ଆଜି ଶ୍ରୀକ୍ଷେତ୍ରରେ ପବିତ୍ର ଭଉଁରୀ : ରଥଖଳାରେ ଚକାଡେରା ନୀତି ସମ୍ପନ୍ନ
ପୁରୀ – ଆଜି ଶ୍ରୀକ୍ଷେତ୍ରରେ ପବିତ୍ର ଭଉଁରୀ । ଏହି ତିଥିରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚାଲିଥିବା ରଥ ନିର୍ମାଣର ଏକ ଗୁରୁତ୍ୱପୂର୍ଣ୍ଣ ସୋପାନ ସମ୍ପନ୍ନ ହୋଇଛି । ଆଜି ପବିତ୍ର ଭଉଁରୀ ତିଥିରେ ପ୍ରଥମେ ଶ୍ରୀଜିଉମାନଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ ହୋଇଥିଲା । ପରେ ସେଠାରେ ରଥ ନିର୍ମାଣ ସେବକମାନଙ୍କ ଉପସ୍ଥିତିରେ ତିନିରଥର ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରି, ଚକା ଡେରା ନୀତି ସମ୍ପନ୍ନ ହୋଇଥିଲା । ପବିତ୍ର ଅକ୍ଷୟ ତୃତୀୟାଠାରୁ ମହାପ୍ରଭୁଙ୍କ [...]
ପୁରୀ – ଆଜି ଶ୍ରୀକ୍ଷେତ୍ରରେ ପବିତ୍ର ଭଉଁରୀ । ଏହି ତିଥିରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚାଲିଥିବା ରଥ ନିର୍ମାଣର ଏକ ଗୁରୁତ୍ୱପୂର୍ଣ୍ଣ ସୋପାନ ସମ୍ପନ୍ନ ହୋଇଛି । ଆଜି ପବିତ୍ର ଭଉଁରୀ ତିଥିରେ ପ୍ରଥମେ ଶ୍ରୀଜିଉମାନଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ ହୋଇଥିଲା । ପରେ ସେଠାରେ ରଥ ନିର୍ମାଣ ସେବକମାନଙ୍କ ଉପସ୍ଥିତିରେ ତିନିରଥର ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରି, ଚକା ଡେରା ନୀତି ସମ୍ପନ୍ନ ହୋଇଥିଲା । ପବିତ୍ର ଅକ୍ଷୟ ତୃତୀୟାଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି।

ସେପଟେ ଆଜି ନରେନ୍ଦ୍ର ପୁଷ୍କରଣୀରେ ଭଉଁରୀ ତିଥି ପାଳନ କରାଯିବ। ୨୧ ଘେରା ଚାପ ଖେଳିବେ ମଦନମୋହନ, ଭୂଦେବୀ, ଶ୍ରୀଦେବୀ, ପଞ୍ଚୁପାଣ୍ଡବ ଓ ରାମକୃଷ୍ଣ। ଆଜି ଅପରାହ୍ନ ୪ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣି ବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ । ଏଥିପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Outside Leaders Are Disrespecting Me with Abusive Language, People Will Give Them Befitting Reply: CM Naveen
Next ArticleSRC Asks Collectors, Health Dept to Take Precautionary Measures to Deal with Hot & Humid Weather Conditions
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
