ଯଶୀପୁରରେ ନିର୍ବାଚନ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ, ଦେଲେ ମୁଖ୍ୟମନ୍ତ୍ରୀ କରିଥିବା ବିକାଶର ହିସାବ
ଯଶୀପୁର – ଯଶୀପୁରରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଦଳ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି ପାଣ୍ଡିଆନ କହିଛନ୍ତି ଯେ, ବହୁତ ନେତା ଅଛନ୍ତି ଯେଉଁମାନଙ୍କୁ ନିର୍ବାଚନ ଆସିଲେ ଲୋକଙ୍କ କଷ୍ଟ ମନେପଡ଼େ । ସେମାନେ ଆସିବେ । ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ସବୁବେଳେ ଲୋକଙ୍କ ପାଖକୁ ଆସୁଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି।ବିଜୁ ଜନତା ଦଳ ଓ ନବୀନ ବାବୁଙ୍କ ଛଡ଼ା ଆଉ କେହି [...]
ଯଶୀପୁର – ଯଶୀପୁରରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଦଳ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି ପାଣ୍ଡିଆନ କହିଛନ୍ତି ଯେ, ବହୁତ ନେତା ଅଛନ୍ତି ଯେଉଁମାନଙ୍କୁ ନିର୍ବାଚନ ଆସିଲେ ଲୋକଙ୍କ କଷ୍ଟ ମନେପଡ଼େ । ସେମାନେ ଆସିବେ । ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ସବୁବେଳେ ଲୋକଙ୍କ ପାଖକୁ ଆସୁଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି।ବିଜୁ ଜନତା ଦଳ ଓ ନବୀନ ବାବୁଙ୍କ ଛଡ଼ା ଆଉ କେହି କାମର ହିସାବ ଦିଅନ୍ତି ନାହିଁ ବୋଲି ପାଣ୍ଡିଆନ କହିଥିଲେ।
ଯଶୀପୁର ନିର୍ବାଚନ ମଣ୍ଡଳୀରେ ଖଇରିବନ୍ଧନ ଜଳସେଚନ ପ୍ରକଳ୍ପ ପାଇଁ ୩୩୭.୫୦ କୋଟି ଟଙ୍କା, ଶୁକ୍ରୁଳିରେ ଆଡ଼ିବନ୍ଧ ପାଇଁ ୧୭୦ କୋଟି, ମା କୀଚକେଶ୍ୱରୀ ମନ୍ଦିରର ରୂପାନ୍ତରିକରଣ ପାଇଁ ୮.୪୦ କୋଟି ଟଙ୍କା, କୀଚକେଶ୍ୱରୀ ମନ୍ଦିର ମ୍ୟୁଜିୟମ୍ ପାଇଁ ୧.୩୦ କୋଟି ଟଙ୍କା, କୁଡୁମୀ କମ୍ୟୁନିଟି ଭବନ ପାଇଁ ୨୫ ଲକ୍ଷ ଟଙ୍କା, ହୋ କମ୍ୟୁନିଟି ସେଣ୍ଟର ପାଇଁ ୨୫ ଲକ୍ଷ ଟଙ୍କା, ରରୁଁଆ କୁଡୁମୀ ଭବନ ପାଇଁ ୨୫ ଲକ୍ଷ ଟଙ୍କା, ହୋ କମ୍ୟୁନିଟି ସେଣ୍ଟର ପାଇଁ ୨୫ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ଯୋଗାଇ ଦେଇଛନ୍ତି, ପ୍ରାୟ ସବୁ ସମାଜର କମ୍ୟୁନିଟି ସେଣ୍ଟର ପାଇଁ ଅନୁଦାନ ଯୋଗାଇ ଦେଇଛନ୍ତି ।
ଯଶୀପୁରରେ ଆମ ବସଷ୍ଟାଣ୍ଡ ପାଇଁ ୧୪.୫୦ କୋଟି ଟଙ୍କା, ରରୁଁଆ-ଫଗୁ ରାସ୍ତା ପାଇଁ ୫୦ କୋଟି ଟଙ୍କା, ସୁଲେଇପାଟ-ଝାଲଡୁଙ୍ଗୁରୀ ରାସ୍ତା ପାଇଁ ୩୫ କୋଟି, ଯଶୀପୁର-ରରୁଁଆ ରାସ୍ତା ପାଇଁ ୩୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ଯୋଗାଇ ଦେଇଛନ୍ତି ବୋଲି ପାଣ୍ଡିଆନ କହିଥିଲେ।
