ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ନେଇ ଅପପ୍ରଚାର ବିଜେପି ପାଇଁ ବୁମେରାଂ ହେବ : କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଅପପ୍ରଚାର ଓ ଗୁଜବ ସୃଷ୍ଟି କରିଥିବାରୁ ବିଜେପିକୁ କଡ଼ା ସମାଲୋଚନା କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଅପପ୍ରଚାର କରିବା ବିଜେପି ପାଇଁ ବୁମେରାଂ ହେବ । ପାଣ୍ଡିଆନ କହିଛନ୍ତି ଯେ, ଓଡ଼ିଆ ଅସ୍ମିତା କଥା କହୁଥିବା ବିଜେପି ମହାପ୍ରଭୁଙ୍କ କାମରେ ବାଧା ଦେଇଥିଲା । ବିଜେପି ବାରମ୍ବାର ଗୋଲ୍ ପୋଷ୍ଟ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଅପପ୍ରଚାର ଓ ଗୁଜବ ସୃଷ୍ଟି କରିଥିବାରୁ ବିଜେପିକୁ କଡ଼ା ସମାଲୋଚନା କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ।
ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଅପପ୍ରଚାର କରିବା ବିଜେପି ପାଇଁ ବୁମେରାଂ ହେବ । ପାଣ୍ଡିଆନ କହିଛନ୍ତି ଯେ, ଓଡ଼ିଆ ଅସ୍ମିତା କଥା କହୁଥିବା ବିଜେପି ମହାପ୍ରଭୁଙ୍କ କାମରେ ବାଧା ଦେଇଥିଲା । ବିଜେପି ବାରମ୍ବାର ଗୋଲ୍ ପୋଷ୍ଟ ପରିବର୍ତ୍ତନ କରୁଛି । ପ୍ରଥମେ ଓଡ଼ିଆ ଅସ୍ମିତା କଥା ଉଠାଇଥିଲା ବିଜେପି । ଏ ନେଇ ପ୍ରଶ୍ନ କରିବାରୁ ବିଜେପି ଗୋଲ ପୋଷ୍ଟ ବଦଳାଇଥିଲା ।
‘ପ୍ରସଙ୍ଗ ବଦଳାଇ ମାଲନ୍ୟୁଟ୍ରେସନ, ଆନିମିଆ କଥା କହିଲା ବିଜେପି ।ମାଲନ୍ୟୁଟ୍ରେସନ ମୁକାବିଲା କ୍ଷେତ୍ରରେ ଗୁଜରାଟଠୁ ଆଗରେ ଅଛି ଓଡ଼ିଶା ।
ଓଡ଼ିଶାବାସୀ ସତ ଜାଣିବା ପରେ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇଲେ ବିଜେପି ନେତା । ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତି ହୋଇଛି । ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ଵାବଧାନରେ ପ୍ରକ୍ରିୟା ଚାଲିଛି ବୋଲି ପାଣ୍ଡିଆନ କହିଛନ୍ତି । ବିଜେପି ପାଖରେ କୈାଣସି ରଣନୀତି ନାହଁ। ସବୁ କ୍ଷେତ୍ରରେ ବିଫଳ ହୋଇ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ଗୁଜବ କରୁଛି ବିଜେପି। ଏହା ବି ତାଙ୍କ ପାଇଁ ବୁମେରାଂ ହୋଇଛି । ଆଗକୁ ବି ହେବ ବୋଲି ପାଣ୍ଡିଆନ କହିଛନ୍ତି ମୁଖ୍ୟମନ୍ତ୍ରୀ ଲୋକଙ୍କ ସେବା ପାଇଁ ରାଜନୀତି କରନ୍ତି ବୋଲି ପାଣ୍ଡିଆନ କହିଛନ୍ତି।
ପୁଣେ ପୋର୍ସ ଦୁର୍ଘଟଣା: ରକ୍ତ ନମୁନା ବଦଳାଇଥିବା ଦୁଇ ଡ଼ାକ୍ତର ନିଲମ୍ବିତ
Next Articleକେରଳ ଛୁଇଁଲା ମୌସୁମୀ, ତାତିରୁ ମିଳିବ ଆଶ୍ବସ୍ତି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
