ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ନିର୍ଦ୍ଦେଶ, ମୃତକଙ୍କ ସମ୍ପର୍କୀୟଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା
ଭୁବନେଶ୍ଵର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ଅଲଟିମେଟ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ [...]
ଭୁବନେଶ୍ଵର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ଅଲଟିମେଟ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଗତକାଲି ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ସୂଚନାଯୋଗ୍ୟ ଯେ, ବାଣ ଦୁର୍ଘଟଣାରେ ୩ ଜଣ ପ୍ରାଣ ହରାଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।
CM Naveen Visits Hospital to Meet Injured Persons in Puri Firecracker Incident
Next Article99.61 Lakh Voters to Exercise Franchise in Fourth Phase Polls in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