ଯଶୀପୁର, ରରୁଁଆ ଓ ଶୁକ୍ରୁଳୀ ବ୍ଲକରେ ଘରେ ଘରେ ପିଇବା ପାଣି ଯୋଗାଇ ଦେବା ପାଇଁ ୬୫୦ କୋଟି ଟଙ୍କା, ୧୩ ହଜାର ୫୦୦ ପିଲାଙ୍କ ପାଇଁ ହଷ୍ଟେଲ ସୁବିଧା ଓ ଅଞ୍ଚଳର ୮ ଟି ସ୍କୁଲକୁ ୫-ଟିରେ ରୂପାନ୍ତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଦିବାସୀ ଭାଇଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କ ହୃଦୟରେ ସବୁଠାରୁ ଭଲ ଜାଗାରେ ରଖିଛନ୍ତି । ସେମାନଙ୍କୁ ସେ ବହୁତ ଭଲ ପାଆନ୍ତି । ଆଦିବାସୀ କଳା, ସଂସ୍କୃତି, ପୂଜାସ୍ଥଳୀ ଓ ଜାଗିରାର ସୁରକ୍ଷା ଲାଗି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରି କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି । ଏଭଳି ପଦକ୍ଷେପ ସାରା ଭାରତବର୍ଷରେ ନବୀନ ବାବୁ କରିଛନ୍ତି ।ଅନ୍ୟ କୌଣସି ରାଜ୍ୟ କିମ୍ୱା ଦଳ କରିନାହାନ୍ତି ବୋଲି ପାଣ୍ଡିଆନ ଜନସଭାକୁ ସମ୍ବୋଧନ କରି କହିଛନ୍ତି।
ଆଦିବାସୀମାନଙ୍କ ଉପରୁ ଛୋଟ ବଡ଼ ୫୦ ହଜାର ପୋଲିସ କେଶ୍ ରଦ୍ଦ କରିଛନ୍ତି ମୁଖ୍ୟମନ୍ତ୍ରୀ, ଯାହାଦ୍ୱାରା ସେମାନଙ୍କୁ ଆଉ ହଇରାଣ ହେବାକୁ ପଡ଼ିବ ନାହିଁ ।ଜଙ୍ଗଲ ଉପରେ ନିର୍ଭରଶୀଳ ଆଦିବାସୀ ସମ୍ପ୍ରଦାୟଙ୍କ ପାଇଁ ‘ଲାଭ’ ଯୋଜନା ଆରମ୍ଭ କରିଛନ୍ତି ।ଏହି ଯୋଜନା ମାଧ୍ୟମରେ ଜଙ୍ଗଲଜାତ ଦ୍ରବ୍ୟ ଯଥା – ଶାଳମଞ୍ଜି, ଶାଳପତ୍ର, ମହୁଲ ଇତ୍ୟାଦିର ଉଚିତ ମୂଲ୍ୟ ସେମାନେ ପାଉଛନ୍ତି, ଠକାମିରେ ସେମାନେ ଆଉ ପଡୁନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମା’ କୀଚକେଶ୍ୱରୀ ଓ ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ସମସ୍ତଙ୍କ ପାଇଁ ବିଜୁଳି ବିଲ୍ ଛାଡ କରିବେ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍.କେ.ୱାଇରେ ସମସ୍ତଙ୍କୁ ସାମିଲ କରିବେ । ତୃତୀୟ ଦସ୍ତଖତରେ ୬୦ ବର୍ଷ ପରେ ମିଶନ ଶକ୍ତି ସଦସ୍ୟାମାନଙ୍କ ପାଇଁ ଭତ୍ତା ବ୍ୟବସ୍ଥା କରିବେ ।
ଯଶୀପୁରରୁ ଆପଣ ଯାହାକୁ ଗତଥର ନିର୍ବାଚିତ କରିଥିଲେ, ସେ କେବେ ଆପଣଙ୍କ ପାଖକୁ ଆସି ତାଙ୍କ କାମର ହିସାବ ଦେଇଛନ୍ତି କି ବୋଲି ପ୍ରଶ୍ନ କରିଥିଲେ ପାଣ୍ଡିଆନ । କିନ୍ତୁ ମୁଖ୍ୟମନ୍ତ୍ରୀ କାମର ହିସାବ ଦିଅନ୍ତି ।
ସୁଦାମ ବାବୁ ଓ ଚକ୍ରଧର ବାବୁଙ୍କୁ ଆଶୀର୍ବାଦ କରନ୍ତୁ । ଆପଣମାନଙ୍କ ଲାଗି ଓ ଆପଣଙ୍କ ସମାଜ ପାଇଁ ସେମାନେ ବହୁତ କାମ କରିବେ ବୋଲି କହି ଭୋଟ୍ ମାଗିଥିଲେ ପାଣ୍ଡିଆନ । କର୍ମୀ, ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟମାନଙ୍କୁ ଅନୁରୋଧ କଲେ ଆଉ ଦୁଇଦିନ ଲାଗିପଡ଼ନ୍ତୁ । ଶଙ୍ଖଚିହ୍ନ ପ୍ରତି ସମ୍ମାନ ଆଣନ୍ତୁ, ଅଞ୍ଚଳରେ ଉନ୍ନତି ଆଣନ୍ତୁ । ଯାହା ବି କାମ ଦରକାର ଆମେ କରିବୁ, ଆପଣମାନଙ୍କର ସାଥୀ ହୋଇ ରହିବୁ ବୋଲି ପାଣ୍ଡିଆନ କହିଥିଲେ।
ଗ୍ରୀଷ୍ମତାପ ଜନିତ ସମସ୍ୟାର ମୁକାବିଲା ପାଇଁ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ବିଭାଗକୁ ଏସଆରସିଙ୍କ ନିର୍ଦ୍ଦେଶ
Next ArticleKartik Pandian Campaigns in Jashipur, Highlights Development Works of Naveen Govt
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
