦିନ ତାପମାତ୍ରାରେ ବୃଦ୍ଧି ସହ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଏବଂ ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିବା ହେତୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ପଶ୍ଚିମାଞ୍ଚଳରେ ଟାଣଖରା ଯୋଗୁଁ ବାହାରକୁ ବାହାରି ହେଉନାହିଁ। ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଗରମ ଏବଂ ଗୁଳୁଗୁଳି ଲାଗି ରହିଛି।
ମଙ୍ଗଳବାର ଅଧିକାଂଶ ସହରରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଛି। ୧୭ଟି ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଉପରେ ରହିଛି। ୧୦ଟି ସହରରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଛି । ବୌଦ୍ଧରେ ରାଜ୍ୟରେ ସର୍ବାଧିକ ଦିନ ତାପମାତ୍ରା ୪୫.୯ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସୁବର୍ଣ୍ଣପୁର ୪୫.୩ ଓ ଟିଟିଲାଗଡ଼ରେ ଦିନ ତାପମାତ୍ରା ୪୫ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୪.୮ଡିଗ୍ରୀ ଛୁଇଁଥିବା ବେଳେ ସମ୍ବଲପୁର ୪୪.୬, ଭବାନୀପାଟଣା ୪୪, ବଲାଙ୍ଗିର ୪୪.୫, ହୀରାକୁଦ ୪୩.୬, ଫୁଲବାଣୀ ୪୩.୩, ନୂଆପଡ଼ା ୪୩, ତାଳଚେର ଓ ବରଗଡ ୪୨.୨ ଡିଗ୍ରୀ ଲେଖାଏଁ, ମାଲକାନଗିରି ଓ ସୁନ୍ଦରଗଡ ୪୧.୬, ପାରଳାଖେମୁଣ୍ଡି ୪୧.୫, ଅନୁଗୋଳ ୪୧.୧ ଏବଂ ନୟାଗଡ଼ରେ ୪୦.୩ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ ହୋଇଛି।
ଆଗାମୀ ୨ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି, ତେଣୁ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ।
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜୋରଦାର ହେଉଛି ପ୍ରଚାର, ଆଜି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ
Next Articleରାଜକୋଟ୍ ଗେମ୍ ଜୋନ ଅଗ୍ନିକାଣ୍ଡରେ ମାଲିକ ପ୍ରକାଶ ହିରନଙ୍କ ବି ମୃତ୍ୟୁ, ଡିଏନ୍ଏ ଟେଷ୍ଟରୁ ଜଣାପଡ଼ିଲା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
