ଭୋଟ ଗଣତି ନିମନ୍ତେ ଗଜପତି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକସଭା ସମେତ ପାରଳାଖେମୁଣ୍ଡି ଓ ମୋହନା ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହୋଇଥିଲା। ମତଦାନ ପ୍ରକ୍ରିୟା ଶାନ୍ତିଶୃଙ୍ଖଳାରେ ସରିଥିଲା। ଏବେ କଡ଼ା ସୁରକ୍ଷା ମଧ୍ୟରେ ଇଭିଏମ୍ ଷ୍ଟ୍ରଙ୍ଗ ରୁମରେ ସିଲ୍ ହୋଇ ରହିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ସରିଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳୀ ଯଥା ମୋହନା ଓ ପାରଳାଖେମୁଣ୍ଡିର [...]
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକସଭା ସମେତ ପାରଳାଖେମୁଣ୍ଡି ଓ ମୋହନା ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହୋଇଥିଲା। ମତଦାନ ପ୍ରକ୍ରିୟା ଶାନ୍ତିଶୃଙ୍ଖଳାରେ ସରିଥିଲା। ଏବେ କଡ଼ା ସୁରକ୍ଷା ମଧ୍ୟରେ ଇଭିଏମ୍ ଷ୍ଟ୍ରଙ୍ଗ ରୁମରେ ସିଲ୍ ହୋଇ ରହିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ସରିଛି।
ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳୀ ଯଥା ମୋହନା ଓ ପାରଳାଖେମୁଣ୍ଡିର ଭୋଟ ଗଣତି ପାରଳାଖେମୁଣ୍ଡିସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଠାରେ ହେବ।
ଉକ୍ତ ଦିନ ସକାଳ ୮ ଘଣ୍ଟାରୁ ଗଣତି ଆରମ୍ଭ ହେବ। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ୧୮୦ ଜଣ ଦକ୍ଷ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ସେମାନଙ୍କୁ ପୂର୍ବରୁ ତାଲିମ ଦିଆଯାଇଛି। ପ୍ରଥମେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ପ୍ରାୟ ୧୨୦୦ ଓ ମୋହନା ନିର୍ବାଚନ ମଣ୍ଡଳୀରେ ପ୍ରାୟ ୧୯୦୦ ପୋଷ୍ଟାଲ୍ ବାଲଟ ଭୋଟ ଗଣତି ହେବ। ପରେ ଇଭିଏମ୍ ବାକ୍ସ ଗଣନା କରାଯିବ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏ ବାବଦରେ ସୂଚନା ଦିଆଯାଇଛି। ଜିଲ୍ଲାପାଳ କହିଛନ୍ତି ଯେ ଗଜପତି ଜିଲ୍ଲା ପ୍ରଶାସନ ଓ ପୋଲିସ୍ ପକ୍ଷରୁ ଉକ୍ତ ଦିନ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମହାବିଦ୍ୟାଳୟ ପରିସର ତଥା ଗଣନା କେନ୍ଦ୍ର ପାଇଁ ସ୍ବତନ୍ତ୍ର ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ୩ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଗଣତି କେନ୍ଦ୍ର ଭିତରେ ମୋବାଇଲ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ ଓ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଅନୁପ ପଣ୍ଡା ଉପସ୍ଥିତ ଥିଲେ।
Naveen Congratulates DRDO on Successfully Flight Testing of RudraM-II Air-to-Surface Missile
Next Articleମୟୂରଭଞ୍ଜ ଲୋକସଭା କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ନିର୍ବାଚନ ପ୍ରଚାର, ବିରୋଧୀ ଦଳକୁ ଟାର୍ଗେଟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
